Posted inଜାତୀୟ

ଇନ୍ଦୋରରେ ସର୍ଟ ସର୍କିଟ ନୁହେଁ ଏକତରଫା ପ୍ରେମ ନେଲା ୭ ଜୀବନ

ଇନ୍ଦୋର,୮ ।୫: ମଧ୍ୟପ୍ରଦେଶ ଇନ୍ଦୋରରେ ସ୍ୱର୍ଣ୍ଣବାଗ କଲୋନୀରେ ଏକ ଦୁଇ ମହଲା ଘରେ ଶନିବାର ନିଆଁ ଲାଗି ୭ ଜଣଙ୍କ ମୃତ୍ୟୁ ଖବର ଏବେ ନୂଆ ମୋଡ ନେଇଛି । ଏଥିରେ ଏକ ଦମ୍ପତିଙ୍କ ସହ ୭ ଜଣଙ୍କ ମୃତ୍ୟୁର ଯାଞ୍ଚ ସମୟରେ ପୋଲିସ ଅଗ୍ନିକାଣ୍ଡର ସତ୍ୟତା ଜାଣିବାକୁ ପାଇଛି । ପୋଲିସ କହିଛି ୨୭ ବର୍ଷିୟ ଜଣେ ଯୁବକ ସ୍ୱର୍ଣ୍ଣବାଗ କଲୋନୀରେ ରହୁଥିବା ଜଣେ ଯୁବତୀଙ୍କୁ ପ୍ରେମ ବିବାହ କରିବାକୁ ଚାହୁଁଥିଲେ । ହେଲେ ଏଥିରେ ସଫଳ ନ ହେବାରୁ ଏହାର ପ୍ରତିଶୋଧ ନେବାକୁ ଯାଇ ସେ ପାର୍କିଂରେ ଥିବା ଯୁବତୀଙ୍କ ସ୍କୁଟରରେ ନିଆଁ ଲଗାଇ ଦେଇଥିଲେ । କିନ୍ତୁ ପରେ ନିଆଁ ଏତେ ମାତ୍ରାରେ ବ୍ୟାପି ଯାଇଥିଲା ଯେ ଏହାକୁ ଆୟତ୍ତ କରି ହୋଇ ନ ଥିଲା ଓ ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିଲା । ଅଭିଯୁକ୍ତ ଫେରାର ଥିବା ବେଳେ ପୋଲିସ ତାଙ୍କ ବିରୋଧରେ ହତ୍ୟା ଓ ଅନ୍ୟ ମାମଲା ରୁଜୁ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri