ରାଜନୈତିକ ହିଂସା: ସଂଘବଦ୍ଧ ଆକ୍ରମଣରେ ଜଣେ ଗୁରୁତର, ୩ କୋର୍ଟଚାଲାଣ

ଗୋପାଳପୁର,୧୧ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ଗୋଳନ୍ଥରା ପଞ୍ଚାୟତରେ ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଜଣେ ଯୁବକଙ୍କୁ ବିପକ୍ଷ ଗୋଷ୍ଠୀ ସଂଘବଦ୍ଧ ଆକ୍ରମଣ କରି ଗୁରୁତର କରିଥିବା ଜଣାପଡିଛି। ଆହତ ଯୁବକ ହେଲେ ଗୋଳନ୍ଥରା ଗଁାର ପ୍ରମୋଦ କୁମାର ରାଉଳ। ଏନେଇ ଗୁରୁବାର ସେ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ. ୪୭/୨୨ରେ ଏକ ମାମଲା ରୁଜୁକରି ତଦନ୍ତ କରିଥିଲା। ଏଥିରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସେହି ଗ୍ରାମର ଅନାମ ପ୍ରଧାନ, ପ୍ରଭାତ ଗୌଡ଼ ଏବଂ ଚିନ୍ମୟ ଗୁରୁ। ଏମାନଙ୍କ ଗୋଷ୍ଠୀ ପକ୍ଷରୁ ମଧ୍ୟ ଥାନାରେ ପାଲଟା ଅଭିଯୋଗ କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ମଧ୍ୟରାତ୍ରରେ ପ୍ରମୋଦ ବ୍ରହ୍ମପୁର ଯାଇ ଘରକୁ ଫେରୁଥିବା ସମୟରେ ତାଙ୍କ ଘର ସାମ୍ନାରେ ଏକ ରାଜନୈତିକ ଦଳର କେତେକ ଯୁବକଙ୍କ ସହ କୌଣସି କଥାକୁ ନେଇ ବଚସା ହୋଇଥିଲା। କିଛି ସମୟ ପରେ ସମ୍ପୃକ୍ତ ଯୁବକମାନେ ଲୁହାରଡ଼ରେ ପ୍ରମୋଦଙ୍କୁ ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ହୋଇ ଦୌଡ଼ି ନିଜ ଘରେ ପଶିଯାଇଥିଲେ। ଆକ୍ରମଣକାରୀମାନେ କବାଟ ଭାଙ୍ଗି ଘରେ ପଶି ପୁନର୍ବାର ଆକ୍ରମଣ କରିବା ସହ ଆସବାସପତ୍ର ଫିଙ୍ଗି ଦେଇଥିଲେ। ସ୍ଥାନୀୟ ଲୋକେ ପ୍ରମୋଦଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ଘଟଣାସ୍ଥଳରେ ଗୋଳନ୍ଥରା ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?