Odisha Elections 2024

ପିଆଜ ରପ୍ତାନି ଉପରୁ ହଟିଲା କଟକଣା

ଭୁବନେଶ୍ୱର,୫।୫(ଅନୁରାଧା ମହାରଣା): ଘରୋଇ ବଜାରରେ ପିଆଜ ଦରବୃଦ୍ଧିରେ ଲଗାମ ଲଗାଇବା ପାଇଁ କେନ୍ଦ୍ର ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ପୂର୍ବରୁ ପିଆଜ ରପ୍ତାନି ଉପରେ ସରକାର କଟକଣା ଜାରି କରିଥିବାବେଳେ ବର୍ତ୍ତମାନ ଏହି କଟକଣା ପ୍ରତ୍ୟାହର କରାଯାଇଛି। ମାତ୍ର ପିଆଜ ରପ୍ତାନି ଉପରେ ଶୁଳ୍କ ଲାଗୁ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଏକ ସରକାରୀ ବିବୃତିରେ କୁହାଯାଇଛି, ପିଆଜ ରପ୍ତାନି ଉପରେ ସରକାର ୪୦ ପ୍ରତିଶତ ରପ୍ତାନି ଶୁଳ୍କ ବଳବତ୍ତର ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଘରୋଇ ବଜାରରେ ପିଆଜ ଦର ବଢ଼ିବା ପରେ ଗତ ବର୍ଷ ଅଗଷ୍ଟରେ ପିଆଜ ରପ୍ତାନି ଉପରେ ସରକାର ୪୦ ପ୍ରତିଶତ ରପ୍ତାନି ଶୁଳ୍କ ଲାଗୁ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ୨୦୨୩ ଡିସେମ୍ବର ୩୧ ପର୍ଯ୍ୟନ୍ତ ରପ୍ତାନି ଶୁଳ୍କ ଲାଗୁ କରାଯାଇଥିଲା। ତେବେ ଏହା ପରେ ମଧ୍ୟ ଘରୋଇ ବଜାରରେ ଯୋଗାଣରେ କୌଣସି ଉନ୍ନତି ନ ହେବାରୁ ସରକାର ପିଆଜ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଥିଲେ। ପରବର୍ତ୍ତୀ ସମୟରେ ପିଆଜ ରପ୍ତାନି ଉପରେ କଟକଣା ମଧ୍ୟରେ କିଛି ପଡ଼ୋଶୀ ଦେଶକୁ ପିଆଜ ପଠାଇବାକୁ ଭାରତ ସରକାର ନିକଟରେ ଅନୁମୋଦନ ଦେଇଛନ୍ତି।

ଗତ ମାସରେ କେନ୍ଦ୍ର ସରକାର ସୂଚନା ଦେଇଥିଲେ ଯେ ୬ ଦେଶକୁ ପ୍ରାୟ ୧ ଲକ୍ଷ ଟନ ପିଆଜ ରପ୍ତାନି ପାଇଁ ଅନୁମୋଦନ ଦିଆଯାଇଛି। ପିଆଜ ରପ୍ତାନି ପାଇଁ ଅନୁମତି ପାଇଥିବା ଦେଶ ମଧ୍ୟରେ ବାଂଲାଦେଶ, ସଂଯୁକ୍ତ ଆରବ ଏମିରେଟ୍ସ, ଭୁଟାନ, ବାହାରିନ୍‌, ମରିସସ୍‌ ଏବଂ ଶ୍ରୀଲଙ୍କା ରହିଛି। ଏହି ସମସ୍ତ ୬ ପଡ଼ୋଶୀ ଦେଶକୁ ୯୯ ହଜାର ୧୫୦ଟନ ପିଆଜ ରପ୍ତାନି ହେବ। ତେବେ ପିଆଜ ଏବଂ ଅନ୍ୟାନ୍ୟ କୃଷିଜାତ ଦ୍ରବ୍ୟ କ୍ଷେତ୍ରରେ ସରକାର ବାଣିଜ୍ୟ ସମ୍ବନ୍ଧୀୟ ନୀତିରେ କିଛି ପରିବର୍ତ୍ତନ କରିଛନ୍ତି। ୨୦୨୫ ଡିସେମ୍ବର ପର୍ଯ୍ୟନ୍ତ ଦେଶୀ ଚଣା ଉପରୁ ସରକାର ଆମଦାନୀ ଶୁଳ୍କ ଛାଡ଼ କରିଛନ୍ତି। ସେହିଭଳି ହଳଦିଆ ମଟର ଉପରେ ଆମଦାନୀ ଶୁଳ୍କ ଛାଡ଼କୁ ୨୦୨୪ ଅକ୍ଟୋବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସମସ୍ତ ପରିବର୍ତ୍ତନ ଶନିବାରଠାରୁ କାର୍ଯ୍ୟକାରୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ...

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି...

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି....

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା...

ଓସିପିଏଲ୍‌ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୫: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌)ର ମନୋହରପୁର ୟୁନିଟ୍‌ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଭି-ମାର୍ଟର ନୂତନ ଟି-ଶାର୍ଟ ରେଞ୍ଜ

ନୂଆଦିଲ୍ଲୀ,୧୮।୫: ଦେଶର ପ୍ରମୁଖ ଫ୍ୟାଶନ ରିଟେଲର ଭି-ମାର୍ଟ (ଭି-ମାର୍ଟ ରିଟେଲ ଲିମିଟେଡ୍‌)ର ନୂତନ ଟି-ଶାର୍ଟ ରେଞ୍ଜ ନିକଟରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ

ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri