ଅନଲାଇନ୍‌ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକ

ଭୁବନେଶ୍ୱର,୧୯ା୪(ସତ୍ୟଜିତ୍‌ ରାଉତ): ରାଜଧାନୀ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ଅଞ୍ଚଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଅନଲାଇନ୍‌ ଗେମରେ ଲକ୍ଷାଧିକ ଟଙ୍କା ହାରି ଜଣେ ଯୁବକ ନିଜ ଜୀବନ ହାରିଛନ୍ତି। ମୃତ ଯୁବକ ହେଲେ ବିକାଶ ନାୟକ (୨୪)। ସେ ରାଜଧାନୀର ଏକ ପାଥଲୋଜି କ୍ଲିନିକ୍‌ରେ କାମ କରୁଥିଲେ। ନିଜ ରୁମର ଫ୍ୟାନରେ ରଶି ଦ୍ୱାରା ଝୁଲୁଥିବା ଅବସ୍ଥାରେ ବିକାଶଙ୍କ ମୃତଦେହକୁ ଲକ୍ଷ୍ମୀସାଗର ପୋଲିସ ଟିମ୍‌ ଜବତ କରିଛି। ପରେ କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପରେ ପୋଲିସ ପକ୍ଷରୁ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୧୮/୨୦୨୫) ରୁଜୁ କରି ତଦନ୍ତ ଚଳାଇଛି। ତେବେ ବିକାଶ ଏକ ଅନଲାଇନ୍‌ ଗେମ ଆପ୍‌ରେ ପ୍ରାୟ ୭ ଲକ୍ଷ ଟଙ୍କା ହାରିବା କାରଣରୁ ମାନସିକ ଚିନ୍ତାରେ ପଡି ଏଭଳି ଚରମ ନିଷ୍ପତ୍ତି ନେଇଥିବା ତଦନ୍ତରୁ ଜଣାପଡିଛି ବୋଲି ଥାନାଧିକାରୀ ପି. ଶ୍ୟାମସୁନ୍ଦର ରାଓ କହିଛନ୍ତି।

ସୂଚନା ଅନୁଯାୟୀ, ବିକାଶ କିଛିଦିନ ହେଲା ଏକ ଅନଲାଇନ୍‌ ଗେମରେ ଖେଳିବା ସହ ବ୍ୟସ୍ତ ରହୁଥିଲେ। ଟଙ୍କା ହାରିବା ପରେ ମଧ୍ୟ ଅଧିକ ଟଙ୍କା ଲଗାଉଥିଲେ। ଏପରିକି ଲକ୍ଷାଧିକ ଟଙ୍କା ହାରିବା ପରେ ସେ ମାନସିକ ଚିନ୍ତାରେ ପଡିଥିଲେ ବୋଲି ସମ୍ପର୍କୀୟମାନେ ପୋଲିସକୁ କହିଛନ୍ତି। ଶନିବାର ଅପରାହ୍ନରେ ବିକାଶ ଦୀର୍ଘ ସମୟ ବନ୍ଦ ରୁମରେ ରହିବାକୁ ପରିବାରଲୋକେ ଚିନ୍ତାରେ ପଡିଥିଲେ। ଖବର ମିଳିବା ପରେ ପୋଲିସ ଟିମ୍‌ ପହଞ୍ଚି ତାଲା ଭାଙ୍ଗି ଭିତରେ ପଶିବା ସହ ରଶି କାଟି ମୃତଦେହ ଜବତ କରିଥିଲା। ପୋଲିସ ଟିମ୍‌ ବିକାଶଙ୍କ ମୋବାଇଲ ଜବତ କରିବା ସହ ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri