ଅନଲାଇନ୍‌ କ୍ଲାସର ବାସ୍ତବଚିତ୍ର: ପାହାଡ ଉପରେ ଚାଲିଛି ଛାତ୍ରୀଛାତ୍ରଙ୍କ ପାଠପଢା

ହରଭଙ୍ଗା, ୧୬ା୯( ଡି.ଏନ.ଏ.)-ମହାମାରୀ କରୋନା କଟକଣା ପାଇଁ ସ୍କୁଲ କଲେଜ ବନ୍ଦ ରହିଛି। ସରକାର ଅନ୍‌ଲାଇନ୍‌ କ୍ଲାସ ଜରିଆରେ ପିଲାଙ୍କୁ ଶିକ୍ଷାଦାନ କରାଉଛନ୍ତି। ହେଲେ ଅନ୍‌ ଲାଇନ୍‌ କ୍ଲାସ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟ ପୂରଣ କରିପାରୁ ନ ଥିବା ଅଭିଯୋଗ ହୋଉଛି। ଏହାର ଏକ ଚିତ୍ର ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଧଲପୁର ପଞ୍ଚାୟତ ଅନ୍ତର୍ଗତ ପଲସାକୁଟୁଣି ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମଟି ପାହାଡିଆ ଅଞ୍ଚଳ ହୋଇଥିବାରୁ ପ୍ରାୟ ସମୟ ନେଟ୍‌ ସମସ୍ୟା ଦେଖାଦେଇଥାଏ। ଏଥିଯୋଗୁ ଗ୍ରାମର ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ସରକାରୀ ସ୍କୁଲରେ ପଢୁଥିବା ପିଲାମାନେ ଗାଁ ନିକଟ ମୁଣ୍ଡିଆ(ଛୋଟ ପାହାଡ)ରେ ଅନଲାଇନ କ୍ଲାସ୍‌ କରୁଥିବା ଦେଖିବାକୁ ମିଳୁଛି। ଅଧିକାଂଶ ଛାତ୍ରୀଛାତ୍ରଙ୍କ ପାଖରେ ଆଣ୍ଡ୍ରଏଡ୍‌ ଫୋନ ନ ଥିବାରୁ କ୍ଲାସ କରିବାରୁ ସେମାନେ ବି ବଞ୍ଚିତ ହେଉଛନ୍ତି। ଗାଁର ସାନୁଜ ପ୍ରଧାନ, ସଞ୍ଜୟ ପଲିଆ, ଅଭି ଦନ୍ତା ପ୍ରମୁଖ ଅଭିଭାବକମାନେ କହିଛନ୍ତି ଯେ, ନେଟ ନ ଥିବାରୁ ନାନା ପ୍ରତିକୂଳତା ସତ୍ତ୍ୱେ ସେମାନେ ପିଲାଙ୍କୁ ଗାଁର ଅନତି ଦୂରରେ ଥିବା ମୁଣ୍ଡିଆକୁ ଅନଲାଇନ କ୍ଲାସ କରିବାକୁ ପଠାଉଛନ୍ତି। ଏ ନେଇ ଜିଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜୁରୁ କହିଛନ୍ତି, ଜିଲାର ଉପାନ୍ତ ଅଞ୍ଚଳରେ ପିଲାମାନେ ଅନଲାଇନ କ୍ଲାସ ପାଇଁ ସମ୍ମୁଖୀନ ହେଉଥିବା ସମସ୍ୟା ସମ୍ପର୍କରେ ବିଭାଗ ଅବଗତ ଅଛି। ଏ ନେଇ ଜିଲାପାଳଙ୍କୁ ଜଣାଇ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri