ଦନ୍ତା ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

ବିଶୋଇ, ୨୪।୦୪(ଡି.ଏନ.ଏ): ମୟୂରଭଞ୍ଜ ଜିଲାର ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ବିଶୋଇ ବନ୍ୟପ୍ରାଣୀ ବନାଞ୍ଚଳର ସରଗଡା ବନାଞ୍ଚଳ ଅଧିନ କଁଳାପାଟ ସଂରକ୍ଷିତ ଜଙ୍ଗଲ ନିକଟରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ମହିଳା ଜଣଙ୍କ ହେଲେ ସରଗଡ଼ା ପଞ୍ଚାୟତର ଦଳେଇଡ଼ିହି ଗ୍ରାମର ପାନ ସର୍ଦ୍ଧାର (୪୮)।
ପାନ ଆଜି ସକାଳ ୧୦ ଘଟିକା ସମୟରେ ନିଜ ଘରପାଖ ୨ଶହ ମିଟର ଦୂରରେ ଥିବା କଁଳାପାଟ ଜଙ୍ଗଲକୁ ପତର ଗଟାଇବା ପାଇଁ ଯାଇଥିଲେ। ପତ୍ର ଗୋଟାଉଥିବା ସମୟରେ ପାନ ଏକ ଦନ୍ତା ହାବୁଳରେ ପଡିଯାଇଥିଲେ। ହାତୀଟି ପ୍ରଥମେ ପାନଙ୍କୁ ଶୁଣ୍ଢରେ ଧରି ଘୋଷାରିଥିଲା ତେବେ ଏହି ସମୟରେ ଶାଢ଼ିଟି ହାତୀର ଷୁଣ୍ଡରେ ଗୁଡ଼ାଇ ହୋଇଥିଲା ଫଳରେ ପାନ ତଳେ ପଡିଯାଇଥିଲେ। ମାତ୍ର,ଶାଢିଟିକୁ ଛାଡି ପାନ ହାତୀ କବଳରୁ କୌଶଳ କ୍ରମେ ଖସି ଦୌଡ଼ି ପଳାଇଥିଲେ। ଏହି ସମୟରେ ଜଙ୍ଗଲ ନିକଟରେ ଥିବା ଗୋରୁ ଚରାଳିମାନେ ପାନଙ୍କ ଚିତ୍କାର ଶୁଣି ଘଟଣାସ୍ଥଳକୁ ପହଞ୍ଚିଥିଲେ। ଫଳରେ ହାତୀଟି ଜଙ୍ଗଲ ଭିତରକୁ ପଳାଇଥିଲା। ପରେ ଗାଁ ଲୋକେ ବନ ବିଭାଗକୁ ଖବର ଦେଇଥିଲେ। ସରଗଡା ବନପାଳ ଜୀବନ ବଲ୍ଲଭ ପାତ୍ରଙ୍କ ନେତୃତ୍ୱରେ ଫାୟାର ସ୍କ୍ବାର୍ଡ ଓ ସବୁଜ ବାହିନି ଟିମ ଘଟଣାସ୍ଥଳକୁ ପହଞ୍ଚି ପାନକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବନ ବିଭାଗ ଗାଡ଼ିରେ ଗୁରୁତର ପାନଙ୍କୁ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ପାନଙ୍କ ଚିକିତ୍ସା ନିମନ୍ତେ ବନ ବିଭାଗ ପକ୍ଷରୁ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ତେବେ ପାନଙ୍କ ଆଖି ଓ କାନରେ ଆଘାତ ଲାଗିଥିବା ବେଳେ ପାନଙ୍କୁ ବାରିପଦା ପିଆରଏମକୁ ହସ୍ତାନ୍ତର କରାଯାଇଛି।
ସୂଚନାଥାଉକି, ଗତ କିଛିଦିନ ଧରି ସରଗଡା ବନାଞ୍ଚଳର କଁଳାପାଟ ଓ ସରାଳି ସଂରକ୍ଷିତ ଜଙ୍ଗଲରେ ୨ ଗୋଟି ଦନ୍ତା, ୨ ମାଈ ହାତୀ ଓ ଗୋଟିଏ ହାତୀ ଛୁଆ ବୁଲୁଥିବା ବେଳେ ଏହି ହାତୀ ମାନଙ୍କୁ ବନବିଭାଗ ପକ୍ଷରୁ ଟ୍ରେସ କରାଯାଇ ଘଉଡାଇବା ନିମନ୍ତେ ବନ ବିଭାଗ ପକ୍ଷରୁ ପ୍ରୟାସ ଜାରି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri