Posted inଖେଳ

ଅନ୍‌ଲାଇନ୍‌ ଚେସ୍‌: କର୍ତ୍ତବ୍ୟ ଚାମ୍ପିୟନ

ଭୁବନେଶ୍ୱର, ୨୮।୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ନଳିନୀ ରାଜଗୁରୁ ସ୍ମାରକୀ ଅନ୍‌ଲାଇନ୍‌ ଓପନ ଚେସ୍‌ରେ ଗୁଜରାଟର କର୍ତ୍ତବ୍ୟ ଅନାଡକଟ୍‌ ଚାମ୍ପିୟନ ହୋଇଛନ୍ତି। ନିର୍ଦ୍ଧାରିତ ସମୟ ମଧ୍ୟରେ କର୍ତ୍ତବ୍ୟ ୩୧ଟି ମ୍ୟାଚ୍‌ ଖେଳି ୧୯ଟି ଜିତିଥିବାବେଳେ ୭ଟି ଡ୍ର ରଖିଥିଲେ ଏବଂ ୫ଟିରେ ପରାଜିତ ହୋଇଥିଲେ। ରାଜସ୍ଥାନର ଭ୍ରଶାଙ୍କ ଚୌହାନ ଓ କଟକର ହର୍ଷିତ ରଞ୍ଜନ ସାହୁ ପରବର୍ତ୍ତୀ ୨ ସ୍ଥାନ ଅଧିକାର କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରବୀନ୍ଦ୍ର କୁମାର ଓଝା, ଆଦିତ୍ୟ ଜେନା, ଅମିତାଂଶୁ ପ୍ରିୟଦର୍ଶନ, ଗତିକୃଷ୍ଣ ଭୂୟାଁ, ପି. ନନ୍ଦିନୀ, ସତ୍ୟେନ୍ଦୁ ଶେଖର ଖୁଣ୍ଟିଆ ଓ ଅରିଜିତ ସାହୁ ଟପ୍‌-୧୦ ଫିନିଶ୍‌ କରିଥିଲେ। ଏଜ୍‌ ଗ୍ରୁପ୍‌ରେ ୭, ୯, ୧୧ ଓ ୧୩ ବର୍ଷରୁ କମ୍‌ ଏବଂ ବାଳିକା ବର୍ଗରେ ଶ୍ରେଷ୍ଠ ୨ ଜଣ ଲେଖାଏ ଖେଳାଳିଙ୍କୁ ପୁରସ୍କୃତ କରାଯାଇଥିଲା। ଭୁବନେଶ୍ୱରର ଭୀମସେନ ପ୍ରଧାନ (୬୭ବର୍ଷ) ଶ୍ରେଷ୍ଠ ଭେଟେରାନ ଖେଳାଳି ବିବେଚିତ ହୋଇଥିଲେ। ପ୍ରତିଯୋଗିତା ଗୁଗୁଲ ମିଟ୍‌ ମାଧ୍ୟମରେ ଆରମ୍ଭ ହୋଇଥିଲା। ଟାଟା କଫିର ନିର୍ଦ୍ଦେଶକ ସୁଧାଂଶୁ ଶେଖର ମିଶ୍ର ମୁଖ୍ୟ ଅତିଥି ଏବଂ ଗୋଦ୍‌ରେଜ୍‌ର ଜେନେରାଲ ମ୍ୟାନେଜର ଦିବ୍ୟେନ୍ଦୁ ରାଜଗୁରୁ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆୟୋଜକ ଆସୋସିଏଶନ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ, ନଳିନୀ ରାଜଗୁରୁଙ୍କ ପୁତ୍ର ସୀତେନ୍ଦୁ ରାଜଗୁରୁ ଓ ଝିଅ ପ୍ରିୟମ୍ବଦା ରାଜଗୁରୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri