ଅନ୍‌ଲାଇନରେ ଔଷଧ ବିକ୍ରି ନିଷେଧ, ୦% ଜିଏସ୍‌ଟି ଦାବି

ବ୍ରହ୍ମପୁର ଅଫିସ,୨୦।୬: ଓଡ଼ିଶା ସେଲ୍‌ସ ରିପ୍ରେଜେଣ୍ଟିଭ ୟୁନିୟନ ପକ୍ଷରୁ ବିଭିନ୍ନ ଦାବିକୁ ନେଇ ରବିବାର ବ୍ରହ୍ମପୁର ସହରରେ ଏକ ବାଇକ୍‌ ଶୋଭାଯାତ୍ରା ହୋଇଥିଲା। ଏଥିରେ ଶହୀଦ ଲକ୍ଷ୍ମଣ ନାୟକ କମ୍ୟୁନିଟି ହଲ୍‌ଠାରୁ ବାହାରି ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଏକ ପଥପ୍ରାନ୍ତ ସଭା ଆୟୋଜିତ ହୋଇଥିଲା। ଏଥିରେ ସଂଘର ଜିଲା ସଭାପତି ଲକ୍ଷ୍ମଣ ନାୟକ ସଭାପତିତ୍ୱ କରିଥିଲେ। ସଂଘ ସାଧାରଣ ସମ୍ପାଦକ ସତ୍ୟବ୍ରତ ମହାପାତ୍ର ବିଭିନ୍ନ ଦାବି ଉପରେ ଆଲୋଚନା କରିଥିଲେ। ଦାବିଗୁଡିକ ମଧ୍ୟରେ ଔଷଧର ମୂଲ୍ୟ ବୃଦ୍ଧି ରୋକ୍‌ ଲଗାଇବା ପାଇଁ ପ୍ରଚଳିତ ବଜାର ଦ୍ୱାରା ନିୟନ୍ତ୍ରିତ ବ୍ୟବସ୍ଥାକୁ ରଦ୍ଦ କରି ଉପତ୍ାଦନଭିତ୍ତିକ ଖର୍ଚ୍ଚ ଅନୁଯାୟୀ ଔଷଧର ସର୍ବାଧିକ ବିକ୍ରୟ ମୂଲ୍ୟ ସ୍ଥିର କରିବା, ସୁଲଭ ମୂଲ୍ୟରେ ଉତ୍ତମ ମାନର ଔଷଧ ପ୍ରସ୍ତୁତି କରିବା କ୍ଷମତା ଥିବା ସମସ୍ତ ସରକାରୀ ଔଷଧ ପ୍ରତିଷ୍ଠାନଗୁଡିକର ପୁନରୁଦ୍ଧାର, ଦୁର୍ନୀତିଗ୍ରସ୍ତ କର୍ପୋରେଟ ମାଲିକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ, ଅନ୍‌ଲାଇନ ମାଧ୍ୟମରେ ହେଉଥିବା ସମସ୍ତ ଔଷଧ ବିକ୍ରି ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ନିଷେଧ, ଔଷଧ ଉପରେ ପ୍ରଚଳିତ ସମସ୍ତ ଟିକସ ବ୍ୟବସ୍ଥାକୁ ହଟାଇ ୦% ଜିଏସ୍‌ଟି ଲାଗୁ ଓ ସ୍ବାସ୍ଥ୍ୟ ସେବାର ଅଧିକ ଉନ୍ନତି ନିମନ୍ତେ ଜିଡିପିର ୫% ହାରରେ ଅର୍ଥ ମଞ୍ଜୁର କରିବା ପାଇଁ ଦାବି ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ସଂଘ ରାଜ୍ୟ କମିଟି ସଭ୍ୟ ବି.ଈଶ୍ୱର ରାଓଙ୍କ ସମେତ ଯୁଗ୍ମ ସାଧାରଣ ସମ୍ପାଦକ ନୃସିଂହ ପ୍ରସାଦ ବ୍ରହ୍ମା, ଭାସ୍କର ମିଶ୍ର ଓ ବରିଷ୍ଠ ସଭ୍ୟ ମଧୁସୂଦନ ବେହେରା ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ସିଆଇଟିୟୁ ପକ୍ଷରୁ ଯୁଧିଷ୍ଠିର ବେହେରା, ବିଡବ୍ଲ୍ୟୁଇସିସିର ପ୍ରତାପ ଚାୈଧୁରୀଙ୍କ ସମେତ ବିଭିନ୍ନ ସଂଗଠନର ନେତୃ୍‌ବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri