ଜଣଙ୍କୁ ଦଳିଦେଲା ହାତୀ, ଆଉ ଜଣେ ଆହତ

କେନ୍ଦୁଝର,୧୭ା୧୨(ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଅଞ୍ଚଳରେ କିଛି ଦିନ ହେଲା ଏକ ଗୋଠଛଡ଼ା ଦନ୍ତା ଉପଦ୍ରବ କରୁଛି। ଦୁଇ ଦିନରେ ସଦର ରେଞ୍ଜର ଦୁଇଟି ସ୍ଥାନରେ ଆକ୍ରମଣ କରି ଜଣକୁ ମାରିଦେବା ସହ ଅନ୍ୟ ଜଣଙ୍କୁ ଆହତ କରିଦେଇଛି। ଫଳରେ ଏହାକୁ ନେଇ ଉକ୍ତ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଶନିବାର ଅପରାହ୍ନରେ ସଦର ରେଞ୍ଜ ମଇଦାନକେଲ ନିକଟରେ ଦନ୍ତା ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ବ୍ରଜକିଶୋର ବେହେରା (୫୮) ଓ ଘର ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଜାମନାଳିଆ ଗ୍ରାମରେ ବୋଲି ଜଣାପଡ଼ିଛି ା ସେ ସମ୍ପର୍କୀୟଙ୍କ ଘରୁ ନିଜ ଗ୍ରାମକୁ ଫେରୁଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀଟି ତାଙ୍କୁ ଦଳି ଦେଇ ଗୁରୁତର କରି ଛାଡ଼ି ପଳାଇବା ପରେ ବନ ବିଭାଗ କର୍ମଚାରୀ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ସେହିପରି ଶୁକ୍ରବାର ହରିଚନ୍ଦନପୁର ଥାନା ଅନ୍ତର୍ଗତ ଜଂଘିରା ନିକଟରେ ଲତା ଜୁଆଙ୍ଗ ନାମକ ଜଣେ ବୃଦ୍ଧାଙ୍କୁ ଏହି ଦନ୍ତା ଆକ୍ରମଣ କରି ଆହତ କରିଦେଇଥିଲା। ବନ ବିଭାଗ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ତାଙ୍କ ଅବସ୍ଥା ଭଲ ରହିଥିବା ଜଣାପଡ଼ିଛି। ଏନେଇ ସଦର ରେଞ୍ଜ ଅଧିକାରୀ ବିଜୟ କୁମାର ମହାନ୍ତ କହିଛନ୍ତି, ହାତୀ ଦେଖୁଥିବା ବେଳେ ହଠାତ୍‌ ଆକ୍ରମଣ କରିବାରୁ ଧାଇଁ ଯାଇ ନ ପାରିବାରୁ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ବନ ବିଭାଗ ନିୟମାନୁଯାୟୀ, ତାଙ୍କୁ ଅନୁକମ୍ପାମୂଳକ କ୍ଷତିପୂରଣ ଦିଆଯିବ। ଅନ୍ୟପକ୍ଷରେ ଆଜି କେନ୍ଦୁଝର ବନଖଣ୍ଡରେ ସମୁଦାୟ ୧୭୯ଟି ହାତୀ ଥିବା ବେଳେ ସଦର ରେଞ୍ଜରେ ଏହି ଗୋଠଛଡ଼ା ଏକୁଟିଆ ହାତୀ ବୁଲୁଛି ା ହାତୀମାନଙ୍କ ଚଳପ୍ରଚଳ ଓ ଯାତାୟାତକୁ ନୀରିକ୍ଷଣ କରାଯାଇ ଲୋକଙ୍କୁ ମେସେଜ ଦେବା ସହ ମାଇକ୍‌ରେ ସଚେତନ କରିବା ସହ ସତର୍କ କରାଯାଉଛି। ତଥାପି ଏପରି ଅଘଟଣ ଘଟୁଛି। ଲୋକମାନେ ଅଧିକରୁ ଅଧିକ ସଚେତନ ହେବା ସହ ସହଯୋଗ କରିବା ଜରୁରୀ ବୋଲି ଡିଏଫ୍‌ଓ ଏଚ୍‌.ଡି.ଧନରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri