କଂଗ୍ରେସ ଟିକେଟ ପାଇଁ ଅନ୍‌ଲାଇନ ଆବେଦନ: ଅଜୟ କୁମାର

ଭୁବନେଶ୍ୱର, ୨।୨(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ଟିକେଟ ପାଇବାକୁ ହେଲେ ଆଉ ଲବି କାମ ଦେବନାହିଁ। ଯେଉଁମାନେ ଆସନ୍ତା ନିର୍ବାଚନରେ ପ୍ରାର୍ଥୀ ହେବାକୁ ଚାହିଁବେ ସେମାନେ ଅନ୍‌ଲାଇନ ଜରିଆରେ ନିଜର ଆବେଦନପତ୍ର ଦାଖଲ କରିପାରିବେ। ଏ ସମ୍ପର୍କିତ ଇ-ଫର୍ମ ଖୁବ୍‌ଶୀଘ୍ର ଅନ୍‌ଲାଇନରେ ଉପଲବ୍ଧ ହେବ। ଆସନ୍ତା ନିର୍ବାଚନରେ ଯେଉଁ ସ୍ଥାନ ପାଇଁ ୨ କିମ୍ବା ତା’ଠାରୁ ଅଧିକ ପ୍ରାର୍ଥୀ ଆବେଦନ କରିବେ ସେଠି ଯୋଗ୍ୟତା ଦେଖି ଟିକେଟ ଦିଆଯିବ। ପ୍ରଥମେ ନାମ ଚୟନ କରିବାପରେ ତାକୁ ପିଇସି(ପ୍ରଦେଶ ନିର୍ବାଚନ କମିଟି)କୁ ପଠାଯିବ। ଏହାପରେ ସେହି ନାଁକୁ ତର୍ଜମା କରିବା ପରେ ଟିକେଟ ଦିଆଯିବ ବୋଲି ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର କହିଛନ୍ତି।

ସୂଚନାଯୋଗ୍ୟ, ଆସନ୍ତା ନିର୍ବାଚନରେ ପ୍ରାର୍ଥୀ ଚୟନ ନେଇ ଓଡ଼ିଶା ସ୍କ୍ରିନିଂ କମିଟି ଅଧ୍ୟକ୍ଷ ମଧୁସୂଦନ ମିସ୍ତ୍ରି, ପିସିସି ସଭାପତି ଶରତ ପଟ୍ଟନାୟକ, ଟିକେଟ ବଣ୍ଟନ ପ୍ରକ୍ରିୟାର ଅଧ୍ୟକ୍ଷ ଭାବେ ନବନିଯୁକ୍ତି ପାଇଥିବା ପ୍ରବୀଣ ପାଠକଙ୍କୁ ନେଇ ଏକ ରୁଦ୍ଧଦ୍ୱାର ବୈଠକ ରାଜ୍ୟ ଅତିଥି ଭବନ ଠାରେ ଅନୁଷ୍ଠିତ ହୋଇଥିଲା। ମଧୁସୂଦନ ନିକଟରେ ଦଳର ଟିକେଟ ବଣ୍ଟନ ପ୍ରକ୍ରିୟା ନେଇ କରିଥିବା ସମୀକ୍ଷା ବିଷୟରେ ମଧ୍ୟ ପ୍ରଭାରୀଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି। ନିର୍ବାଚନ ଯେତିକି ପାଖଉଛି କଂଗ୍ରେସ ନିଜର ସାଙ୍ଗଠନିକ କାର୍ଯ୍ୟକ୍ରମ ଉପରେ ବିଶେଷ ଧ୍ୟାନ ଦେଉଥିବା ଭଳି ଜଣାପଡୁଛି।

ଓଡ଼ିଶାରେ ସାଧାରଣ ନିର୍ବାଚନ ପାଇଁ ଟିକେଟ ବଣ୍ଟନ ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଲାଗି ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଗୁରୁତ୍ୱ ଦେବା ଭଳି ମନେହେଉଛି। ଗତ ବୁଧବାର ଏଆଇସିସି ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳଙ୍କ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ଜାରି କରାଯାଇ ଓଡ଼ିଶାର ଟିକେଟ ବଣ୍ଟନ ପ୍ରକ୍ରିୟାର ଅଧ୍ୟକ୍ଷ ଭାବେ ପ୍ରବୀଣ ପାଠକଙ୍କୁ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି।…

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…

ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି ।…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?