Posted inଜାତୀୟ

କୃଷକ ଆନ୍ଦୋଳନକୁ ପୂରଣ ହେଲା ଏକ ବର୍ଷ, ଦିଲ୍ଲୀ ସୀମାରେ ଏକାଠି ହେଉଛନ୍ତି କୃଷକ

ନୂଆଦିଲ୍ଲୀ,୨୬ ।୧୧: କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ବିରୋଧ କରି ସାରା ଦେଶରେ କୃଷକମାନେ ଆରମ୍ଭ କରିଥିଲେ ଆନ୍ଦୋଳନ । ୨୬ ନଭେମ୍ବର ୨୦୨୦ରେ ଆରମ୍ଭ ହୋଇଥିବା ଏହି ଆନ୍ଦୋଳକୁ ବର୍ଷେ ପୁରିଛି । ହେଲେ ଆଜିବି କୃଷକମାନେ ଆନ୍ଦୋଳନରେ ବସିରହିଛନ୍ତି । କେନ୍ଦ୍ର ସରକାର କୃଷି ଆଇନକୁ ପ୍ରତ୍ୟାହାର କରି ନେବା କଥା ଘୋଷଣା କରିଥିଲେ ବି ଅନ୍ୟ କିଛି ଦାବି ଯେମିତିକି ସେମାନଙ୍କ ଉତ୍ପାଦିତ ଦ୍ରବ୍ୟର ଉଚିତ ମୂଲ୍ୟ ଭଳି ଦାବି ନେଇ ସେମାନେ ଆନ୍ଦୋଳନରେ ବସିଛନ୍ତି । କେନ୍ଦ୍ର ସରକାର ୩ କୃଷି ଆଇନକୁ ଫେରାଇ ନେବା ଘୋଷଣା କରିବା ପରେ ବି କୃଷକ ସଙ୍ଗଠନ ଘୋଷଣା କରିଥିଲା କି ଆନ୍ଦୋଳନର ବର୍ଷ ପୂର୍ତ୍ତି ଉପଲକ୍ଷେ ଦିଲ୍ଲୀ ସୀମାରେ କୃଷକମାନେ ଏକାଠି ହେବେ । ଏବେ ହରିୟାଣା, ପଞ୍ଜାବରୁ ବହୁ ସଂଖ୍ୟାରେ କୃଷକ ଦିଲ୍ଲୀ ସୀମାରେ ପହଞ୍ଚୁଥିବା ସୂଚନା ମିଳିଛି । ଇତିମଧ୍ୟରେ କେନ୍ଦ୍ର କ୍ୟାବିନେଟ ୩ କୃଷି ଆଇନକୁ ପ୍ରତ୍ୟାହାର ପ୍ରକ୍ରିୟାରେ ସହମତି ପ୍ରକାଶ କରିଛି । ଅନ୍ୟପଟେ ଦିଲ୍ଲୀ ସୀମାରେ ବହୁ ପରିମାଣରେ କୃଷକ ଏକାଠି ହେଉଥିବା ଦେଖି ବାରିକେଡ ଲଗାଇ ଦିଆଯାଇଛି । ଏହାସହ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri