ତରଭା ବ୍ଲକରେ ଅନ୍‌ଲାଇନ ପାଠପଢାର ଶୁଭାରମ୍ଭ

ତରଭା,୧୩ା୮(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକର ଚାରଭଟା, କମସରା, ଶିବତୁଲା ଓ ରାଣୀସର୍ଡା ଗ୍ରାମରେ ଥିବା ଗ୍ରାମୀଣ ପାଠାଗାର ଓ ସୂଚନା କେନ୍ଦ୍ରଠାରେ ବୁଧବାର ଅନ୍‌ଲାଇନ ପାଠପଢା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ ବିଡିଓ ନିହାର ରଞ୍ଜନ କହଁର ଯୋଗ ଦେଇଥିଲେ। ବିଇଓ କେଶବ ମେହେର,ଶିବତୁଲା ସରପଞ୍ଚ ଭରତ ଚନ୍ଦ୍ର ମିଶ୍ର, ଚାରଭଟା ସରପଞ୍ଚ ପ୍ରଭାତ ପାତ୍ର, ଶିକ୍ଷକ ପ୍ରଦ୍ୟୁମ୍ନ ମହାନ୍ତି, ପ୍ରଶାନ୍ତ ମିଶ୍ର, ଗୌରୀଶଙ୍କର ସାହୁ, ଶ୍ରୀକାନ୍ତ ମିଶ୍ର, ସଞ୍ଜୀବ ସେଠୀ, ସିଆରସିସି ସୁଶାନ୍ତ ମେହେରଙ୍କ ସମେତ ସଂପୃକ୍ତ ସ୍କୁଲର ପ୍ରଧାନଶିକ୍ଷକମାନେ ଉପସ୍ଥିତ ଥିଲେ। ଏଥିସହିିତ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ଓ ଅଞ୍ଚଳର ବହୁ ସଚେତନ ନାଗରିକ ଯୋଗ ଦେଇଥିଲେ। ଅତିଥିମାନଙ୍କ ଦ୍ୱାରା କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା ପରେ ପ୍ରତିଦିନର ପାଠ୍ୟକ୍ରମ ପାଇଁ ସମୟ ନିର୍ଦ୍ଧାରଣ କରାଯାଇଥିଲା। କରୋନା ମହାମାରୀ ପାଇଁ ବିଦ୍ୟାଳୟଗୁଡିକ ବନ୍ଦ ରହିଥିବାରୁ ପାଠପଢାରେ ବ୍ୟାଘାତ ସୃଷ୍ଟି ହୋଇଛି। ଛାତ୍ରୀଛାତ୍ରମାନେ ଶିକ୍ଷାଦାନରୁ ବଞ୍ଚିତ ହୋଇଛନ୍ତି। ବିଶେଷକରି ଦଶମ ଶ୍ରେଣୀର ବିଦ୍ୟାର୍ଥୀମାନେ ବେଶୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ପ୍ରଥମ ପର୍ଯ୍ୟାୟରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରମାନଙ୍କୁ ଏହି ସୁଯୋଗ ଦିଆଯାଇଛି। ଅନ୍ୟ ଶ୍ରେଣୀର ଛାତ୍ରୀଛାତ୍ରମାନେ ପର୍ଯ୍ୟାୟ କ୍ରମେ ଏହାର ସୁଯୋଗ ଲାଭ କରିବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀ କେଶବ ମେହେର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ମା’ ଆଣିଲେ ସାଂଘାତିକ ଅଭିଯୋଗ

ଅମରପାଲି,୩।୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହରିହର ଯୋର(ଠେଙ୍ଗୋ ଡ୍ୟାମ)ଫାଣ୍ଡି ଅଞ୍ଚଳରେ ଜଣେ ହାଇସ୍କୁଲ ପଢୁଆ ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ନାବାଳିକା…

ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ

ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା।…

ଟ୍ରକ ଧକ୍କାରେ ଯୁବ ଚାଷୀଙ୍କ ମୃତ୍ୟୁ, କ୍ଷତି ପୂରଣ ଦାବି ନେଇ ୪ ଘଣ୍ଟା ଧରି ରାମପୁର ରାସ୍ତା ଉପରେ ରାସ୍ତା ରୋକ

ଡୁଙ୍ଗୁରିପାଲି ୨୩।୧ (ଦୀନବନ୍ଧୁ ସୁନା ) : ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି -ବିନିକା ରାସ୍ତାର ରାମପୁର ଏଟିଏମ ଛକ ନିକଟରେ ବରପାଲି ପଟରୁ ଆସୁଥିବା ଏକ ଟ୍ରକ,…

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ ଗେଟ…

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର ଭଗବତୀପ୍ଲଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri