କଂଗ୍ରେସ ଟିକେଟ ପାଇଁ ଅନ୍‌ଲାଇନ ଆବେଦନ: ଅଜୟ କୁମାର

ଭୁବନେଶ୍ୱର, ୨।୨(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ଟିକେଟ ପାଇବାକୁ ହେଲେ ଆଉ ଲବି କାମ ଦେବନାହିଁ। ଯେଉଁମାନେ ଆସନ୍ତା ନିର୍ବାଚନରେ ପ୍ରାର୍ଥୀ ହେବାକୁ ଚାହିଁବେ ସେମାନେ ଅନ୍‌ଲାଇନ ଜରିଆରେ ନିଜର ଆବେଦନପତ୍ର ଦାଖଲ କରିପାରିବେ। ଏ ସମ୍ପର୍କିତ ଇ-ଫର୍ମ ଖୁବ୍‌ଶୀଘ୍ର ଅନ୍‌ଲାଇନରେ ଉପଲବ୍ଧ ହେବ। ଆସନ୍ତା ନିର୍ବାଚନରେ ଯେଉଁ ସ୍ଥାନ ପାଇଁ ୨ କିମ୍ବା ତା’ଠାରୁ ଅଧିକ ପ୍ରାର୍ଥୀ ଆବେଦନ କରିବେ ସେଠି ଯୋଗ୍ୟତା ଦେଖି ଟିକେଟ ଦିଆଯିବ। ପ୍ରଥମେ ନାମ ଚୟନ କରିବାପରେ ତାକୁ ପିଇସି(ପ୍ରଦେଶ ନିର୍ବାଚନ କମିଟି)କୁ ପଠାଯିବ। ଏହାପରେ ସେହି ନାଁକୁ ତର୍ଜମା କରିବା ପରେ ଟିକେଟ ଦିଆଯିବ ବୋଲି ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର କହିଛନ୍ତି।

ସୂଚନାଯୋଗ୍ୟ, ଆସନ୍ତା ନିର୍ବାଚନରେ ପ୍ରାର୍ଥୀ ଚୟନ ନେଇ ଓଡ଼ିଶା ସ୍କ୍ରିନିଂ କମିଟି ଅଧ୍ୟକ୍ଷ ମଧୁସୂଦନ ମିସ୍ତ୍ରି, ପିସିସି ସଭାପତି ଶରତ ପଟ୍ଟନାୟକ, ଟିକେଟ ବଣ୍ଟନ ପ୍ରକ୍ରିୟାର ଅଧ୍ୟକ୍ଷ ଭାବେ ନବନିଯୁକ୍ତି ପାଇଥିବା ପ୍ରବୀଣ ପାଠକଙ୍କୁ ନେଇ ଏକ ରୁଦ୍ଧଦ୍ୱାର ବୈଠକ ରାଜ୍ୟ ଅତିଥି ଭବନ ଠାରେ ଅନୁଷ୍ଠିତ ହୋଇଥିଲା। ମଧୁସୂଦନ ନିକଟରେ ଦଳର ଟିକେଟ ବଣ୍ଟନ ପ୍ରକ୍ରିୟା ନେଇ କରିଥିବା ସମୀକ୍ଷା ବିଷୟରେ ମଧ୍ୟ ପ୍ରଭାରୀଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି। ନିର୍ବାଚନ ଯେତିକି ପାଖଉଛି କଂଗ୍ରେସ ନିଜର ସାଙ୍ଗଠନିକ କାର୍ଯ୍ୟକ୍ରମ ଉପରେ ବିଶେଷ ଧ୍ୟାନ ଦେଉଥିବା ଭଳି ଜଣାପଡୁଛି।

ଓଡ଼ିଶାରେ ସାଧାରଣ ନିର୍ବାଚନ ପାଇଁ ଟିକେଟ ବଣ୍ଟନ ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଲାଗି ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଗୁରୁତ୍ୱ ଦେବା ଭଳି ମନେହେଉଛି। ଗତ ବୁଧବାର ଏଆଇସିସି ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳଙ୍କ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ଜାରି କରାଯାଇ ଓଡ଼ିଶାର ଟିକେଟ ବଣ୍ଟନ ପ୍ରକ୍ରିୟାର ଅଧ୍ୟକ୍ଷ ଭାବେ ପ୍ରବୀଣ ପାଠକଙ୍କୁ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri