ଅନ୍‌ଲାଇନ୍‌ ଠକେଇ: ରାଉରକେଲାରୁ ୪ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ନବରଙ୍ଗପୁର,୧୯।୮(ସଦାଶିବ ପ୍ରହରାଜ): ଅନ୍‌ଲାଇଇନ୍‌ ଠକେଇ ମାମଲାରେ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ପୋଲିସ ରାଉରକେଲାରୁ ୪ଜଣ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ବିହାରର ଖଗାରିୟା ଜିଲାର ଗୁଲସନ କୁମାର, ସନୋଜ ପାସୱାନ, ଧୀରଜ କୁମାର ପାସଓ୍ବାନ ଏବଂ ମୋହନ କୁମାର ପାସଓ୍ବାନ।

ପୋଲିସ ସୂଚନା ଅନୁଯାୟୀ, ଚନ୍ଦାହାଣ୍ଡି ଥାନା ଅଧୀନ ବୋରିଗୁଡା ଗ୍ରାମର ନିଜାମ ଖାଁଙ୍କ ମୋବାଇଲ ନମ୍ବରକୁ ଗତ ୨୮ ତାରିଖରେ ଜଣେ ଅଚିହ୍ନା ବ୍ୟକ୍ତି ଫୋନ କରି ୨,୮୦,୦୦୦ ଟଙ୍କା ପୁରସ୍କାର ଜିତିଥିବା କହିଥିଲେ। ଏଥିପାଇଁ ତାଙ୍କୁ ପ୍ରଥମେ ୩୫୦୦ ଟଙ୍କା ଦେବାକୁ ପଡ଼ିବ ବୋଲି କହିଥିଲେ। ଏହାପରେ ନିଜାମ ସେହି ନମ୍ବରରେ ଥିବା ଗୁଗଲ ପେ’କୁ ୩୫୦୦ ଟଙ୍କା ପଠେଇଥିଲେ। ଏହାପରେ ସେ ପୁଣି ୯୮୦୦ ଟଙ୍କା ମାଗିଥିଲେ। ଏହିଭଳି ୭ ଥର କରି ନିଜାମ୍‌ ମୋଟ ୭୦,୩୦୦ ଟଙ୍କା ପଠାଇଥିଲେ। ପରେ ନିଜାମଙ୍କୁ କିଛି ପୁରସ୍କାର ମିଳି ନ ଥିଲା। ପରବର୍ତ୍ତୀ ସମୟରେ ସମ୍ପୃକ୍ତ ନମ୍ବରକୁ କଲ୍‌ କରିଥିଲେ ମଧ୍ୟ କେହି ଉଠାଇ ନ ଥିଲେ।

ଏ ନେଇ ନିଜାମ ଜୁଲାଇ ୨୯ ତାରିଖରେ ଚନ୍ଦାହାଣ୍ଡି ଥାନାରେ ଏତଲା ଦେଇଥିଲେ। ଏନେଇ ପୋଲିସ ଏକ ମାମଲା(ନଂ.୧୧୨/୨୩) ରୁଜୁ କରିବା ସହ ଥାନା ଅଧିକାରୀ ପ୍ରଶାନ୍ତ କୁମାର କୋହ୍ଲାରସ ଏହାର ତଦନ୍ତ ଆରମ୍ଭ କରିଥିଲେ। କୌଣସି ସୂତ୍ରରୁ ଖବରପାଇ ଥାନା ଅଧିକାରୀ ଓ ଏକ ଟିମ୍‌ ରାଉରକେଲା ଯାଇ ବିହାର ଅଞ୍ଚଳର ୪ ଯୁବକଙ୍କୁ ଚନ୍ଦାହାଣ୍ଡି ଥାନାକୁ ଆଣି ପଚରାଉଚରା କରିଥିଲେ। ଏହି ସମୟରେ ସେମାନେ ଠକେଇ ମାମଲାରେ ସମ୍ପୃକ୍ତ ଥିବା ଜଣାପଡିଥିଲା । ଶନିବାର ୪ ଅଭିଯୁକ୍ତଙ୍କୁ କୋର୍ଟକୁ ଚାଲାଣ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?