‘ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ’

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶାର ସବୁ ଜିଲାରେ ଗୁରୁବାରଠାରୁ ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ (ଗୋଟିଏ ଦେଶ, ଗୋଟିଏ ରାଶନ) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡ଼ିଶାରେ ଏବଂ ଓଡ଼ିଶା ଲୋକ ରାଜ୍ୟ ବାହାରେ ନିଜ ପସନ୍ଦର ଦୋକାନରୁ ରାଶନ ପାଇପାରିବେ। ରାଜ୍ୟର ୧୦,୫୭୮ ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇବେ। ଏଥିସହିତ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପାଇଲଟ୍‌ ପ୍ରକଳ୍ପ ଭାବରେ ମାଲକାନଗିରି ଜିଲାରେ ଭିଟାମିନ୍‌ଯୁକ୍ତ ଚାଉଳ ପ୍ରଦାନ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଯାଇଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ଉକ୍ତ ଦୁଇଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ସ୍ବାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର। ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ। ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଏହି ଅଧିକାରକୁ ଆମେ ସବୁବେଳେ ସମ୍ମାନ ଜଣାଇଆସିଛୁ। ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମର ଉଦ୍ୟମ ଜାରି ରହିବ। ଭିଟାମିନ୍‌ଯୁକ୍ତ ଚାଉଳରେ ଭିଟାମିନ୍‌ ବି-୧୨ ଓ ଫୋଲିକ୍‌ ଏସିଡ୍‌ ଥିବାରୁ ଏହା ଗରିବ ଲୋକମାନଙ୍କ ସହିତ ବିଶେଷକରି ମହିଳା ଏବଂ ବାଳିକାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦିଗରେ ବହୁତ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଖାଦ୍ୟ ସୁରକ୍ଷା ରାଜ୍ୟ ସରକାରଙ୍କ ସବୁଠାରୁ ବଡ଼ କଲ୍ୟାଣ କାର୍ଯ୍ୟକ୍ରମ। ଏହା ଜରିଆରେ ରାଜ୍ୟର ୯୩ ଲକ୍ଷ ପରିବାର ଓ ସାଢେ ୩ କୋଟି ଲୋକ ଉପକାର ପାଉଛନ୍ତି। ୨୦୦୮ରେ କେଜି ୨ ଟଙ୍କାରେ ଓ ୨୦୧୩ରୁ କେଜି ୧ ଟଙ୍କାରେ ରାଜ୍ୟ ସରକାର ଚାଉଳ ଯୋଗାଇ ଆସୁଛନ୍ତି। ଜଣେ ବି ଗରିବ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହୁଏ, ତାହା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କେଜି ପ୍ରତି ୧ ଟଙ୍କାରେ ଚାଉଳ ମିଳିବା ଦ୍ବାରା ଗରିବ ଲୋକଙ୍କର ଖାଦ୍ୟ ନିରାପତ୍ତା ମଜଭୁତ ହୋଇଛି। ଖାଦ୍ୟ ନିରାପତ୍ତା ସହିତ ରାଜ୍ୟ ସରକାର ବିନା ମୂଲ୍ୟରେ ପିଲାମାନଙ୍କ ପାଇଁ ଶିକ୍ଷା ବ୍ୟବସ୍ଥା କରିଛନ୍ତି। ଜୋତାଠାରୁ ଆରମ୍ଭ କରି ପୋଷାକ, ବହି, ସାଇକେଲ ଇତ୍ୟାଦି ସରକାର ଯୋଗାଇ ଦେଉଛନ୍ତି। ସ୍ବାସ୍ଥ୍ୟ ସୁବିଧା ପାଇଁ ସବୁ ସରକାରୀ ଡାକ୍ତରଖାନାରେ ସମସ୍ତଙ୍କ ପାଇଁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉଛି। ଏଥିସହିତ ଗରିବ ଲୋକଙ୍କ ପାଇଁ ବିଭିନ୍ନ ରୋଜଗାର ଯୋଜନା ମଧ୍ୟ କାର୍ଯ୍ୟକାରୀ କରାଯାଉଛି। ମିଶନ ଶକ୍ତି କାର୍ଯ୍ୟକ୍ରମ ମଧ୍ୟ ଗରିବ ପରିବାରର ମା’ମାନଙ୍କୁ ରୋଜଗାର ଦେଇଛି। ଚାଷୀଙ୍କ ପାଇଁ ‘କାଳିଆ’ ଯୋଜନା ସାରା ରାଜ୍ୟରେ ଆଦର ଲାଭ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୋଭିଡ୍‌ ମହାମାରୀ ସମୟରେ ଗରିବ ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ଗୁରୁତ୍ୱ ଦେଇ ସେ କହିଛନ୍ତି,କୋଭିଡ୍‌ ମହାମାରୀ ଗରିବ ଲୋକଙ୍କର ରୋଜଗାର ଉପରେ ଗଭୀର ପ୍ରଭାବ ପକାଇଛି। ଗରିବ ଲୋକଙ୍କ ରୋଜଗାର ପାଇଁ ଚାଷୀ, ମହିଳା, ଶ୍ରମିକମାନଙ୍କ ସକାଶେ ରାଜ୍ୟ ସରକାର ୨୦୦୦ କୋଟି ଟଙ୍କାର ସହାୟତା ଦେଇଛନ୍ତି। ଏହିସବୁ କାର୍ଯ୍ୟକ୍ରମ ଗରିବ ଲୋକଙ୍କ ସାମାଜିକ ସ୍ଥିତିରେ ଉନ୍ନତି ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କ ସକାଶେ ଖାଦ୍ୟ ସୁରକ୍ଷା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ଖାଦ୍ୟ ସୁରକ୍ଷାରେ ଓଡ଼ିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି। ଏ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱକୁ ସେ ପ୍ରଶଂସା କରିଥିଲେ।
ମାଲକାନଗିରିଠାରେ ଉପସ୍ଥିତ ରହି ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି ଯେ ଭିଟାମିନ୍‌ଯୁକ୍ତ ଚାଉଳ ମାଲକାନଗିରିର ଜନସାଧାରଣଙ୍କ ପୁଷ୍ଟି ସାଧନରେ ସହାୟକ ହୋଇପାରିବ। ଗରିବ ଓ ଆଦିବାସୀମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିମୂଳକ ପଦକ୍ଷେପର ସେ ଉଚ୍ଚପ୍ରଶଂସା କରିଥିଲେ। ସେହିପରି ବ୍ରହ୍ମପୁରଠାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରାଜ୍ୟ ସରକାରଙ୍କ ଦ୍ୱାରା ଗଞ୍ଜାମ ଜିଲାର ଉନ୍ନତି ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ଭୁବନେଶ୍ବରଠାରେ ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଯୋଗୁ ଓଡ଼ିଶା ଅନେକ କାର୍ଯ୍ୟକ୍ରମରେ ସାରା ଦେଶରେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଆଦର୍ଶ ହୋଇପାରିଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଯାହା କରୁଛନ୍ତି, ସାରା ଦେଶ ତାକୁ ଗ୍ରହଣ କରୁଛି ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ଏବଂ ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ।
ସୂଚନାଯୋଗ୍ୟ ଯେ ଗରିବ ଶ୍ରମିକମାନେ କାମଧନ୍ଦା ଅନ୍ବେଷଣରେ ଅନେକ ସମୟରେ ରାଜ୍ୟ ଭିତରେ ଓ ବାହାର ରାଜ୍ୟକୁ ସପରିବାର ଯାଉଛନ୍ତି। ସେମାନଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ୟ ସ୍ଥାନରେ ରାଶନ ମିଳିପାରୁ ନ ଥିଲା। ଓ୍ବାନ୍‌ ନେଶନ, ଓ୍ବାନ୍‌ ରାଶନ ବ୍ୟବସ୍ଥା କାର୍ଯ୍ୟକାରୀ ହେବା ପରେ ରାଶନ କାର୍ଡଧାରୀମାନେ ଯେଉଁ ଅଞ୍ଚଳରେ ଥିବେ ସେଠାରୁ ମଧ୍ୟ ଖାଦ୍ୟ ସାମଗ୍ରୀ ନେଇପାରିବେ।
ପୂର୍ବରୁ ଭୁବନେଶ୍ବର ମହାନଗର ନିଗମରେ ପାଇଲଟ ପ୍ରକଳ୍ପ ଭାବେ ୱାନ୍‌ ନେଶନ, ୱାନ୍‌ ରାଶନ ଯୋଜନା କାର୍ଯ୍ୟକାରୀ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ.ପାଣ୍ଡିଆନ ଏହି କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଭି.ଭି. ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗର ଅତିରିକ୍ତ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌. କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri