Posted inଜାତୀୟ

କନ୍ଦାଇଲାଣି ପିଆଜ, ଦିଲ୍ଲୀ ରିଟେଲ ମାର୍କେଟରେ କିଲୋ ପ୍ରତି ଦାମ ୭୮ ଟଙ୍କା

ନୂଆଦିଲ୍ଲୀ,୩୧।୧୦: ପିଆଜ ଦର ଏବେ ଲୋକଙ୍କ ଆଖିରୁ ଲୁହ ଆଣିଲାଣି। ସରକାରୀ ତଥ୍ୟ ଅନୁଯାୟୀ, ଦିଲ୍ଲୀ ଏନସିଆରର ଖୁଚୁରା ବଜାରରେ ପିଆଜର ହାରାହାରି ମୂଲ୍ୟ କିଲୋଗ୍ରାମ ପିଛା ୭୮ ଟଙ୍କାରେ ପହଞ୍ଚିଛି।
ଉପଭୋକ୍ତା ବ୍ୟାପାର ବିଭାଗର ମୂଲ୍ୟ ମନିଟରିଂ ଡିଭିଜନ ଅନୁଯାୟୀ, ଅକ୍ଟୋବର ୩୦,୨୦୨୩ରେ ଜାତୀୟ ରାଜଧାନୀ ଅଞ୍ଚଳରେ ଦିଲ୍ଲୀ ଏନସିଆରରେ ପିଆଜ କିଲୋ ପିଛା ୭୮ଟଙ୍କା ମୂଲ୍ୟରେ ଉପଲବ୍ଧ ଥିଲା। ତେବେ ତଥ୍ୟ ଅନୁଯାୟୀ ପିଆଜର ହାରାହାରି ମୂଲ୍ୟ କିଲୋଗ୍ରାମ ପିଛା ୫୦.୩୫ ଟଙ୍କା ରହିଛି। ସର୍ବାଧିକ ମୂଲ୍ୟ କିଲୋଗ୍ରାମରେ ୮୩ ଟଙ୍କାରେ ପହଞ୍ଚିଛି। ମଡେଲ ମୂଲ୍ୟ କିଲୋଗ୍ରାମ ପିଛା ୬୦ ଟଙ୍କା ଏବଂ ସର୍ବନିମ୍ନ ମୂଲ୍ୟ କିଲୋଗ୍ରାମ ପାଇଁ ୧୭ଟଙ୍କା ହୋଇଛି। ଏହା ସରକାରୀ ତଥ୍ୟ ଉପରେ ଆଧାରିତ କିନ୍ତୁ ଦିଲ୍ଲୀର ଅନେକ ଅଞ୍ଚଳରେ ଖୁଚୁରା ବଜାରରେ ମୂଲ୍ୟ କିଲୋଗ୍ରାମ ପିଛା ୮୦ ଟଙ୍କାରେ ପହଞ୍ଚିଛି।
ପିଆଜର ବଢୁଥିବା ମୂଲ୍ୟକୁ କଡାକଡି କରିବା ଏବଂ ଘରୋଇ ବଜାରରେ ପିଆଜର ଉପଲବ୍ଧତା ବୃଦ୍ଧି କରିବାକୁ କେନ୍ଦ୍ର ସରକାର ଡିସେମ୍ବର ୩୧ ପର୍ଯ୍ୟନ୍ତ ପିଆଜ ରପ୍ତାନିରେ ସର୍ବନିମ୍ନ ରପ୍ତାନି ମୂଲ୍ୟ (ଏମଇପି) ଟନ ପିଛା ୮୦୦ଡଲାର ସ୍ଥିର କରିଛନ୍ତି, ଯାହା ୬୭ ଟଙ୍କା ଅଟେ। କିଲୋଗ୍ରାମ ପ୍ରତି ବଫର ଷ୍ଟକ ପାଇଁ ଅତିରିକ୍ତ ଦୁଇ ଲକ୍ଷ ଟନ ପିଆଜ କିଣିବାକୁ ମଧ୍ୟ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହାପୂର୍ବରୁ ସରକାର ପାଞ୍ଚ ଲକ୍ଷ ଟନରୁ ଅଧିକ ପିଆଜ କିଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri