ଜଣଙ୍କୁ ଦଳିଦେଲା ହାତୀ, ଆଉ ଜଣେ ଆହତ

କେନ୍ଦୁଝର,୧୭ା୧୨(ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଅଞ୍ଚଳରେ କିଛି ଦିନ ହେଲା ଏକ ଗୋଠଛଡ଼ା ଦନ୍ତା ଉପଦ୍ରବ କରୁଛି। ଦୁଇ ଦିନରେ ସଦର ରେଞ୍ଜର ଦୁଇଟି ସ୍ଥାନରେ ଆକ୍ରମଣ କରି ଜଣକୁ ମାରିଦେବା ସହ ଅନ୍ୟ ଜଣଙ୍କୁ ଆହତ କରିଦେଇଛି। ଫଳରେ ଏହାକୁ ନେଇ ଉକ୍ତ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଶନିବାର ଅପରାହ୍ନରେ ସଦର ରେଞ୍ଜ ମଇଦାନକେଲ ନିକଟରେ ଦନ୍ତା ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ବ୍ରଜକିଶୋର ବେହେରା (୫୮) ଓ ଘର ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଜାମନାଳିଆ ଗ୍ରାମରେ ବୋଲି ଜଣାପଡ଼ିଛି ା ସେ ସମ୍ପର୍କୀୟଙ୍କ ଘରୁ ନିଜ ଗ୍ରାମକୁ ଫେରୁଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀଟି ତାଙ୍କୁ ଦଳି ଦେଇ ଗୁରୁତର କରି ଛାଡ଼ି ପଳାଇବା ପରେ ବନ ବିଭାଗ କର୍ମଚାରୀ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ସେହିପରି ଶୁକ୍ରବାର ହରିଚନ୍ଦନପୁର ଥାନା ଅନ୍ତର୍ଗତ ଜଂଘିରା ନିକଟରେ ଲତା ଜୁଆଙ୍ଗ ନାମକ ଜଣେ ବୃଦ୍ଧାଙ୍କୁ ଏହି ଦନ୍ତା ଆକ୍ରମଣ କରି ଆହତ କରିଦେଇଥିଲା। ବନ ବିଭାଗ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ତାଙ୍କ ଅବସ୍ଥା ଭଲ ରହିଥିବା ଜଣାପଡ଼ିଛି। ଏନେଇ ସଦର ରେଞ୍ଜ ଅଧିକାରୀ ବିଜୟ କୁମାର ମହାନ୍ତ କହିଛନ୍ତି, ହାତୀ ଦେଖୁଥିବା ବେଳେ ହଠାତ୍‌ ଆକ୍ରମଣ କରିବାରୁ ଧାଇଁ ଯାଇ ନ ପାରିବାରୁ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ବନ ବିଭାଗ ନିୟମାନୁଯାୟୀ, ତାଙ୍କୁ ଅନୁକମ୍ପାମୂଳକ କ୍ଷତିପୂରଣ ଦିଆଯିବ। ଅନ୍ୟପକ୍ଷରେ ଆଜି କେନ୍ଦୁଝର ବନଖଣ୍ଡରେ ସମୁଦାୟ ୧୭୯ଟି ହାତୀ ଥିବା ବେଳେ ସଦର ରେଞ୍ଜରେ ଏହି ଗୋଠଛଡ଼ା ଏକୁଟିଆ ହାତୀ ବୁଲୁଛି ା ହାତୀମାନଙ୍କ ଚଳପ୍ରଚଳ ଓ ଯାତାୟାତକୁ ନୀରିକ୍ଷଣ କରାଯାଇ ଲୋକଙ୍କୁ ମେସେଜ ଦେବା ସହ ମାଇକ୍‌ରେ ସଚେତନ କରିବା ସହ ସତର୍କ କରାଯାଉଛି। ତଥାପି ଏପରି ଅଘଟଣ ଘଟୁଛି। ଲୋକମାନେ ଅଧିକରୁ ଅଧିକ ସଚେତନ ହେବା ସହ ସହଯୋଗ କରିବା ଜରୁରୀ ବୋଲି ଡିଏଫ୍‌ଓ ଏଚ୍‌.ଡି.ଧନରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri