ବଢ଼ିଚାଲିଛି ପିଆଜ ଦର

ପାରଳାଖେମୁଣ୍ଡି,୬ା୧୧ (ଗିରିଧାରୀ ପରିଛା): ଗଜପତି ଜିଲାରେ କନ୍ଦାଉଛି ପିଆଜ, ଲଗାତାର ବଢି ଚାଲିଛି ଦର। ଗତ କିଛି ଦିନ ତଳେ ପିଆଜ କିଲୋ ୨୦ ଟଙ୍କାରେ ମିଳୁଥିବା ବେଳେ ଏବେ ୮୦ ଟଙ୍କାରେ ପହଁଚିଲାଣି। ନାସିକରେ ପିଆଜ ମହଙ୍ଗା କାରଣରୁ ଓ ଏହାର ପ୍ରଭାବ ପଡ଼ିଥିବା ଦେଖିବାକୁ ମିଳୁଛି। ଏବେ ସବୁ ପରିବା ଦର ଉପରମୁହାଁ ଥିବା ବେଳେ ହଠାତ ସେଥିରେ ପିଆଜ ବି ସାମିଲ ହୋଇଯିବାରୁ ଗ୍ରାହକଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି। ରାଜ୍ୟର ବିଭିନ୍ନ ଜିଲାରେ ପିଆଜ ଦର ଏହିପରି ଉଚ୍ଚା ରହିଛି। ଗତ ୧୫ ଦିନତଳେ ସ୍ବାଭାବିକ ଭାବେ ଖୋଲା ବଜାରରେ ପିଆଜ କିଲୋପ୍ରତି ମାତ୍ର ୨୦ ଟଙ୍କା ରହିଥିଲା। ଏବେ ସହରାଞ୍ଚଳରେ ପିଆଜ କିଲୋପ୍ରତି ୮୦ ରୁ ୯୦ ଟଙ୍କାରେ ପହଁଚିଛି। ସେହିଭଳି ଗ୍ରାମାଞ୍ଚଳରେ ମଧ୍ୟ ପିଆଜ କିଲୋ ପ୍ରତି ୭୦ ରୁ ୮୦ ଟଙ୍କା ରହିଛି। ଦର ଖସାଇବାକୁ ରାଜ୍ୟ ସରକାର କେବେ ନେବେ ପଦକ୍ଷେପ ନେବେ ସେ ନେଇ ପ୍ରଶ୍ନ ସାଧାରଣ ଖାଉଟିଙ୍କ ମଧ୍ୟରେ ଉଙ୍କିମାରିଛି। ଅପରପକ୍ଷରେ ଗଜପତି ଜିଲାରେ କେତେକ କଳା ବ୍ୟବସାୟୀ ପିଆଜ ଗଚ୍ଛିତ ରଖି ଚଢା ଦରରେ ବିକ୍ରି କରୁଥିବା ଅଭିଯୋଗ ଆସୁଛି। ଏ ନେଇ ଜିଲା ଯୋଗାଣ ଅଧିକାରୀ ପ୍ରଫୁଲ୍ଲ କୁମାର ବେହେରା କହିଛନ୍ତି ଯେ, ଅଭିଯୋଗ ଆସିଛି ଏବଂ ସମସ୍ତ ହୋଲସେଲ ଗୋଦାମ ଗୁଡିକ ଉପରେ ଚଢ଼ାଉ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଅଭିଯୋଗ ସତ୍ତ୍ବେ କାର୍ଯ୍ୟକ୍ଷମ ହେଉନି ନୂଆ ସବଷ୍ଟେସନ, ନିରବ ଜିଲା ପ୍ରଶାସନ

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ସିମନବାଡି ଫିଡ଼ରରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଦେଖାଯାଉଛି । ଏହାର ସମାଧାନ ପାଇଁ ରାଜ୍ୟ ସରକାର ସିମନବାଡି ଫିଡ଼ର…

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ସରକାରଙ୍କ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କୃଷି ବିଭାଗର ତତ୍ପରତା, ତାଲିମ…

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଇବା ଓ ସଠିକ ଭାବେ କୃଷକଙ୍କ ନାମ ପଞ୍ଜିକୃତ କରାଇବାରେ କନ୍ଧମାଳ ଜିଲା ଦାରିଙ୍ଗବାଡି କୃଷି ବିଭାଗ ବଡ଼…

ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ…

ସରକାରଙ୍କ ବଡ଼ ପଦକ୍ଷେପ, ବିବାହ କାର୍ଡରେ ବର-କନ୍ୟାଙ୍କ ଜନ୍ମ ତାରିଖ ଅନ୍ତର୍ଭୁକ୍ତ କରିବା ବାଧ୍ୟତାମୂଳକ

ମୁମ୍ବାଇ,୨୫।୬: ବାଲ୍ୟବିବାହର ସାମାଜିକ କୁପ୍ରଥାକୁ ସମ୍ପୂର୍ଣ୍ଣ ଭାବରେ ଦୂର କରିବା ପାଇଁ ମହାରାଷ୍ଟ୍ରରେ ଏକ ଅନନ୍ୟ ଏବଂ କଠୋର ନିୟମ ଲାଗୁ ହେବାକୁ ଯାଉଛି। ରାଜ୍ୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri