ଅନ୍‌ଲାଇନ ପାଠ୍ୟକ୍ରମ ଜ୍ଞାନ, କୌଶଳ, ରୋଜଗାର ଦେବ: ଧର୍ମେନ୍ଦ୍ର

ଭୁବନେଶ୍ବର, ୭ା୩(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭିଡିଓ କନ୍‌ଫରେନ୍ସରେ ଆଇଆଇଟି, ମାଡ୍ରାସ ଦ୍ୱାରା ଇଲେକ୍ଟ୍ରୋନିକ୍ସ ସିଷ୍ଟମ ବିଭାଗରେ ବିଏସ୍‌ସି ପାଇଁ ପ୍ରସ୍ତୁତ ଅନ୍‌ଲାଇନ ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏଭଳି ପଦକ୍ଷେପ ଯୁବଶକ୍ତିଙ୍କୁ ଏକବିଂଶ ଶତାବ୍ଦୀର ଜ୍ଞାନ, କୌଶଳ ଏବଂ ରୋଜଗାର ସହ ସମନ୍ବୟ ରଖିବା ଲାଗି ବିରାଟ ବଡ଼ ସୁଯୋଗ ପ୍ରଦାନ କରିବ ବୋଲି ସେ କହିଛନ୍ତି। ଧର୍ମେନ୍ଦ୍ର କହିଛନ୍ତି, ଜାତୀୟ ଶିକ୍ଷାନୀତିରେ ଶିକ୍ଷାର ଗୁଣାତ୍ମକ, ସର୍ବବ୍ୟାପୀ, ସର୍ବସ୍ପର୍ଶୀ, ରୋଜଗାର ଏବଂ ମଲ୍‌ଟିପୁଲ୍‌ ଏଣ୍ଟ୍ରି-ମଲ୍‌ଟିପୁଲ୍‌ ଏକ୍‌ଜିଟ ପାଇଁ ପରାମର୍ଶ ଦିଆଯାଇଛି। ଏହି ଆଧାରରେ ଆଇଆଇଟି, ମାଡ୍ରାସ ଏହି ନୂତନ ପାଠ୍ୟକ୍ରମ ଆରମ୍ଭ କରିବା ସ୍ବାଗତଯୋଗ୍ୟ। ଏହି ଉଦ୍ୟମ ଦେଶର ଉଚ୍ଚଶିକ୍ଷା କ୍ଷେତ୍ରରେ ଗୁଣାତ୍ମକ ମାନକୁ ବଢ଼ାଇବାରେ ସହାୟକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକଶିତ ଭାରତ କଳ୍ପନାରେ ଅଧିକରୁ ଅଧିକ ଅନୁଷ୍ଠାନ ଏଭଳି କାର୍ଯ୍ୟକ୍ରମ ପାଇଁ ଆଗେଇ ଆସିବା ନେଇ ସେ ଆଶାବ୍ୟକ୍ତ କରିଛନ୍ତି। ଭାରତ କେବଳ ଟେକ୍ନୋଲୋଜିର ଉପଭୋକ୍ତା ହେବା ଉଚିତ ନୁହେଁ ବରଂ ନିଜର ମାନବଶକ୍ତି ମଧ୍ୟ ପ୍ରସ୍ତୁତ କରିବା ଦରକାର। ଆଇଆଇଟି, ମାଡ୍ରାସ ଦ୍ୱାରା ପ୍ରସ୍ତୁତ ଏହି ପାଠ୍ୟକ୍ରମ ସମସ୍ତଙ୍କ ପାଖରେ ଥିବା କାର୍ଯ୍ୟାବଳୀର ଦକ୍ଷତା ସୁଧାର ଏବଂ ଭବିଷ୍ୟତ କାର୍ଯ୍ୟକ୍ରମକୁ ପ୍ରସ୍ତୁତ କରିବାର ଦୁଇଟି ଉଦ୍ଦେଶ୍ୟ ପୂରଣ କରିବ ବୋଲି ଧର୍ମେନ୍ଦ୍ର କହିବା ସହ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍ସ ପରିସଂସ୍ଥାନରେ ଏକ ମୌଳିକ ମଡ୍ୟୁଲ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri