ପିଆଜ ଆମଦାନୀ କଟକଣା କୋହଳ ହେଲା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ପିଆଜ ଆମଦାନୀ ଉପରେ ରହିଥିବା କଟକଣାକୁ କୋହଳ କରିଛନ୍ତି। ଡିସେମ୍ବର ୧୫ ଯାଏ ଏହି ନିୟମ କୋହଳ କରାଯାଇଛି। ଘରୋଇ ବଜାରକୁ ପିଆଜ କିଭଳି ଶୀଘ୍ର ଆସିପାରିବ ତା’ ଉପରେ ଧ୍ୟାନ ରଖାଯାଇଛି। ଏହା ହେଲେ ଘରୋଇ ବଜାରରେ ଯୋଗାଣ ଉନ୍ନତ ହେବା ସହ ରିଟେଲ ମୂଲ୍ୟକୁ ନିୟନ୍ତ୍ରଣ କରିବା ଦିଗରେ ସହାୟକ ହେବ ବୋଲି କୁହାଯାଉଛି। ସେହିଭଳି ଗଚ୍ଛିତ ରହିଥିବା ପିଆଜରୁ ବଜାରକୁ ଅଧିକ ପରିମାଣରେ ବଜାରକୁ ଛାଡ଼ିବା ଉପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଧ୍ୟାନ ରଖାଯାଇଛି। ଏହାଦ୍ୱାରା ଖୋଲାବଜାରର ଦର ନିୟନ୍ତ୍ରଣ କରାଯାଇପାରିବ। ଖରିଫ ଋତୁରେ ଉତ୍ପାଦନ ହୋଇଥିବା ପ୍ରାୟ ୩୭ ଲକ୍ଷ ଟନ୍‌ ପିଆଜ ଶୀଘ୍ର ମଣ୍ଡିକୁ ଆସିବା ନେଇ ଅନୁମାନ କରାଯାଇଛି। ଏହା ହେଲେ ବଜାରର ଚଢ଼ା ଦରକୁୁ ନିୟନ୍ତ୍ରଣ କରିବା ଦିଗରେ ଏହା ସହାୟକ ହୋଇପାରିବ। ଖାଉଟି ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ମୁତାବକ ଗତ ୧୦ ଦିନରେ ପିଆଜ ଦର ୧୧.୫୬ ଟଙ୍କାରୁ ଊର୍ଦ୍ଧ୍ୱ ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri