ତରଭା ବ୍ଲକରେ ଅନ୍‌ଲାଇନ ପାଠପଢାର ଶୁଭାରମ୍ଭ

ତରଭା,୧୩ା୮(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକର ଚାରଭଟା, କମସରା, ଶିବତୁଲା ଓ ରାଣୀସର୍ଡା ଗ୍ରାମରେ ଥିବା ଗ୍ରାମୀଣ ପାଠାଗାର ଓ ସୂଚନା କେନ୍ଦ୍ରଠାରେ ବୁଧବାର ଅନ୍‌ଲାଇନ ପାଠପଢା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ ବିଡିଓ ନିହାର ରଞ୍ଜନ କହଁର ଯୋଗ ଦେଇଥିଲେ। ବିଇଓ କେଶବ ମେହେର,ଶିବତୁଲା ସରପଞ୍ଚ ଭରତ ଚନ୍ଦ୍ର ମିଶ୍ର, ଚାରଭଟା ସରପଞ୍ଚ ପ୍ରଭାତ ପାତ୍ର, ଶିକ୍ଷକ ପ୍ରଦ୍ୟୁମ୍ନ ମହାନ୍ତି, ପ୍ରଶାନ୍ତ ମିଶ୍ର, ଗୌରୀଶଙ୍କର ସାହୁ, ଶ୍ରୀକାନ୍ତ ମିଶ୍ର, ସଞ୍ଜୀବ ସେଠୀ, ସିଆରସିସି ସୁଶାନ୍ତ ମେହେରଙ୍କ ସମେତ ସଂପୃକ୍ତ ସ୍କୁଲର ପ୍ରଧାନଶିକ୍ଷକମାନେ ଉପସ୍ଥିତ ଥିଲେ। ଏଥିସହିିତ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ଓ ଅଞ୍ଚଳର ବହୁ ସଚେତନ ନାଗରିକ ଯୋଗ ଦେଇଥିଲେ। ଅତିଥିମାନଙ୍କ ଦ୍ୱାରା କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା ପରେ ପ୍ରତିଦିନର ପାଠ୍ୟକ୍ରମ ପାଇଁ ସମୟ ନିର୍ଦ୍ଧାରଣ କରାଯାଇଥିଲା। କରୋନା ମହାମାରୀ ପାଇଁ ବିଦ୍ୟାଳୟଗୁଡିକ ବନ୍ଦ ରହିଥିବାରୁ ପାଠପଢାରେ ବ୍ୟାଘାତ ସୃଷ୍ଟି ହୋଇଛି। ଛାତ୍ରୀଛାତ୍ରମାନେ ଶିକ୍ଷାଦାନରୁ ବଞ୍ଚିତ ହୋଇଛନ୍ତି। ବିଶେଷକରି ଦଶମ ଶ୍ରେଣୀର ବିଦ୍ୟାର୍ଥୀମାନେ ବେଶୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ପ୍ରଥମ ପର୍ଯ୍ୟାୟରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରମାନଙ୍କୁ ଏହି ସୁଯୋଗ ଦିଆଯାଇଛି। ଅନ୍ୟ ଶ୍ରେଣୀର ଛାତ୍ରୀଛାତ୍ରମାନେ ପର୍ଯ୍ୟାୟ କ୍ରମେ ଏହାର ସୁଯୋଗ ଲାଭ କରିବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀ କେଶବ ମେହେର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇ ଅଭିଜ୍ଞ ବନାମ ନୂଆ ମୁହଁ

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ସୋନପୁର ବିଧାନସଭା ଆସନ ପାଇଁ ସର୍ବପ୍ରଥମେ ନବନିର୍ମାଣ କୃଷକ ସଂଗଠନ ସୋନାଲି ବିଶିଙ୍କ ନାମ ଘୋଷଣା କରିଥିଲା। କିଛିଦିନ ପରେ ବିଜେଡି...

ସୋନପୁର ହୋଇନି ସୁବର୍ଣ୍ଣପୁର

ସୋନପୁର,୧୪।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ଏକ ସ୍ବତନ୍ତ୍ର ଜିଲା ଗଠନ ହେବାର ଇତିମଧ୍ୟରେ ୩୧ ବର୍ଷ ବିତିଯାଇଛି। ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ସୋନପୁର ଉପଖଣ୍ଡ ବଲାଙ୍ଗୀର...

ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢୁଛି

ସୋନପୁର,୧୨।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ଶିକ୍ଷିତ ବେକାରଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ନିଯୁକ୍ତି ସୁଯୋଗ ନ ଥିବାରୁ ଶିକ୍ଷିତ ଯୁବତୀଯୁବକମାନେ ବାହାର ରାଜ୍ୟକୁ କାମ...

ବିଜେଡି ଛାଡ଼ିଲେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ

ଅମରପାଲି,୮ା୪(ପୀତାମ୍ବର ସାହୁ): ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଏବଂ ବ୍ଲକ ଉପାଧ୍ୟକ୍ଷ ତଥା ବ୍ଲକ ବିଜେଡି ଯୁବ ସଭାପତି...

ନିରଞ୍ଜନ-ପ୍ରମୋଦ, ପଦ୍ମନାଭ-ରଘୁନାଥ ଲଢ଼େଇ

ସୋନପୁର,୭।୪(ମୃତ୍ୟୁଞ୍ଜୟ ଶତପଥୀ)ଚଳିତ ନିର୍ବାଚନରେ ସୁବର୍ଣ୍ଣପୁର ଜିଲାର ସୋନପୁର ଓ ବୀରମହାରାଜପୁର ବିଧାନସଭା ଆସନରେ ପୁଣି ପରସ୍ପରକୁ ସାମ୍ନା କରିବାକୁ ଯାଉଛନ୍ତି ଶାସକ ଓ ବିପକ୍ଷ ଦଳର...

କାର୍‌ରୁ ମିଳିଲା ୫୫ ଲକ୍ଷ ଟଙ୍କା

ବିନିକା,୬ା୪: କାର୍‌ରୁ ମିଳିଛି ଲକ୍ଷାଧିକ ଟଙ୍କା। ସୁବର୍ଣ୍ଣପୁର ଜିଲା ବିନିକା କଲେଜ ଛକରେ ଗାଡ଼ି ଚେକିଂ ବେଳେ ଏକ କାର୍‌ରୁ ୫୫ ଲକ୍ଷ ଟଙ୍କା ଜବତ...

ନେପାଳରେ ଚମକିଲେ ସୁବର୍ଣ୍ଣପୁରର ୩ କୁନି ମଡେଲ

ସୋନପୁର,୬ା୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ୩ ଝିଅ ନେପାଳର ରାଜଧାନୀ କାଠମାଣ୍ଡୁରେ ଆୟୋଜିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତାରେ ଭାଗ ନେଇ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଛନ୍ତି।...

ଓଡ଼ିଶାରେ ସରକାର ଗଢ଼ିବ ଭାଜପା: ଜୟନାରାୟଣ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରି ଦଳ ପୁଣିଥରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri