‘ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ’

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶାର ସବୁ ଜିଲାରେ ଗୁରୁବାରଠାରୁ ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ (ଗୋଟିଏ ଦେଶ, ଗୋଟିଏ ରାଶନ) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡ଼ିଶାରେ ଏବଂ ଓଡ଼ିଶା ଲୋକ ରାଜ୍ୟ ବାହାରେ ନିଜ ପସନ୍ଦର ଦୋକାନରୁ ରାଶନ ପାଇପାରିବେ। ରାଜ୍ୟର ୧୦,୫୭୮ ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇବେ। ଏଥିସହିତ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପାଇଲଟ୍‌ ପ୍ରକଳ୍ପ ଭାବରେ ମାଲକାନଗିରି ଜିଲାରେ ଭିଟାମିନ୍‌ଯୁକ୍ତ ଚାଉଳ ପ୍ରଦାନ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଯାଇଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ଉକ୍ତ ଦୁଇଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ସ୍ବାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର। ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ। ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଏହି ଅଧିକାରକୁ ଆମେ ସବୁବେଳେ ସମ୍ମାନ ଜଣାଇଆସିଛୁ। ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମର ଉଦ୍ୟମ ଜାରି ରହିବ। ଭିଟାମିନ୍‌ଯୁକ୍ତ ଚାଉଳରେ ଭିଟାମିନ୍‌ ବି-୧୨ ଓ ଫୋଲିକ୍‌ ଏସିଡ୍‌ ଥିବାରୁ ଏହା ଗରିବ ଲୋକମାନଙ୍କ ସହିତ ବିଶେଷକରି ମହିଳା ଏବଂ ବାଳିକାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦିଗରେ ବହୁତ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଖାଦ୍ୟ ସୁରକ୍ଷା ରାଜ୍ୟ ସରକାରଙ୍କ ସବୁଠାରୁ ବଡ଼ କଲ୍ୟାଣ କାର୍ଯ୍ୟକ୍ରମ। ଏହା ଜରିଆରେ ରାଜ୍ୟର ୯୩ ଲକ୍ଷ ପରିବାର ଓ ସାଢେ ୩ କୋଟି ଲୋକ ଉପକାର ପାଉଛନ୍ତି। ୨୦୦୮ରେ କେଜି ୨ ଟଙ୍କାରେ ଓ ୨୦୧୩ରୁ କେଜି ୧ ଟଙ୍କାରେ ରାଜ୍ୟ ସରକାର ଚାଉଳ ଯୋଗାଇ ଆସୁଛନ୍ତି। ଜଣେ ବି ଗରିବ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହୁଏ, ତାହା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କେଜି ପ୍ରତି ୧ ଟଙ୍କାରେ ଚାଉଳ ମିଳିବା ଦ୍ବାରା ଗରିବ ଲୋକଙ୍କର ଖାଦ୍ୟ ନିରାପତ୍ତା ମଜଭୁତ ହୋଇଛି। ଖାଦ୍ୟ ନିରାପତ୍ତା ସହିତ ରାଜ୍ୟ ସରକାର ବିନା ମୂଲ୍ୟରେ ପିଲାମାନଙ୍କ ପାଇଁ ଶିକ୍ଷା ବ୍ୟବସ୍ଥା କରିଛନ୍ତି। ଜୋତାଠାରୁ ଆରମ୍ଭ କରି ପୋଷାକ, ବହି, ସାଇକେଲ ଇତ୍ୟାଦି ସରକାର ଯୋଗାଇ ଦେଉଛନ୍ତି। ସ୍ବାସ୍ଥ୍ୟ ସୁବିଧା ପାଇଁ ସବୁ ସରକାରୀ ଡାକ୍ତରଖାନାରେ ସମସ୍ତଙ୍କ ପାଇଁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉଛି। ଏଥିସହିତ ଗରିବ ଲୋକଙ୍କ ପାଇଁ ବିଭିନ୍ନ ରୋଜଗାର ଯୋଜନା ମଧ୍ୟ କାର୍ଯ୍ୟକାରୀ କରାଯାଉଛି। ମିଶନ ଶକ୍ତି କାର୍ଯ୍ୟକ୍ରମ ମଧ୍ୟ ଗରିବ ପରିବାରର ମା’ମାନଙ୍କୁ ରୋଜଗାର ଦେଇଛି। ଚାଷୀଙ୍କ ପାଇଁ ‘କାଳିଆ’ ଯୋଜନା ସାରା ରାଜ୍ୟରେ ଆଦର ଲାଭ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୋଭିଡ୍‌ ମହାମାରୀ ସମୟରେ ଗରିବ ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ଗୁରୁତ୍ୱ ଦେଇ ସେ କହିଛନ୍ତି,କୋଭିଡ୍‌ ମହାମାରୀ ଗରିବ ଲୋକଙ୍କର ରୋଜଗାର ଉପରେ ଗଭୀର ପ୍ରଭାବ ପକାଇଛି। ଗରିବ ଲୋକଙ୍କ ରୋଜଗାର ପାଇଁ ଚାଷୀ, ମହିଳା, ଶ୍ରମିକମାନଙ୍କ ସକାଶେ ରାଜ୍ୟ ସରକାର ୨୦୦୦ କୋଟି ଟଙ୍କାର ସହାୟତା ଦେଇଛନ୍ତି। ଏହିସବୁ କାର୍ଯ୍ୟକ୍ରମ ଗରିବ ଲୋକଙ୍କ ସାମାଜିକ ସ୍ଥିତିରେ ଉନ୍ନତି ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କ ସକାଶେ ଖାଦ୍ୟ ସୁରକ୍ଷା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ଖାଦ୍ୟ ସୁରକ୍ଷାରେ ଓଡ଼ିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି। ଏ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱକୁ ସେ ପ୍ରଶଂସା କରିଥିଲେ।
ମାଲକାନଗିରିଠାରେ ଉପସ୍ଥିତ ରହି ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି ଯେ ଭିଟାମିନ୍‌ଯୁକ୍ତ ଚାଉଳ ମାଲକାନଗିରିର ଜନସାଧାରଣଙ୍କ ପୁଷ୍ଟି ସାଧନରେ ସହାୟକ ହୋଇପାରିବ। ଗରିବ ଓ ଆଦିବାସୀମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିମୂଳକ ପଦକ୍ଷେପର ସେ ଉଚ୍ଚପ୍ରଶଂସା କରିଥିଲେ। ସେହିପରି ବ୍ରହ୍ମପୁରଠାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରାଜ୍ୟ ସରକାରଙ୍କ ଦ୍ୱାରା ଗଞ୍ଜାମ ଜିଲାର ଉନ୍ନତି ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ଭୁବନେଶ୍ବରଠାରେ ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଯୋଗୁ ଓଡ଼ିଶା ଅନେକ କାର୍ଯ୍ୟକ୍ରମରେ ସାରା ଦେଶରେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଆଦର୍ଶ ହୋଇପାରିଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଯାହା କରୁଛନ୍ତି, ସାରା ଦେଶ ତାକୁ ଗ୍ରହଣ କରୁଛି ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ଏବଂ ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ।
ସୂଚନାଯୋଗ୍ୟ ଯେ ଗରିବ ଶ୍ରମିକମାନେ କାମଧନ୍ଦା ଅନ୍ବେଷଣରେ ଅନେକ ସମୟରେ ରାଜ୍ୟ ଭିତରେ ଓ ବାହାର ରାଜ୍ୟକୁ ସପରିବାର ଯାଉଛନ୍ତି। ସେମାନଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ୟ ସ୍ଥାନରେ ରାଶନ ମିଳିପାରୁ ନ ଥିଲା। ଓ୍ବାନ୍‌ ନେଶନ, ଓ୍ବାନ୍‌ ରାଶନ ବ୍ୟବସ୍ଥା କାର୍ଯ୍ୟକାରୀ ହେବା ପରେ ରାଶନ କାର୍ଡଧାରୀମାନେ ଯେଉଁ ଅଞ୍ଚଳରେ ଥିବେ ସେଠାରୁ ମଧ୍ୟ ଖାଦ୍ୟ ସାମଗ୍ରୀ ନେଇପାରିବେ।
ପୂର୍ବରୁ ଭୁବନେଶ୍ବର ମହାନଗର ନିଗମରେ ପାଇଲଟ ପ୍ରକଳ୍ପ ଭାବେ ୱାନ୍‌ ନେଶନ, ୱାନ୍‌ ରାଶନ ଯୋଜନା କାର୍ଯ୍ୟକାରୀ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ.ପାଣ୍ଡିଆନ ଏହି କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଭି.ଭି. ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗର ଅତିରିକ୍ତ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌. କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri