Posted inଜାତୀୟ

କନ୍ଦାଇଲାଣି ପିଆଜ, ଦିଲ୍ଲୀ ରିଟେଲ ମାର୍କେଟରେ କିଲୋ ପ୍ରତି ଦାମ ୭୮ ଟଙ୍କା

ନୂଆଦିଲ୍ଲୀ,୩୧।୧୦: ପିଆଜ ଦର ଏବେ ଲୋକଙ୍କ ଆଖିରୁ ଲୁହ ଆଣିଲାଣି। ସରକାରୀ ତଥ୍ୟ ଅନୁଯାୟୀ, ଦିଲ୍ଲୀ ଏନସିଆରର ଖୁଚୁରା ବଜାରରେ ପିଆଜର ହାରାହାରି ମୂଲ୍ୟ କିଲୋଗ୍ରାମ ପିଛା ୭୮ ଟଙ୍କାରେ ପହଞ୍ଚିଛି।
ଉପଭୋକ୍ତା ବ୍ୟାପାର ବିଭାଗର ମୂଲ୍ୟ ମନିଟରିଂ ଡିଭିଜନ ଅନୁଯାୟୀ, ଅକ୍ଟୋବର ୩୦,୨୦୨୩ରେ ଜାତୀୟ ରାଜଧାନୀ ଅଞ୍ଚଳରେ ଦିଲ୍ଲୀ ଏନସିଆରରେ ପିଆଜ କିଲୋ ପିଛା ୭୮ଟଙ୍କା ମୂଲ୍ୟରେ ଉପଲବ୍ଧ ଥିଲା। ତେବେ ତଥ୍ୟ ଅନୁଯାୟୀ ପିଆଜର ହାରାହାରି ମୂଲ୍ୟ କିଲୋଗ୍ରାମ ପିଛା ୫୦.୩୫ ଟଙ୍କା ରହିଛି। ସର୍ବାଧିକ ମୂଲ୍ୟ କିଲୋଗ୍ରାମରେ ୮୩ ଟଙ୍କାରେ ପହଞ୍ଚିଛି। ମଡେଲ ମୂଲ୍ୟ କିଲୋଗ୍ରାମ ପିଛା ୬୦ ଟଙ୍କା ଏବଂ ସର୍ବନିମ୍ନ ମୂଲ୍ୟ କିଲୋଗ୍ରାମ ପାଇଁ ୧୭ଟଙ୍କା ହୋଇଛି। ଏହା ସରକାରୀ ତଥ୍ୟ ଉପରେ ଆଧାରିତ କିନ୍ତୁ ଦିଲ୍ଲୀର ଅନେକ ଅଞ୍ଚଳରେ ଖୁଚୁରା ବଜାରରେ ମୂଲ୍ୟ କିଲୋଗ୍ରାମ ପିଛା ୮୦ ଟଙ୍କାରେ ପହଞ୍ଚିଛି।
ପିଆଜର ବଢୁଥିବା ମୂଲ୍ୟକୁ କଡାକଡି କରିବା ଏବଂ ଘରୋଇ ବଜାରରେ ପିଆଜର ଉପଲବ୍ଧତା ବୃଦ୍ଧି କରିବାକୁ କେନ୍ଦ୍ର ସରକାର ଡିସେମ୍ବର ୩୧ ପର୍ଯ୍ୟନ୍ତ ପିଆଜ ରପ୍ତାନିରେ ସର୍ବନିମ୍ନ ରପ୍ତାନି ମୂଲ୍ୟ (ଏମଇପି) ଟନ ପିଛା ୮୦୦ଡଲାର ସ୍ଥିର କରିଛନ୍ତି, ଯାହା ୬୭ ଟଙ୍କା ଅଟେ। କିଲୋଗ୍ରାମ ପ୍ରତି ବଫର ଷ୍ଟକ ପାଇଁ ଅତିରିକ୍ତ ଦୁଇ ଲକ୍ଷ ଟନ ପିଆଜ କିଣିବାକୁ ମଧ୍ୟ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହାପୂର୍ବରୁ ସରକାର ପାଞ୍ଚ ଲକ୍ଷ ଟନରୁ ଅଧିକ ପିଆଜ କିଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri