Posted inଜାତୀୟ

ଗସ୍ତ ଏକ, ଲକ୍ଷ୍ୟ ଅନେକ…

ନୂଆଦିଲ୍ଲୀ,୧୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୪ରେ ଆମେରିକା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଜୋ ବାଇଡେନ୍‌ କ୍ଷମତାକୁ ଆସିବା ପରେ ଏହା ମୋଦିଙ୍କ ପ୍ରଥମ ଆମେରିକା ଗସ୍ତ। ମୋଦିଙ୍କର ଗସ୍ତ ଏକ ଥିଲେ ମଧ୍ୟ ଲକ୍ଷ୍ୟ ଅନେକ ରହିଥିବା ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ଗସ୍ତକ୍ରମରେ ମୋଦି କ୍ୱାଡ ଗ୍ରୁପ୍‌ ବୈଠକ ଏବଂ ଜାତିସଂଘ ମହାସଭା (ୟୁଏନ୍‌ଜିଏ)ର ୭୬ତମ ଅଧିବେଶନରେ ଯୋଗ ଦେବେ। ଏହା ସହିତ ଜାପାନ ପ୍ରଧାନମନ୍ତ୍ରୀ ୟୋଶିହିଦେ ସୁଗାଙ୍କ ସହିତ ସାକ୍ଷାତ୍‌ କରିବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ୍‌ଙ୍କୁ ଭେଟିବାର ମଧ୍ୟ ସମ୍ଭାବନା ରହିଛି।

କ୍ୱାଡ ବୈଠକରେ ସାଧାରଣ ଲୋକଙ୍କୁ ହିତ ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ଆଲୋଚନା କରାଯିବାାର ସମ୍ଭାବନା ରହିଛି। ଏହା ସହିତ କରୋନା ମହାମାରୀ, କରୋନା ଟିକା, ଯୋଗାଯୋଗ ଏବଂ ଭିତ୍ତିଭୂମି, ସାଇବର ସୁରକ୍ଷା, ମାନବିକ ସହାୟତା, ବିପର୍ଯ୍ୟୟ ପ୍ରଶମନ, ଜଳବାୟୁ ପରିବର୍ତ୍ତନ ଇତ୍ୟାଦି ଉପରେ ମଧ୍ୟ ଆଲୋଚନା ହେବ। ଏହା ସହିତ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ବିଷୟରେ ମଧ୍ୟ ଆଲୋଚନା ହେବାର ଆଶା ରହିଛି।

ଏସବୁ ବ୍ୟତୀତ ଆଫଗାନିସ୍ତାନର ପରିବର୍ତ୍ତିତ ପରିସ୍ଥିତି ଉପରେ ଏକ ସ୍ବତନ୍ତ୍ର ଆଲୋଚନା ମଧ୍ୟ ହେବାର ସମ୍ଭାବନା ଅଛି। ଏସମ୍ପର୍କରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେପ୍ଟେମ୍ବର୨୫ ରେ, ପ୍ରଧାନମନ୍ତ୍ରୀ ମୋଦି ନ୍ୟୁୟର୍କରେ ଜାତିସଂଘ ସାଧାରଣ ସଭାର ଅଧିବେଶନକୁ ସମ୍ବୋଧିତ କରିବେ। ଚଳିତ ବର୍ଷ ସାଧାରଣ ବିତର୍କର ବିଷୟବସ୍ତୁ ମଧ୍ୟରେ କରୋନା ଭାଇରସରୁ ପୁନରୁଦ୍ଧାର, ସ୍ଥାୟୀ ପୁନ ନିର୍ମାଣ, ଲୋକଙ୍କ ଅଧିକାରକୁ ସମ୍ମାନ ଦେବା ଏବଂ ମିଳିତ ଜାତିସଂଘକୁ ପୁନର୍ଜୀବିତ କରିବା ଆଶା ଉପରେ ଆଲୋଚନା କରାଯିବାର ସମ୍ଭାବନା ରହିଛି।

ଏହା ସହିତ ମୋଦି ଆଫଗାନିସ୍ତାନ, ଆତଙ୍କବାଦ ଏବଂ ମିଳିତ ଜାତିସଂଘର କେତେକ ପରିବର୍ତ୍ତନ ଉପରେ ନିଜର ମତ ରଖିବାର ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri