ଆସନ୍ତା ୨୬ରୁ ଡିଏଲ୍‌ ନବୀକରଣ ପାଇଁ ଅନ୍‌ଲାଇନ୍‌ ଡାକ୍ତରୀ ପ୍ରମାଣପତ୍ର ବାଧ୍ୟତାମୂଳକ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଆସନ୍ତା ଜାନୁୟାରୀ ୨୬ରୁ ଡ୍ରାଇଭିଂ ଲାଇସେନ୍ସ ନବୀକରଣ ପାଇଁ ଅନ୍‌ଲାଇନ ଡାକ୍ତରୀ ପ୍ରମାଣପତ୍ର ବାଧ୍ୟତାମୂଳକ ହେବ। ୪୦ ବର୍ଷରୁ ଅଧିକ ବୟସ ଆବେଦନକାରୀଙ୍କ ପାଇଁ ଏହି ନିମୟ ଲାଗୁ ହେବ। ତେବେ ନୂତନ ଲର୍ନର୍ସ ଲାଇସେନ୍ସ (ଏଲ୍‌ଏଲ୍‌ଆର) କିମ୍ବା ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ଆବେଦନକାରୀଙ୍କ ପାଇଁ ମଧ୍ୟ ଏହି ନିୟମ ଲାଗୁ ହେବ। ବର୍ତ୍ତମାନ ଆବେଦନକାରୀମାନେ ଏକ କାଗଜ ଫର୍ମାଟରେ ମାନୁଆଲ ଡାକ୍ତର ପ୍ରମାଣପତ୍ର ଦେଉଛନ୍ତି। ଅନ୍‌ଲାଇନ ଆବେଦନ ସମୟରେ ଏହାକୁ ସାରଥି ପୋର୍ଟାଲରେ ଅପ୍‌ଲୋଡ କରୁଛନ୍ତି। ଏହି ପ୍ରକ୍ରିୟାରେ ଡାକ୍ତରୀ ପ୍ରମାଣପତ୍ରର ସତ୍ୟତା ଜାଣିବା ସମ୍ଭବ ହେଉ ନାହିଁ। ନକଲି ଡାକ୍ତର ପ୍ରମାଣପତ୍ର ମଧ୍ୟ ଅପ୍‌ଲୋଡ ହେବାର ଯଥେଷ୍ଟ ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପରିବହନ ବିଭାଗ ପକ୍ଷରୁ ଏଭଳି ବ୍ୟବସ୍ଥା କରାଯାଇଛି।

ଓଡ଼ିଶା ସରକାରଙ୍କ ୫-ଟି ନୀତି ଅନୁଯାୟୀ ପରିବହନ ବିଭାଗର ଇଲେକ୍ଟ୍ରୋନିକ୍‌ ଫର୍ମାଟରେ ଡାକ୍ତରୀ ପ୍ରମାଣପତ୍ର ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏପରି କି କୌଣସି ଆବେଦନକାରୀ ନକଲି ଡାକ୍ତରୀ ପ୍ରମାଣପତ୍ର ଅପ୍‌ଲୋଡ୍‌ କରିପାରିବେ ନାହିଁ , ତାହା ନିଶ୍ଚିତ କରାଯାଇପାରିବ। ସମ୍ପୂର୍ଣ୍ଣ ବ୍ୟବସ୍ଥାକୁ ସ୍ବଚ୍ଛ କରିବା ପାଇଁ ପୂର୍ବରୁ ଓ୍ବେବ୍‌ ପୋର୍ଟାଲ ଉନ୍ମୋଚିତ ହୋଇଛି। ଆବେଦନକାରୀ ବିନା ଅସୁବିଧାରେ ସିଧାସଳଖ ଡାକ୍ତରୀ ପ୍ରମାଣପତ୍ର ପାଇପାରିବେ । ଡ୍ରାଇଭିଂ ଲାଇସେନ୍ସ ଏବଂ ଗାଡ଼ି କାଗଜପତ୍ର ପାଇଁ ଆର୍‌ଟିଓରେ ଘଣ୍ଟାଘଣ୍ଟା ଧରି ଲାଇନରେ ଛିଡ଼ା ହେବାକୁ ପଡୁଛି। ଏହାଦ୍ୱାରା ଜନସାଧାରଣଙ୍କ ସମୟ ଅପଚୟ ହେବା ସହ ଆର୍‌ଟିଓରେ ମଧ୍ୟ ଅସମ୍ଭବ ଭିଡ଼ ପରିଲକ୍ଷିତ ହେଉଛି। ଅନ୍‌ଲାଇନ ମାଧ୍ୟମରେ ସମସ୍ତ କାର୍ଯ୍ୟ କରାଗଲେ ଲୋକମାନଙ୍କୁ ତୁରନ୍ତ ସେବା ମିଳିପାରିବ ବୋଲି ଏସ୍‌ଟିଏ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?