ଆଳୁ ପରେ ପରେ ଗ୍ରାହକଙ୍କୁ ପିଆଜ ଚିନ୍ତା, ହୁ ହୁ ହୋଇ ବଢୁଛି ଦର

ଭୁବନେଶ୍ୱର, ୨୦।୮: ଆଳୁ ପରେ ପରେ ଗ୍ରାହକଙ୍କୁ ଏବେ ଆଉ ଏକ ଝଟକା। ଆଳୁ ଦର କମୁନଥିବା ବେଳେ ଏବେ ପିଆଜ ରେଟ ହୁ ହୁ ହୋଇ ବଢିବାରେ ଲାଗିଛି। ପିଆଜ କିଲୋ ପିଛା ୫୦ ଟଙ୍କା ଛୁଇଁଲାଣି। ଫଳରେ ଗ୍ରାହକଙ୍କ ମୁଣ୍ଡରେ ଚଡକ ପଡ଼ିଛି।

ଆଳୁ କିଲୋ ପିଛା ୪୦ ଟଙ୍କା ଥିବା ବେଳେ ତାହା ଦୀର୍ଘ ଦିନ ହେବ କମିବା ନାଁ ଧରୁନି। ମାତ୍ର ପିଆଜ କିଲୋ ପିଛା ପ୍ରାୟ ୩୫ ଟଙ୍କା ଥିବା ବେଳେ ଦିନେ ଦୁଇ ଦିନ ଭିତରେ କିଲୋ ପ୍ରତି ୧୦ରୁ ୧୫ ଟଙ୍କା ବଢିଗଲାଣି।

ଅନ୍ୟପଟେ ରାଜ୍ୟରେ ଗଚ୍ଛିତ ଥିବା ଆଳୁ ଆଗାମୀ ୩ ଦିନ ମଧ୍ୟରେ ଶେଷ ହୋଇଯିବ। ଏହା ପରେ ରାଜ୍ୟରେ ପୁଣି ଆଳୁ ସଙ୍କଟ ଦେଖାଦେଇ ପାରେ। ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡା ସୋମବାର ଏ ନେଇ ସୂଚନା ଦେଇଛନ୍ତି। ପଶ୍ଚିମବଙ୍ଗ ଆଳୁ ବ୍ୟବସାୟୀ ଓ ଶୀତଳଭଣ୍ଡାର ମାଲିକ ଧର୍ମଘଟ ଧମକ ଦେଇଛନ୍ତି। ମଙ୍ଗଳବାର ସୁଦ୍ଧା ସମସ୍ୟାର ସମାଧାନ ନ ହେଲେ ଆଳୁ ଆସିବା ବନ୍ଦ ହୋଇଯିବ। ଫଳରେ ରାଜ୍ୟରେ ପୁଣି ଆଳୁର ଅଭାବ ଦେଖାଦେଇପାରେ।

ରାଜ୍ୟରୁ ଆଳୁ ସଙ୍କଟ ସମ୍ପୂର୍ଣ୍ଣ ଦୂର ହୋଇପାରୁ ନାହିଁ। ଉତ୍ତର ପ୍ରଦେଶରୁ ପର୍ଯ୍ୟାପ୍ତ ପରିମାଣରେ ଆଳୁ ଆସି ପାରୁ ନ ଥିବା ବେଳେ ପଶ୍ଚିମବଙ୍ଗରୁ ଆମଦାନୀ ସ୍ବାଭାବିକ ହୋଇପାରୁନି। ଏଭଳି ସ୍ଥିତିରେ ପଶ୍ଚିମବଙ୍ଗରୁ ଝାଡ଼ଖଣ୍ଡ ଦେଇ ଓଡ଼ିଶାକୁ କିଛି ଆଳୁ ଗାଡ଼ି ଆସୁଛି। ତାହା ପର୍ଯ୍ୟାପ୍ତ ହୋଇପାରୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri