ଗଞ୍ଜାମରେ ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର ୧୪।୮(ବ୍ୟୁରୋ): ଗଞ୍ଜାମର ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି। ନିକଟରେ ଶେଷ ହୋଇଥିବା ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭିଲାନ୍ସରୁ ଏହା ଜଣାପଡ଼ିଛି। ବ୍ରହ୍ମପୁରରେ ଗତ ୩ରୁ ୭ ତାରିଖ ମଧ୍ୟରେ ହୋଇଥିବା ସେରୋ ସର୍ଭେ ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଥିବାବେଳେ ସେଥିରୁ ଏହା ସ୍ପଷ୍ଟ ହୋଇଥିବା ଆରଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ର୍ରା ପତି କହିଛନ୍ତି। ଗୁରୁବାର ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ସଦନରେ ସୂଚନା ଦେଇ ସଂଘମିତ୍ରା କହିଛନ୍ତି, ବ୍ରହ୍ମପୁରରେ ୫ଟି ଟିମ୍‌ ଦ୍ୱାରା ସେରୋ ସର୍ଭେ କରାଯାଇଥିଲା। ସମ୍ପ୍ରଦାୟ ତଥା ବିଭିନ୍ନ ଶ୍ରେଣୀର ଲୋକଙ୍କଠାରୁ ନମୁନା ସଂଗ୍ରହ ହୋଇଥିଲା। ୫ ବସ୍ତି ଓ ବହୁ ସମ୍ବେଦନଶୀଳ ଅଞ୍ଚଳରୁ ନମୁନା ସଂଗ୍ରହ କରାଯାଇ ୨୮୩୦ ଲୋକଙ୍କ ଆଣ୍ଟିବଡ଼ି ଟେଷ୍ଟ କରାଯାଇଥିଲା। ଏଥିମଧ୍ୟରୁ ୩୧% ଲୋକଙ୍କ ଶରୀରରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି। ଓ୍ବାର୍ଡ ସ୍ତରରେ ସଂଗୃହୀତ ନମୁନା ମଧ୍ୟରୁ କିଛି ୱାର୍ଡରେ ୭୦ ଓ ଆଉକିଛି ୱାର୍ଡରେ ୬୦ ପ୍ରତିଶତ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି। ଏହାଛଡ଼ା ୪ ୱାର୍ଡର ୫୦% ଲୋକଙ୍କଠାରେ ଆଣ୍ଟିବଡି ଡେଭଲପ୍‌ କରିଥିବା ଜଣାପଡିଛି। ପ୍ରଥମ ପର୍ଯ୍ୟାୟରେ ସ୍ଥିତି ସୁଧୁରୁଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ନମୁନା ସଂଗ୍ରହ ଆରମ୍ଭ ବେଳକୁ ଭଲ ଖବର ମିଳିବ। ଗଞ୍ଜାମରେ ପୁନର୍ବାର ନମୁନା ସଂଗ୍ରହ ସମ୍ପର୍କରେ ସେ କହିଛନ୍ତି। ଏହାବ୍ୟତୀତ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଆର୍‌ଏମ୍‌ଆର୍‌ସି ଦ୍ୱାରା ବିଭିନ୍ନ ଜିଲାରେ ସେରୋ ସର୍ଭିଲାନ୍ସ ହୋଇଛି। ପ୍ରଥମେ ପୁରୀ, ପରେ ଭୁବନେଶ୍ୱର ଓ ନିକଟରେ ଗଞ୍ଜାମରେ ପ୍ରଥମ ପର୍ଯ୍ୟାୟ ସର୍ଭେ ସରିଛି। ବର୍ତ୍ତମାନ କଟକ ଜିଲାର ବଡ଼ମ୍ବା ଓ ନରସିଂହପୁରରେ ସର୍ଭେ ଜାରି ରହିଛି। ଆଗକୁ କଟକ ସହର, ଗଜପତି ଓ ରାଉରକେଲାରେ ସର୍ଭେ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri