ଅନ୍‌ଲାଇନ୍‌ ଚାଟଶାଳୀ

ଭଦ୍ରକ ଅଫିସ, ୨୦।୭-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍କୁଲ, କଲେଜ, ଆଶ୍ରମ ସ୍କୁଲ ଏଭଳିକି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରମାନେ ଶିକ୍ଷାଠାରୁ ଧୀରେ ଧୀରେ ଦୂରେଇ ଯାଉଛନ୍ତି। ହେଲେ ବହୁ ଶିକ୍ଷାନୁଷ୍ଠାନ ଅନ୍‌ଲାଇନ ଶିକ୍ଷାକୁ ଏକ ମାଧ୍ୟମ ଭାବେ ବ୍ୟବହାର କରୁଛନ୍ତି। ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ମଧ୍ୟ ଏକ ଅନ୍‌ଲାଇନ୍‌ ଚାଟଶାଳୀର ବ୍ୟବସ୍ଥା କରାଯାଇଛି। ଏହାଦ୍ୱାରା ବହୁ ଛାତ୍ରୀଛାତ୍ର ଉପକୃତ ହେଉଛନ୍ତି। ପ୍ରଥମେ ଗାଁ ମନ୍ଦିର କିମ୍ବା ଗଛମୂଳରେ ଶିକ୍ଷାଦାନ କରାଯାଉଥିଲା। ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିୟମରେ ୫ ଦିନ ଧରି ପରିବର୍ତ୍ତନ କରାଯାଇଛି ବୋଲି ଜିଲା ମଙ୍ଗଳ ଅଧିକାରୀ ଜୟନ୍ତ କୁମାର ଜେନା ସୂଚନା ଦେଇଛନ୍ତି। ଏବେ ଅନ୍‌ଲାଇନ୍‌ ମାଧ୍ୟମରେ ପାଠ ପଢ଼ାଯାଉଛି। ଏହି ପାଠପଢ଼ା ଦ୍ୱାରା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ୯ଟି ସ୍କୁଲର ୯୩୬ ଜଣ ଛାତ୍ରୀଛାତ୍ର ଉପକୃତ ହେଉଛନ୍ତି।
ମନ୍ଦିର ପ୍ରାଙ୍ଗଣ ଅବା ଗାଁ ବରଗଛ ତଳେ ମାସ୍କ ପିନ୍ଧି ଛାତ୍ରୀଛାତ୍ରଙ୍କୁ ହାତ ଧୁଆଇ ଶିକ୍ଷାଦାନ ଦିଆଯାଉଥିଲା। ସାମାଜିକ ଦୂରତ୍ୱ ରଖାଯାଇ କଳାପଟାରେ ଚାଟଶାଳୀ ଭଳି ପାଠ ପଢ଼ାଯାଉଥିଲା। ଏହି ଯୋଜନା ମାଧ୍ୟମରେ ଜିଲାର ୯ଟି ସ୍କୁଲରେ କାର୍ଯ୍ୟରତ ଥିବା ୩୬ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଗାଁକୁ ଗାଁ ବୁଲି ପାଠ ପଢ଼ାଉଥିଲେ। ଛାତ୍ରୀଛାତ୍ରଙ୍କ ସୁରକ୍ଷା ଦୃଷ୍ଟିକୋଣରୁ ମେ’ ୧୫ରୁ ଶିକ୍ଷାଦାନ ପ୍ରକ୍ରିୟାରେ ପରିବର୍ତ୍ତନ ଅଣାଯାଇଛି। ଏବେ ଶିକ୍ଷକମାନେ ମୋବାଇଲ ଥିବା ଜଣେ ପିଲାଙ୍କ ଘରକୁ ଯାଇ ସେଠାରୁ ଅନ୍ୟ ପିଲାମାନଙ୍କୁ ହ୍ବାଟ୍ସଆପ୍‌ ମାଧ୍ୟମରେ ଶିକ୍ଷାଦାନ କରୁଛନ୍ତି। ଏହିଭଳି ପାଠପଢାକୁ ଅଭିଭାବକମାନେ ସ୍ବାଗତ କରିଛନ୍ତି। ସପ୍ତାହର ଶନିବାର ଓ ରବିବାର ପାଠପଢ଼ା ବନ୍ଦ ରହୁଛି। ସପ୍ତାହରେ ଗୋଟିଏ ଦିନ ଘରକୁ ଘର ବୁଲି ପିଲାଙ୍କ ଖାତା ଯାଞ୍ଚ କରାଯାଉଥିବା ଜିଲା ମଙ୍ଗଳ ଅଧିକାରୀ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri