ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ ଯୁବକଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଏହାପରେ ଯୁବକ ହରେକୃଷ୍ଣ ସାଇଁ (୩୮) ବାନ୍ତି କରିବା ସହ ଗୁରୁତର ହୋଇପଡ଼ିଥିଲେ। ଏନେଇ ସେଠାରେ ରହୁଥିବା ଅନ୍ୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ମେଡ଼ିକାଲରେ ହରେକୃଷ୍ଣଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ। ବୁଧବାର ତାଙ୍କର ବ୍ୟବଚ୍ଛେଦ ହେବ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସେ କେଉଁଭଳି ପରିସ୍ଥିତିରେ ମୃତ୍ୟୁବରଣ କଲେ ସେନେଇ ସଠିକ ଭାବେ ଜଣାପଡ଼ିବ। ହରେକୃଷ୍ଣଙ୍କ ଶରୀରରେ କୌଣସି କ୍ଷତ ନାହିଁ। ଏଥିସହ ଯେଉଁଭଳି ଧସ୍ତାଧସ୍ତି ହୋଇଛି ତାହା ସେତେ ବଡ଼ଧରଣର ନାହିଁ। ତଥାପି ଜଣେ ସୁସ୍ଥ ସବଳ ଯୁବକ ହଠାତ କିଭଳି ମୃତ୍ୟୁବରଣ କଲେ ତାହାକୁ ନେଇ ପୋଲିସ ତଦନ୍ତ ଚଳାଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ହିଁ କହିବ ହରେକଷ୍ଣ ସାଇଁ କିଭଳି ମୃତ୍ୟୁବରଣ କରିଛନ୍ତି। ହରେକୃଷ୍ଣଙ୍କ ଘର ବଡ଼କୋଦଣ୍ଡା ହୋଇଥିବା ବେଳେ ସେ ଭଞ୍ଜନଗରରେ ବ୍ୟବସାୟ କରନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri