କଂଗ୍ରେସ ଟିକେଟ ପାଇଁ ଅନ୍‌ଲାଇନ ଆବେଦନ

ଭୁବନେଶ୍ୱର,୫ା୨(ସୁନିତ୍‌ ମିଶ୍ର): କଂଗ୍ରେସ ଟିକେଟ ଆଶାୟୀଙ୍କ ପାଇଁ ଦଳ ପକ୍ଷରୁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡ଼ିଶାରେ କଂଗ୍ରେସ ପକ୍ଷରୁ ପ୍ରଗମନ ଅଭିଯାନ ଆରମ୍ଭ କରାଯାଇଛି। ରବିବାର ଠାରୁ ଟିକେଟ ଆଶାୟୀମାନେ www.pragaman.inରେ ଅନ୍‌ଲାଇନ ଯୋଗେ ଆବେଦନ କରିପାରିବେ। ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ଏହି ଲିଙ୍କ୍‌ରେ ଉପଲବ୍ଧ ଥିବା ଫର୍ମ ପୂରଣ କରି ଆବେଦନ କରିପାରିବେ। ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଟିକେଟ ବଣ୍ଟନରେ ସ୍ବଚ୍ଛତା ରକ୍ଷା ଏବଂ ବାସ୍ତବରେ ଜନସାଧାରଣଙ୍କ ନିକଟତର ହୋଇ ସେମାନଙ୍କ ସେବା କରିବାକୁ ଚାହୁଁଥିବା ବ୍ୟକ୍ତିଙ୍କୁ ନିର୍ବାଚନ ଲଢ଼ିବାର ସୁଯୋଗ ଦେବାକୁ କଂଗ୍ରେସ ଏକ ନିଆରା ପଦକ୍ଷେପ ଗ୍ରହଣ କରିଛି ବୋଲି କଂଗ୍ରେସ ପ୍ରଭାରୀ ଅଜୟ କୁମାର କହିଛନ୍ତି।
କଂଗ୍ରେସ ଭବନଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଅଜୟ କୁମାର କହିଛନ୍ତି ଯେ, ପ୍ରୋଜେକ୍ଟ ପ୍ରଗମନ ନାମକ ଏହି ଅଭିଯାନ ମାଧ୍ୟମରେ କଂଗ୍ରେସ ସାଧାରଣ ଲୋକଙ୍କୁ ନେତୃତ୍ୱ ଦେବାର ସୁଯୋଗ ସୃଷ୍ଟି କରିଛି। ଅର୍ଥାତ୍‌ ଆସନ୍ତା ସାଧାରଣ ନିର୍ବାଚନରେ କଂଗ୍ରେସରୁ ପ୍ରାର୍ଥୀ ହେବାକୁ ଚାହୁଁଥିବା ବ୍ୟକ୍ତି www.pragaman.inରେ ଲଗ୍‌ଇନ୍‌ କରି ଫର୍ମ ଯୋଗେ ଟିକେଟ ପାଇଁ ଆବେଦନ କରିପାରିବେ। ବୁଥ୍‌ଠାରୁ ଆରମ୍ଭ କରି ସମସ୍ତ କଂଗ୍ରେସ କର୍ମୀ, ନେତା, ସାଧାରଣ ଜନତା ଯେଉଁମାନେ ଚାହିଁବେ ଆବେଦନ କରିପାରିବେ। ଓଡ଼ିଶାର ପ୍ରକୃତ ବିକାଶ ଚାହୁଁଥିବା ଏବଂ ସାଧାରଣ ଲୋକଙ୍କ ହକ୍‌ ପାଇଁ ଲଢ଼େଇ କରୁଥିବା ସ୍ବାଭିମାନୀ ଓଡ଼ିଆଙ୍କ ହାତରେ ନେତୃତ୍ୱ ଦେବାକୁ ଦଳ ନିଷ୍ପତ୍ତି ନେଇଛି। ଭାଜପା ଏବଂ ବିଜେଡି ଟିକେଟ ବଣ୍ଟନ ସଲାସୁତରାରେ ଚାଲିଛି। ଭାଜପାରେ କିଛି ମୁଷ୍ଟିମେୟ ଲୋକଙ୍କ ହାତରେ ଟିକେଟ ପ୍ରଦାନର କ୍ଷମତା ରହିଛି। ସେହିପରି ବିଜେଡିରେ ଜଣେ ବାବୁ ଟିକେଟ ବଣ୍ଟନ କରିବାର କ୍ଷମତା ରଖିଛନ୍ତି। ସେହି ବ୍ୟକ୍ତି ଜଣଙ୍କ ଭାଜପାର ଟିକେଟ ବଣ୍ଟନରେ ମଧ୍ୟ ନିର୍ଣ୍ଣାୟକ ଭୂମିକା ନିର୍ବାହ କରୁଛନ୍ତି। ମାତ୍ର କଂଗ୍ରେସରେ ସେମିତି ବ୍ୟବସ୍ଥା ନାହିଁ। କଂଗ୍ରେସ ମଧ୍ୟରେ ଗଣତାନ୍ତ୍ରିକ ପ୍ରକ୍ରିୟା ବଜାୟ ରହିଛି। କୌଣସି ସ୍ବାଭିମାନୀ ଓଡ଼ିଆଙ୍କୁ ଓଡ଼ିଶାର ସେବା କରିବା ନିମନ୍ତେ ନେତୃତ୍ୱ ନେବାକୁ ବାହାର ଲୋକଙ୍କ ପାଖରେ ହାତ ପତେଇବାକୁ ପଡ଼ିବ ନାହିଁ। କଂଗ୍ରେସ ସବୁବେଳେ ସାଧାରଣ ଲୋକଙ୍କ ସହିତ ରହିଆସିଛି। କଂଗ୍ରେସ ଟିକେଟ ପାଇଁ କୌଣସି ପ୍ରକାର ସୁପାରିସ କି ଅର୍ଥ କାରବାର ହୋଇପାରିବ ନାହିଁ। ଆଶାୟୀ ପ୍ରାର୍ଥୀଙ୍କୁ ଆଉ ଏଥିପାଇଁ ବାରମ୍ବାର ଦିଲ୍ଲୀ ମଧ୍ୟ ଦୌଡ଼ିବାକୁ ପଡ଼ିବନି। ଓଡ଼ିଶାର ଯେକୌଣସି ଓଡ଼ିଆ ବ୍ୟକ୍ତି, ଯୁବ ନେତୃତ୍ୱ, ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆ ବର୍ଗର ଯୁବକ ଏବଂ ମହିଳା ମଧ୍ୟ କଂଗ୍ରେସରୁ ଟିକେଟ ପାଇ ନିର୍ବାଚନ ଲଢ଼ିପାରିବେ। ଏଥିପାଇଁ କେବଳ ସେମାନଙ୍କ ଭଲ ଲୋକ ସମ୍ପର୍କ ରହିଥିବା ଆବଶ୍ୟକ। ତାଙ୍କ ପ୍ରତି ସ୍ଥାନୀୟ ଜନସାଧାରଣଙ୍କ ସମର୍ଥନ ରହିଥିବା ଆବଶ୍ୟକ ବୋଲି ଅଜୟ କୁମାର କହିଛନ୍ତି।
ଏହି ଅବସରରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ କହିଛନ୍ତି, ସାଧାରଣ ଲୋକ, ଲୋକ ସେବକ, ବଳିଷ୍ଠ ସଙ୍ଗଠକ, ଯାହାଙ୍କର ନିଜ ନିର୍ବାଚନମଣ୍ଡଳୀରେ ଜନାଧାର ରହିଛି, ଭଲ ଲୋକ ସମ୍ପର୍କ ଅଛି ସେମାନଙ୍କ ପାଇଁ କଂଗ୍ରେସ ଏକ ଅପୂର୍ବ ଅବକାଶ ଆଣି ଦେଇଛି। ଜାତି, ଧର୍ମ, ବର୍ଣ୍ଣ, ଧନୀ, ଗରିବ ନିର୍ବିଶେଷରେ ଯେଉଁମାନଙ୍କ ଦେଶ ଓ ରାଜ୍ୟ ପାଇଁ ସେବା କରିବାର ମନୋବୃତ୍ତି ରହିଥିବ ସେମାନେ କଂଗ୍ରେସ ଟିକେଟ ପାଇଁ ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri