Posted inଖେଳ

ଅନ୍‌ଲାଇନ୍‌ ଚେସ୍‌: କର୍ତ୍ତବ୍ୟ ଚାମ୍ପିୟନ

ଭୁବନେଶ୍ୱର, ୨୮।୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ନଳିନୀ ରାଜଗୁରୁ ସ୍ମାରକୀ ଅନ୍‌ଲାଇନ୍‌ ଓପନ ଚେସ୍‌ରେ ଗୁଜରାଟର କର୍ତ୍ତବ୍ୟ ଅନାଡକଟ୍‌ ଚାମ୍ପିୟନ ହୋଇଛନ୍ତି। ନିର୍ଦ୍ଧାରିତ ସମୟ ମଧ୍ୟରେ କର୍ତ୍ତବ୍ୟ ୩୧ଟି ମ୍ୟାଚ୍‌ ଖେଳି ୧୯ଟି ଜିତିଥିବାବେଳେ ୭ଟି ଡ୍ର ରଖିଥିଲେ ଏବଂ ୫ଟିରେ ପରାଜିତ ହୋଇଥିଲେ। ରାଜସ୍ଥାନର ଭ୍ରଶାଙ୍କ ଚୌହାନ ଓ କଟକର ହର୍ଷିତ ରଞ୍ଜନ ସାହୁ ପରବର୍ତ୍ତୀ ୨ ସ୍ଥାନ ଅଧିକାର କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରବୀନ୍ଦ୍ର କୁମାର ଓଝା, ଆଦିତ୍ୟ ଜେନା, ଅମିତାଂଶୁ ପ୍ରିୟଦର୍ଶନ, ଗତିକୃଷ୍ଣ ଭୂୟାଁ, ପି. ନନ୍ଦିନୀ, ସତ୍ୟେନ୍ଦୁ ଶେଖର ଖୁଣ୍ଟିଆ ଓ ଅରିଜିତ ସାହୁ ଟପ୍‌-୧୦ ଫିନିଶ୍‌ କରିଥିଲେ। ଏଜ୍‌ ଗ୍ରୁପ୍‌ରେ ୭, ୯, ୧୧ ଓ ୧୩ ବର୍ଷରୁ କମ୍‌ ଏବଂ ବାଳିକା ବର୍ଗରେ ଶ୍ରେଷ୍ଠ ୨ ଜଣ ଲେଖାଏ ଖେଳାଳିଙ୍କୁ ପୁରସ୍କୃତ କରାଯାଇଥିଲା। ଭୁବନେଶ୍ୱରର ଭୀମସେନ ପ୍ରଧାନ (୬୭ବର୍ଷ) ଶ୍ରେଷ୍ଠ ଭେଟେରାନ ଖେଳାଳି ବିବେଚିତ ହୋଇଥିଲେ। ପ୍ରତିଯୋଗିତା ଗୁଗୁଲ ମିଟ୍‌ ମାଧ୍ୟମରେ ଆରମ୍ଭ ହୋଇଥିଲା। ଟାଟା କଫିର ନିର୍ଦ୍ଦେଶକ ସୁଧାଂଶୁ ଶେଖର ମିଶ୍ର ମୁଖ୍ୟ ଅତିଥି ଏବଂ ଗୋଦ୍‌ରେଜ୍‌ର ଜେନେରାଲ ମ୍ୟାନେଜର ଦିବ୍ୟେନ୍ଦୁ ରାଜଗୁରୁ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆୟୋଜକ ଆସୋସିଏଶନ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ, ନଳିନୀ ରାଜଗୁରୁଙ୍କ ପୁତ୍ର ସୀତେନ୍ଦୁ ରାଜଗୁରୁ ଓ ଝିଅ ପ୍ରିୟମ୍ବଦା ରାଜଗୁରୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri