ଜଣେ କଲେ କରୋନା ମାର୍ଗଦର୍ଶିକା ଉଲ୍ଲଂଘନ, ୫ ହଜାର ଲୋକ କ୍ୱାରାଣ୍ଟାଇନ୍‌ରେ…

ବେଜିଂ, ୧।୬ : ଚାଇନାରେ ଜଣେ କରୋନା ସଂକ୍ରମିତ ବ୍ୟକ୍ତିକୋଭିଡ ମାର୍ଗଦର୍ଶିକା ପାଳନ ନକରିବାରୁ ୫ ହଜାର ଲୋକଙ୍କୁ ଦଣ୍ଡ ଦିଆଯାଇଛି। ବେଜିଂରେ ଜଣେ ୪୦ ବର୍ଷ ବୟସ୍କ ବ୍ୟକ୍ତି ସଂକ୍ରମିତ ହେବା ପରେ ମଧ୍ୟ ମାର୍ଗଦର୍ଶିକା ଉଲ୍ଲଂଘନ କରି ଚାଲିଥିଲେ। ଏହାର ଦଣ୍ଡ ସ୍ବରୂପ ଦେଶର ଶୂନ କୋଭିଡ ନୀତି ଅନ୍ତର୍ଗତ ସୁରକ୍ଷା ପାଇଁ ତାଙ୍କ ଘର ନିକଟରେ ରହୁଥିବା ୫ ହଜାର ଲୋକଙ୍କୁ ପ୍ରଶାସନ କ୍ୱାରାଣ୍ଟାଇନ୍‌ କରିଛନ୍ତି।

ସମ୍ପୃକ୍ତ ବ୍ୟକ୍ତିଙ୍କ ୨୫୮ ପଡ଼ୋଶୀଙ୍କୁ ସରକାରୀ କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ପଠାଯାଇଛି। ଚାଇନାର ଜାତୀୟ ସ୍ବାସ୍ଥ୍ୟ ଆୟୋଗର ଅଧିକାରୀଙ୍କ ଅନୁଯାୟୀ, ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ ହୋଇଛି।

ଦ ଗାର୍ଡିଆନର ରିପୋର୍ଟ ଅନୁଯାୟୀ, ୨୩ ମେ’ରେ ଏହି ବ୍ୟକ୍ତି ଶପିଂ ମାର୍ଟରେ ପ୍ରବେଶ କରିଥିଲେ। ସେଠାରେ ସଂକ୍ରମଣ ବ୍ୟାପିବାର ଆଶଙ୍କା କରାଯାଉଥିଲା। ସତର୍କତା ଅବଲମ୍ବନ କରି ପ୍ରଶାସନ ତାଙ୍କୁ ଆଇସୋଲେଟ ରହିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ସତ୍ତ୍ୱେ ବ୍ୟକ୍ତି ଜଣଙ୍କ ବାହାରେ ବୁଲାବୁଲି କରୁଥିଲେ।

ପାଞ୍ଚ ଦିନ ପରେ ତାଙ୍କ ପତ୍ନୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏହା ପରେ ଅଧିକାରୀମାନେ ସେହି ବ୍ୟକ୍ତିଙ୍କ ବିଲ୍ଡିଂରେ ରହୁଥିବା ୨୫୮ ଜଣଙ୍କୁ ସରକାରୀ କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ଯିବାକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରତିବନ୍ଧକ ପରେ କଟକଣା କୋହଳ ହେଉଥିବା ସମୟରେ ସମ୍ପୃକ୍ତ ବ୍ୟକ୍ତିଙ୍କ ଏଭଳି କାର୍ଯ୍ୟକଳାପ ଉପରେ ଲୋକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri