ଶତାବ୍ଦୀର ଦୀର୍ଘତମ ଚନ୍ଦ୍ରଗ୍ରହଣ ନଭେମ୍ବର ୧୯ରେ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୭।୧୧: ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ନଭେମ୍ବର ୧୯ରେ ହେବାକୁ ଯାଉଛି। ଆମେରିକାର ସ୍ପେସ ଏଜେନ୍ସି ନାସା କହିଛି ଯେ ଏହା ଶତାବ୍ଦୀର ଦୀର୍ଘତମ ଚନ୍ଦ୍ରଗ୍ରହଣ। ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ଏହା ହେବ। ଏହି ଅବସରରେ ପୃଥିବୀ ସୂର୍ଯ୍ୟ ଏବଂ ଚନ୍ଦ୍ର ମଧ୍ୟରେ ଅତିକ୍ରମ କରିବ। ଚନ୍ଦ୍ର ଗ୍ରହଣ ପୂର୍ବାହ୍ନ ୧୧ଟା ୩୦ରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ୩୦ରେ ପୂର୍ଣ୍ଣ ଗ୍ରାସ ହେବ। ଅପରାହ୍ନ ୫ଟା ୩୩ରେ ମୋକ୍ଷ ଘଟିବ। ଗ୍ରହଣ ଦୀର୍ଘ ୩ ଘଣ୍ଟା ୨୮ ମିନିଟ୍‌ ୨୩ ସେକେଣ୍ଡ ଧରି ଲାଗିବ ବୋଲି ନାସା କହିଛି। ଏହି ସମୟରେ ଚନ୍ଦ୍ର ସମ୍ପୂର୍ଣ୍ଣ ଲାଲ୍‌ ରଙ୍ଗ ଧାରଣ କରିବ। ଚନ୍ଦ୍ରଙ୍କର ୯୭ ପ୍ରତିଶତ ଅଂଶ ଗ୍ରହଣ ସମୟରେ ଆଚ୍ଛଦିତ ହେବ। ଏହା ଭାରତରେ ମଧ୍ୟ ଦେଖିବାକୁ ମିଳିବ। ଏହାପୂର୍ବରୁ, ୨୬ ମେ’ରେ ଚନ୍ଦ୍ରଗ୍ରହଣ ହୋଇଥିଲା।

ଜ୍ୟୋର୍ତିବିଜ୍ଞାନୀମାନଙ୍କ ଅନୁଯାୟୀ, ୨୦୦୧ ରୁ ୨୦୨୧ ମଧ୍ୟରେ ଏଭଳି ଘଟଣା ପ୍ରଥମ ଥର ପାଇଁ ଘଟିବାକୁ ଯାଉଛି। ନାସା ପକ୍ଷରୁ କୁହାଯାଇଛି ଏକବିଂଶ ଶତାବ୍ଦୀରେ ପୃଥିବୀରେ ୨୨୮ଟି ଚନ୍ଦ୍ରଗ୍ରହଣ ଦେଖାଯିବ। ଗୋଟିଏ ମାସରେ ୨ ଏବଂ ୩ଟି ଚନ୍ଦ୍ରଗ୍ରହଣ ଅବା ସୂର୍ଯ୍ୟପରାଗ ମଧ୍ୟ ଦେଖାଯିବ। ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଭାରତର ଆସାମ ଏବଂ ଅରୁଣାଚଳପ୍ରଦେଶରେ ଦୃଶ୍ୟମାନ ହେବ।

ଉତ୍ତର ଆମେରିକାର ଲୋକମାନେ ଶତାବ୍ଦୀର ଦୀର୍ଘତମ ଚନ୍ଦ୍ରଗ୍ରହଣ ଦେଖିବାର ସୁଯୋଗ ଲାଭ କରିବେ। ସେହିପରି ମେକ୍ସିକୋ, ଅଷ୍ଟ୍ରେଲିଆ, ପୂର୍ବ ଏସିଆ ଏବଂ ଉତ୍ତର ୟୁରୋପରେ ମଧ୍ୟ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବ। ଏହାପରେ ଚଳିତ ବର୍ଷ ଡିସେମ୍ବର ୪ରେ ବର୍ଷର ଶେଷ ସୂର୍ଯ୍ୟପରାଗ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri