ଅନ୍‌ଲାଇନ୍‌ ଚାଟଶାଳୀ

ଭଦ୍ରକ ଅଫିସ, ୨୦।୭-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍କୁଲ, କଲେଜ, ଆଶ୍ରମ ସ୍କୁଲ ଏଭଳିକି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରମାନେ ଶିକ୍ଷାଠାରୁ ଧୀରେ ଧୀରେ ଦୂରେଇ ଯାଉଛନ୍ତି। ହେଲେ ବହୁ ଶିକ୍ଷାନୁଷ୍ଠାନ ଅନ୍‌ଲାଇନ ଶିକ୍ଷାକୁ ଏକ ମାଧ୍ୟମ ଭାବେ ବ୍ୟବହାର କରୁଛନ୍ତି। ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ମଧ୍ୟ ଏକ ଅନ୍‌ଲାଇନ୍‌ ଚାଟଶାଳୀର ବ୍ୟବସ୍ଥା କରାଯାଇଛି। ଏହାଦ୍ୱାରା ବହୁ ଛାତ୍ରୀଛାତ୍ର ଉପକୃତ ହେଉଛନ୍ତି। ପ୍ରଥମେ ଗାଁ ମନ୍ଦିର କିମ୍ବା ଗଛମୂଳରେ ଶିକ୍ଷାଦାନ କରାଯାଉଥିଲା। ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିୟମରେ ୫ ଦିନ ଧରି ପରିବର୍ତ୍ତନ କରାଯାଇଛି ବୋଲି ଜିଲା ମଙ୍ଗଳ ଅଧିକାରୀ ଜୟନ୍ତ କୁମାର ଜେନା ସୂଚନା ଦେଇଛନ୍ତି। ଏବେ ଅନ୍‌ଲାଇନ୍‌ ମାଧ୍ୟମରେ ପାଠ ପଢ଼ାଯାଉଛି। ଏହି ପାଠପଢ଼ା ଦ୍ୱାରା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ୯ଟି ସ୍କୁଲର ୯୩୬ ଜଣ ଛାତ୍ରୀଛାତ୍ର ଉପକୃତ ହେଉଛନ୍ତି।
ମନ୍ଦିର ପ୍ରାଙ୍ଗଣ ଅବା ଗାଁ ବରଗଛ ତଳେ ମାସ୍କ ପିନ୍ଧି ଛାତ୍ରୀଛାତ୍ରଙ୍କୁ ହାତ ଧୁଆଇ ଶିକ୍ଷାଦାନ ଦିଆଯାଉଥିଲା। ସାମାଜିକ ଦୂରତ୍ୱ ରଖାଯାଇ କଳାପଟାରେ ଚାଟଶାଳୀ ଭଳି ପାଠ ପଢ଼ାଯାଉଥିଲା। ଏହି ଯୋଜନା ମାଧ୍ୟମରେ ଜିଲାର ୯ଟି ସ୍କୁଲରେ କାର୍ଯ୍ୟରତ ଥିବା ୩୬ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଗାଁକୁ ଗାଁ ବୁଲି ପାଠ ପଢ଼ାଉଥିଲେ। ଛାତ୍ରୀଛାତ୍ରଙ୍କ ସୁରକ୍ଷା ଦୃଷ୍ଟିକୋଣରୁ ମେ’ ୧୫ରୁ ଶିକ୍ଷାଦାନ ପ୍ରକ୍ରିୟାରେ ପରିବର୍ତ୍ତନ ଅଣାଯାଇଛି। ଏବେ ଶିକ୍ଷକମାନେ ମୋବାଇଲ ଥିବା ଜଣେ ପିଲାଙ୍କ ଘରକୁ ଯାଇ ସେଠାରୁ ଅନ୍ୟ ପିଲାମାନଙ୍କୁ ହ୍ବାଟ୍ସଆପ୍‌ ମାଧ୍ୟମରେ ଶିକ୍ଷାଦାନ କରୁଛନ୍ତି। ଏହିଭଳି ପାଠପଢାକୁ ଅଭିଭାବକମାନେ ସ୍ବାଗତ କରିଛନ୍ତି। ସପ୍ତାହର ଶନିବାର ଓ ରବିବାର ପାଠପଢ଼ା ବନ୍ଦ ରହୁଛି। ସପ୍ତାହରେ ଗୋଟିଏ ଦିନ ଘରକୁ ଘର ବୁଲି ପିଲାଙ୍କ ଖାତା ଯାଞ୍ଚ କରାଯାଉଥିବା ଜିଲା ମଙ୍ଗଳ ଅଧିକାରୀ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?