ଦନ୍ତା ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

ବିଶୋଇ, ୨୪।୦୪(ଡି.ଏନ.ଏ): ମୟୂରଭଞ୍ଜ ଜିଲାର ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ବିଶୋଇ ବନ୍ୟପ୍ରାଣୀ ବନାଞ୍ଚଳର ସରଗଡା ବନାଞ୍ଚଳ ଅଧିନ କଁଳାପାଟ ସଂରକ୍ଷିତ ଜଙ୍ଗଲ ନିକଟରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ମହିଳା ଜଣଙ୍କ ହେଲେ ସରଗଡ଼ା ପଞ୍ଚାୟତର ଦଳେଇଡ଼ିହି ଗ୍ରାମର ପାନ ସର୍ଦ୍ଧାର (୪୮)।
ପାନ ଆଜି ସକାଳ ୧୦ ଘଟିକା ସମୟରେ ନିଜ ଘରପାଖ ୨ଶହ ମିଟର ଦୂରରେ ଥିବା କଁଳାପାଟ ଜଙ୍ଗଲକୁ ପତର ଗଟାଇବା ପାଇଁ ଯାଇଥିଲେ। ପତ୍ର ଗୋଟାଉଥିବା ସମୟରେ ପାନ ଏକ ଦନ୍ତା ହାବୁଳରେ ପଡିଯାଇଥିଲେ। ହାତୀଟି ପ୍ରଥମେ ପାନଙ୍କୁ ଶୁଣ୍ଢରେ ଧରି ଘୋଷାରିଥିଲା ତେବେ ଏହି ସମୟରେ ଶାଢ଼ିଟି ହାତୀର ଷୁଣ୍ଡରେ ଗୁଡ଼ାଇ ହୋଇଥିଲା ଫଳରେ ପାନ ତଳେ ପଡିଯାଇଥିଲେ। ମାତ୍ର,ଶାଢିଟିକୁ ଛାଡି ପାନ ହାତୀ କବଳରୁ କୌଶଳ କ୍ରମେ ଖସି ଦୌଡ଼ି ପଳାଇଥିଲେ। ଏହି ସମୟରେ ଜଙ୍ଗଲ ନିକଟରେ ଥିବା ଗୋରୁ ଚରାଳିମାନେ ପାନଙ୍କ ଚିତ୍କାର ଶୁଣି ଘଟଣାସ୍ଥଳକୁ ପହଞ୍ଚିଥିଲେ। ଫଳରେ ହାତୀଟି ଜଙ୍ଗଲ ଭିତରକୁ ପଳାଇଥିଲା। ପରେ ଗାଁ ଲୋକେ ବନ ବିଭାଗକୁ ଖବର ଦେଇଥିଲେ। ସରଗଡା ବନପାଳ ଜୀବନ ବଲ୍ଲଭ ପାତ୍ରଙ୍କ ନେତୃତ୍ୱରେ ଫାୟାର ସ୍କ୍ବାର୍ଡ ଓ ସବୁଜ ବାହିନି ଟିମ ଘଟଣାସ୍ଥଳକୁ ପହଞ୍ଚି ପାନକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବନ ବିଭାଗ ଗାଡ଼ିରେ ଗୁରୁତର ପାନଙ୍କୁ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ପାନଙ୍କ ଚିକିତ୍ସା ନିମନ୍ତେ ବନ ବିଭାଗ ପକ୍ଷରୁ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ତେବେ ପାନଙ୍କ ଆଖି ଓ କାନରେ ଆଘାତ ଲାଗିଥିବା ବେଳେ ପାନଙ୍କୁ ବାରିପଦା ପିଆରଏମକୁ ହସ୍ତାନ୍ତର କରାଯାଇଛି।
ସୂଚନାଥାଉକି, ଗତ କିଛିଦିନ ଧରି ସରଗଡା ବନାଞ୍ଚଳର କଁଳାପାଟ ଓ ସରାଳି ସଂରକ୍ଷିତ ଜଙ୍ଗଲରେ ୨ ଗୋଟି ଦନ୍ତା, ୨ ମାଈ ହାତୀ ଓ ଗୋଟିଏ ହାତୀ ଛୁଆ ବୁଲୁଥିବା ବେଳେ ଏହି ହାତୀ ମାନଙ୍କୁ ବନବିଭାଗ ପକ୍ଷରୁ ଟ୍ରେସ କରାଯାଇ ଘଉଡାଇବା ନିମନ୍ତେ ବନ ବିଭାଗ ପକ୍ଷରୁ ପ୍ରୟାସ ଜାରି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri