ମନ୍ଦିରରୁ ଫେରିବା ବେଳେ ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି, ଯୁବକ ମୃତ

ଦିଗପହଣ୍ଡି,୧୨।୩(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ ଗୁଣ୍ଠପଡା ଗ୍ରାମ ନିକଟସ୍ଥ ରାସ୍ତାରେ ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଯୁବକ ଗୁରୁତର ହୋଇଛନ୍ତି। ସମସ୍ତଙ୍କ ଘର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ବୋଲି ଜଣାପଡ଼ିଛି। ଦୁର୍ଘଟଣାରେ ଭୀଷ୍ମଗିରି ଗ୍ରାମ ପ୍ରେମ ନଗର ସାହିର ଭଗବାନ ବିଷୋୟୀଙ୍କ ପୁଅ ଅଜିତ ବିଷୋୟୀ (୨୨)ଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସାଙ୍ଗ ଏନ୍‌. ପୂର୍ଣ୍ଣ ପାତ୍ର ଏବଂ ବି . ଶଙ୍କର ପାତ୍ର ନାମକ ୨ ଯୁବକ ଗୁରୁତର ହୋଇଛନ୍ତି ।

ସୂଚନାନୁଯାୟୀ, ବୁଧବାର ୩ ସାଙ୍ଗ ଏକ ବାଇକରେ ବି. ତୁରୁବୁଡ଼ିି ଗ୍ରାମ ନିକଟ କେରାଣ୍ଡିମାଳ ପାହାଡ଼ ଉପରେ ଥିବା ମାଁ ବାଙ୍କେଶରୀ ମନ୍ଦିରକୁ ଯାଇଥିଲେ । ଅପରାହ୍ନରେ ମା’ଙ୍କ ଦର୍ଶନ ସାରି ଘରକୁ ଫେରୁଥିବା ସମୟରେ ଅପରାହ୍ନ ପ୍ରାୟ ସାଢେ ୩ ଟା ରେ ବିପରୀତ ଦିଗରୁ ଏକ ଗାଡ଼ି ସେମାନଙ୍କ ବାଇକକୁ ଧକ୍କା ଦେଇ ଦ୍ରୁତ ଗତିରେ ସେଠାରୁ ଚମ୍ପଟ ମାରିଥିଲା। ରାସ୍ତାରେ ଯାଉଥିବା କିଛି ଗ୍ରାମବାସୀ ଦିଗପହଣ୍ଡି ଥାନା ଏବଂ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଆମ୍ବୁଲାନ୍ସ କର୍ମଚାରୀ ବୃନ୍ଦ ପହଞ୍ଚି ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଉପସ୍ଥିତ ଡାକ୍ତର ଅଜିତଙ୍କୁ ମୃତ ଘୋଷଣା କରିଥିବା ବେଳେ ପୂର୍ଣ୍ଣ ଏବଂ ଶଙ୍କରଙ୍କ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟାପନ୍ନ ଥିବାରୁ ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ପୋଲିସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ପରିବାରଲୋକଙ୍କ ଉପସ୍ଥିତିରେ ଅଜିତଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛନ୍ତି। ଏନେଇ ଥାନାରେ ମକଦ୍ଦମା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri