Posted inଖେଳ

ଆଜିଠୁ ଦିନିକିଆ କ୍ରିକେଟ ବିଶ୍ୱକପ

ଅହମଦାବାଦ, ୫।୧୦: ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଗତଥରର ଚାମ୍ପିୟନ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଅନୁଷ୍ଠିତ ହେବ। ଏହା ଗତ ସଂସ୍କରଣ ଫାଇନାଲର ରି ମ୍ୟାଚ ସଦୃଶ। ଗତଥର ନ୍ୟୁଜିଲାଣ୍ଡକୁ ହରାଇ ଇଂଲଣ୍ଡ ଚାମ୍ପିୟନ ହୋଇଥିଲା। ଏଥର ଆରମ୍ଭରୁ ଇଂଲଣ୍ଡକୁ ହରାଇ ନ୍ୟୁଜିଲାଣ୍ଡ ଏହାର ମଧୁର ପ୍ରତିଶୋଧ ନେବା ସୁଯୋଗ ଆସିଛି। ଇଂଲଣ୍ଡ କେବଳ ଦିନିକିଆରେ ନୁହେଁ ଟି୨୦ରେ ମଧ୍ୟ ବିଶ୍ୱ ଚାମ୍ପିୟନ।

ତେଣୁ ୪ ବର୍ଷ ମଧ୍ୟରେ ତୃତୀୟ ବିଶ୍ୱକପ ହାସଲ ଲକ୍ଷ୍ୟରେ ରହିଛି ଜୋଶ୍‌ ବଟଲରଙ୍କ ଦଳ। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ କେବେହେଲେ ବିଶ୍ୱକପ ଜିତି ପାରିନାହିଁ। ଏଥର ମଧ୍ୟ ଦଳକୁ ଆରମ୍ଭରୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଅସ୍ତ୍ରୋପଚାର ଜନିତ କାରଣ ଯୋଗୁ ଅଧିନାୟକ କେନ୍‌ ଓ୍ବିଲିୟମସନ ଓ ଦ୍ରୁତ ବୋଲର ଟିମ୍‌ ସୌଦୀ ପ୍ରଥମ ମ୍ୟାଚ ଖେଳି ପାରିବେ ନାହିଁ। ଅହମଦାବାଦ ପିଚ୍‌ ସାଧାରଣତଃ ବ୍ୟାଟ୍ସମ୍ୟାନଙ୍କୁ ସୁହାଇଥାଏ। ଇଂଲଣ୍ଡର ବ୍ୟାଟିଂ ଲାଇନ୍‌ଅପ୍‌ ଦୃଢ଼ ଥିବାରୁ ଆଗାମୀ ମ୍ୟାଚ ପାଇଁ ଫେଭରାଇଟ ରହିଛି। ବିଶେଷ କରି ବେନ୍‌ ଷ୍ଟୋକ୍ସ ଅବସରରୁ ଫେରିବା, ଲିଆମ ଲିଭିଂଷ୍ଟୋନ, ଜନି ବେୟାରଷ୍ଟୋ, ହାରି ବ୍ରୁକ୍ସଙ୍କ ପରି ବିସ୍ଫୋରକ ବ୍ୟାଟର ଓ ମୋଇନ ଅଲୀ ଓ କ୍ରିସ୍‌ ଓ୍ବକ୍ସଙ୍କ ପରି ଅଲ୍‌ରାଉଣ୍ଡରଙ୍କ ଉପସ୍ଥିତି ଦଳକୁ ମଜଭୁତ କରିଛି। ଆଇପିଏଲ୍‌ରେ ଖେଳିବା ଅଭିଜ୍ଞତା ମଧ୍ୟ ବେଶ୍‌ ଉପଯୋଗୀ ହେବ ବୋଲି ଆଶା କରାଯାଉଛି।

ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ଆଇସିସି ଟୁର୍ନାମେଣ୍ଟ ଗୁଡ଼ିକରେ ସବୁବେଳେ ନିଜର ଉପସ୍ଥିତି ଜାହିର କରିଛି। ୨୦୧୫ ଓ ୨୦୧୯ ଦିନିକିଆ ବିଶ୍ୱକପ ଏବଂ ୨୦୨୧ ଟି୨୦ ବିଶ୍ୱକପର ଫାଇନାଲରେ ପ୍ରବେଶ କରି ଏହି ଦଳ ନିଜ ଦକ୍ଷତା ପ୍ରମାଣିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?