୩୫୦ ଲୋକଙ୍କୁ ଗୋଟିଏ ନଳକୂପ

ଦଶମନ୍ତପୁର,୭।୧ ( ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗାଦିଆଗୁଡା ପଞ୍ଚାୟତର ପାଇକପୁକି ଗ୍ରାମର ହରିଜନ ସାହିରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସାହିବାସିନ୍ଦା ଦୂଷିତ ପାଣି ପାନୀୟ ଜଳ ରୂପେ ବ୍ୟବହାର କରି ଚଳୁଛନ୍ତି। ୭୦ ଘର ବିଶିଷ୍ଟ ଏହି ସାହିରେ ଜନସଂଖ୍ୟା ରହିଛି ୩୫୦। ସାହିରେ ଗୋଟିଏ ମାତ୍ର ନଳକୂପ ରହିଛି। ମାତ୍ର ଏତେ ଲୋକଙ୍କୁ ଗୋଟିଏ ନଳକୂପର ପାଣି ଯଥେଷ୍ଟ ହେଉନାହିଁ। ଅନେକ ସମୟରେ ପାଣି ନେବା ବେଳେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରଅକାଶ ପାଉଛି ବୋଲି କହନ୍ତି ସାହିର କୁମାରୀ ଚେଟି, ବଜନ୍ତି କୁଳଦ୍ୱୀପ, ମନୋରମା ଖୋସଲା, ଲକ୍ଷ୍ମୀ ଚେଟି, କମଳା ଡଙ୍ଗ୍ରି। ନଳକୂପ ଜଳ ଯଥେଷ୍ଟ ହେଉ ନ ଥିବାରୁ ଲୋକେ ବାଧ୍ୟ ହୋଇ ଗ୍ରାମ ନିକଟସ୍ଥ ମୁରାନ ନଦୀରେ ଚୁଆଁ ଖୋଳି ପାଣି ଆଣୁଛନ୍ତି। ଏହି ପାଣି ବ୍ୟବହାର କରି ସାହିବାସିନ୍ଦା ଅନେକ ସମୟରେ ବିଭିନ୍ନ ରୋଗର ଶିକାର ହେଉଥିବା କହିଛନ୍ତି। ସାହିରେ ଆଉ ଗୋଟିଏ ନଳକୂପ ଖନନ କରିବାକୁ ସେମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ପିଇଓ ସୁଶାନ୍ତ ଶତପଥୀଙ୍କୁ ପଚାରିବାରୁ ସେ କହିଲେ, ସାହିବାସିନ୍ଦାଙ୍କ ପାଇଁ ଖୁବ ଶୀଘ୍ର ପାନୀୟ ଜଳ ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri