ଯୁଦ୍ଧକୁ ଏକ ବର୍ଷ: ଆରମ୍ଭରୁ ବିରୋଧ ସତ୍ତ୍ୱେ ରୁଷିଆରେ ଆହୁରି ମଜଭୁତ ହେଲେ ପୁଟିନ

ମସ୍କୋ,୨୨ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୨୪ ଫେବୃୟାରୀରେ ବର୍ଷେ ପୂରଣ ହେବାକୁ ଯାଉଛି । ଶକ୍ତିଶାଳୀ ରୁଷିଆକୁ ୟୁକ୍ରେନ୍ ଯଦିଓ କଡା ଜବାବ ଦେଇ ପାରିନି ହେଲେ ମଜଭୁତ ଭାବେ ସାମ୍ନା କରିଛି । ଆଶା କରାଯାଉଥିବା ଠାରୁ ଅଧିକ ଦିନ ଚାଲିଥିବା ଏହି ଯୁଦ୍ଧରେ ରୁଷିଆକୁ ଝଟ୍‌କା ପରେ ଝଟ୍‌କା ଲାଗିଛି, ହେଲେ ଘରୋଇ ରାଜନୀତିରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଛବି ଉପରେ କୌଣସି ପ୍ରଭାବ ପଡି ନାହିଁ । ବରଂ ସେ ଆହୁରି ଶକ୍ତିଶାଳୀ ହୋଇଯାଇଛନ୍ତି ।
ରାଷ୍ଟ୍ରପତି ପୁଟିନଙ୍କ ୟୁକ୍ରେନ୍ ଉପରେ ଆକ୍ରମଣ କରିବାକୁ ପ୍ରେରିତ କରିଥିବା ଯେଉଁ ଅଭିଯୋଗ, ଅସନ୍ତୋଷ ଏବଂ ସାମ୍ରାଜ୍ୟବାଦୀ ମାନସିକତା ଥିଲା ତାହା ଏବେ ରୁଷିଆ ଲୋକଙ୍କ ଜୀବନରେ ଗଭିର ଭାବେ ଜଡିତ ହୋଇଯାଇଛି । ରୁଷିଆର କୌଣସି ସ୍ଥାନରେ ପୁଟିନଙ୍କୁ ବିରୋଧ କରାଯାଉନାହିଁ, ବରଂ ଲୋକେ ତାଙ୍କୁ ସମର୍ଥନ କରୁଛନ୍ତି ।
ୟୁକ୍ରେନ୍ ଯୁଦ୍ଧର ଆରମ୍ଭରେ ପୁଟିନକୁ ନିରବଚ୍ଛିନ୍ନ ଭାବେ ବିରୋଧ କରାଯାଉଥିଲା । ମାନବାଧିକାର କର୍ମୀ ତଥା ଉଦାରବାଦୀମାନେ ସେମାନଙ୍କ ବିରୁଦ୍ଧରେ ଠିଆ ହେଉଥିଲେ ଏବଂ ପ୍ରେକ୍ଷାଳୟରେ ଯୁଦ୍ଧ ବିରୋଧି ନାଟକ ମଧ୍ୟ ମଞ୍ଚସ୍ଥ ହୋଇଥିଲା । ହେଲେ ଗୋଟିଏ ବର୍ଷ ବିତିବା ପରେ ଉଦାରବାଦୀମାନେ ଅଦୃଶ୍ୟ ହୋଇଗଲେ ଓ ଜାତୀୟତାବାଦୀ ସ୍ୱର ଉତ୍ତୋଳନ କଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri