୨୫ଟଙ୍କାରେ ବିକ୍ରି ହେଉଛି ପିଆଜ

ନୂଆଦିଲ୍ଲୀ,୫।୧୧: ଖରିଫ ଫସଲ ଆସିବାରେ ବିଳମ୍ବ ହେବା କାରଣରୁ ପିଆଜ ଦର ବୃଦ୍ଧିରୁ ଉପଭୋକ୍ତାମାନଙ୍କୁ ରକ୍ଷାକରିବା ପାଇଁ ସରକାର ବଫରରୁ ପିଆଜ କିଲୋ ପିଛା ୨୫ ଟଙ୍କା ରିହାତି ଦରରେ ଖୁଚୁରା ବିକ୍ରି ଆରମ୍ଭ କରିଛନ୍ତି । ଘରୋଇ ଉପଭୋକ୍ତାମାନଙ୍କ ପାଇଁ ପିଆଜର ଉପଲବ୍ଧତା ଏବଂ ସୁଲଭ ମୂଲ୍ୟରେ ଯୋଗାଣ ସୁନିଶ୍ଚିତ କରିବା ନିମନ୍ତେ ନିଆଯାଇଥିବା ପଦକ୍ଷେପ ବ୍ୟତୀତ ଆଉ ଅନ୍ୟ ପଦକ୍ଷେପ ଆରମ୍ଭ ହୋଇଛି। ୨୦୨୩ ଅକ୍ଟୋବର ୨୯ରୁ ପ୍ରତି ମେଟ୍ରିକ ଟନ୍‌ ପିଛା ସର୍ବନିମ୍ନ ରପ୍ତାନି ମୂଲ୍ୟ (ଏମ୍‌ଇପି) ଲାଗୁ କରିବା, ବଫର କ୍ରୟ ପୂର୍ବରୁ ୫.୦୬ ଲକ୍ଷ ଟନ୍‌ ହୋଇଥିବା ବେଳେ ଅତିରିକ୍ତ ୨ଲକ୍ଷ ଟନ୍‌ ବୃଦ୍ଧି କରିବା ଏବଂ ଅଗଷ୍ଟ ୨ୟ ସପ୍ତାହରୁ ଖୁଚୁରା ବିକ୍ରି, ଇ-ନାମ ନିଲାମ ଏବଂ ହୋଲ୍‌ସେଲ୍‌ ବଜାରରେ ବ୍ୟାପକ ବିକ୍ରି ମାଧ୍ୟମରେ ପିଆଜର ନିରନ୍ତର ନିଷ୍କାସନ ଆରମ୍ଭ ହୋଇଛି। ଖାଉଟି ବ୍ୟାପାର ବିଭାଗ ଏନ୍‌ସିସିଏଫ୍‌,ନାଫେଡ୍‌,କେନ୍ଦ୍ରୀୟ ଭଣ୍ଡାର ଏବଂ ଅନ୍ୟ ରାଜ୍ୟ ନିୟନ୍ତ୍ରିତ ସମବାୟ ସମିତି ଦ୍ୱାରା ପରିଚାଳିତ ଖୁଚୁରା ଦୋକାନ ଏବଂ ମୋବାଇଲ ଭ୍ୟାନ୍‌ ମାଧ୍ୟମରେ ପିଆଜ କିଲୋ ପିଛା ୨୫ ଟଙ୍କା ରିହାତି ମୂଲ୍ୟରେ ବିକ୍ରି ଆରମ୍ଭ କରିଛି। ୨୦୨୩ ନଭେମ୍ବର ୨ ସୁଦ୍ଧା ନାଫେଡ୍‌ ୨୧ଟି ରାଜ୍ୟର ୫୫ଟି ସହରରେ ୩୨୯ ରିଟେଲ୍‌ ପଏଣ୍ଟ ସ୍ଥାପନ କରିଛି,ଯେଉଁଥିରେ ଷ୍ଟେଶନ ଆଉଟଲେଟ୍‌ ଓ ମୋବାଇଲ୍‌ ଭ୍ୟାନ୍‌ ରହିଛି । ସେହିପରି ଏନ୍‌ସିସିଏଫ୍‌ ପକ୍ଷରୁ ୨୦ଟି ରାଜ୍ୟର ୫୪ ସହରରେ ୪୫୭ ରିଟେଲ ପଏଣ୍ଟ ସ୍ଥାପନ କରାଯାଇଛି । କେନ୍ଦ୍ରୀୟ ଭଣ୍ଡାର ମଧ୍ୟ ୩ ନଭେମ୍ବର, ୨୦୨୩ ରୁ ଦିଲ୍ଲୀ-ଏନ୍‌ସିଆର୍‌ରେ ଏହାର ଖୁଚୁରା ଦୋକାନ ମାଧ୍ୟମରେ ପିଆଜର ଖୁଚୁରା ଯୋଗାଣ ଆରମ୍ଭ କରିଛି ଏବଂ ସଫଲ ମଦର ଡେଏରୀ ପକ୍ଷରୁ ବିକ୍ରି ଚଳିତ ସପ୍ତାହ ଶେଷରୁ ଆରମ୍ଭ ହେବ। ତେଲଙ୍ଗାନା ଏବଂ ଅନ୍ୟାନ୍ୟ ଦକ୍ଷିଣ ଭାରତ ରାଜ୍ୟରେ ଉପଭୋକ୍ତାମାନଙ୍କୁ ପିଆଜର ଖୁଚୁରା ବିକ୍ରୟ ହାଇଦ୍ରାବାଦ କୃଷି ସମବାୟ ସଂଘ (ଏଚ୍‌ଏସିଏ) ଦ୍ୱାରା ହାତକୁ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri