Posted inଜାତୀୟ

ଅନ୍‌ଲାଇନରେ ପାଠ ପଢିବାକୁ ୫୦ କିଲୋମିଟର ଯାତ୍ରା କରୁଛନ୍ତି ୨ଶହ ଛାତ୍ରୀଛାତ୍ର

ମୁମ୍ବାଇ,୨୨।୮: ମହାରାଷ୍ଟ୍ରର ଉପକୂଳ ଅଞ୍ଚଳରେ ଅନ୍‌ଲାଇନରେ ପାଠ ପଢିବାକୁ ପାଖାପାଖି ୨ଶହ ଛାତ୍ରୀଛାତ୍ର ଦୈନିକ ୫୦ କିଲୋମିଟର ଯାତ୍ରା କରୁଥିବା ଜଣାପଡିଛି। ପ୍ରଥମେ କରୋନା ମହାମାରୀ ଓ ପରେ ନିସର୍ଗ ବାତ୍ୟାରେ ପ୍ରଭାବିତ ହୋଇଥିବା ଉପକୂଳ ଅଞ୍ଚଳରେ ରହୁଥିବା ପିଲାମାନେ ଗତ ଜୁନ୍‌ ମାସରୁ ଇଣ୍ଟରନେଟ୍‌ ଜନିତ ସମସ୍ୟାର ସମ୍ମୁଖିନ ହୋଇ ଆସୁଛନ୍ତି। ବିଶେଷ କରି ରତ୍ନଗିରି ଜିଲାର ଉପକୂଳରେ ରହୁଥିବା ପିଲାମାନେ ଇଣ୍ଟରନେଟ ସୁବିଧା ପାଉ ନ ଥିବାରୁ ପାଠ ପଢିବାକୁ ସେମାନେ ପ୍ରତିଦିନ ୫୦ କିଲୋମିଟର ଯାତ୍ରା କରୁଥିବା ପ୍ରକାଶ କରିଛନ୍ତି। ଏହି ସମସ୍ୟାକୁ ନେଇ ଜଣେ ଶିଶୁ ରାଷ୍ଟ୍ରୀୟ ବାଲ ଅଧିକାର ସଂରକ୍ଷଣ ଆୟୋଗର ହସ୍ତକ୍ଷେପ ଲୋଡିଥିଲେ। ଆୟୋଗର ଅଧ୍ୟକ୍ଷ ପ୍ରିୟାଙ୍କ କାନୋଗୋ କହିଛନ୍ତି ପିଲାମାନଙ୍କୁ ଖୁବଶୀଘ୍ର ଇଣ୍ଟରନେଟ ସୁବିଧା ଯୋଗାଇ ଦିଆଯିବ। ସୂଚନାଯୋଗ୍ୟ, ଦେଶରେ କରୋନା ଭାଇରସ ସଂକ୍ରମଣକୁ ଦେଖି ପ୍ରାୟତଃ ସବୁ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି। ଏବେ ପିଲାଙ୍କୁ ଅନ୍‌ଲାଇନରେ ଶିକ୍ଷା ଦିଆଯାଉଛି। କେବଳ ମହାରାଷ୍ଟ୍ର ନୁହେଁ ଅଧିକାଂଶ ଗ୍ରାମୀଣ ଅଞ୍ଚଳରେ ଇଣ୍ଟରନେଟ ସୁବିଧା ନ ଥିବାରୁ ପିଲାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri