ଆଜିଠୁ ଅନ୍‌ଲାଇନ ପେନ୍‌ସନ ଅଦାଲତ

ଭୁବନେଶ୍ୱର,୮ା୪(ବ୍ୟୁରୋ): ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ପେନ୍‌ସନ ସମ୍ବନ୍ଧିତ ଅଭିଯୋଗର ତ୍ୱରିତ ବିଚାର ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପେନ୍‌ସନ ଅଦାଲତର ବ୍ୟବସ୍ଥା କରିଛନ୍ତି। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ଅଦାଲତ ଅନ୍‌ଲାଇନ ଜରିଆରେ କରାଯିବ। ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଛୋଟ ଛୋଟ କାରଣ ପାଇଁ ବିଭିନ୍ନ ସ୍ତରରେ ବହୁ ଅବସରପ୍ରାପ୍ତ କର୍ମଚାରୀ ଓ ଅଧିକାରୀଙ୍କ ପେନ୍‌ସନ କାଗଜ ବିନା ମଞ୍ଜୁରୀରେ ପଡ଼ିରହିଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି। ଏସବୁର ସମାଧାନ କରି ହିତାଧିକାରୀଙ୍କୁ ତୁରନ୍ତ ପେନ୍‌ସନ ମଞ୍ଜୁର କରିବା ନିମନ୍ତେ ଏହି ଅନ୍‌ଲାଇନ ପେନ୍‌ସନ ଅଦାଲତ ବ୍ୟବସ୍ଥା କରାଯାଇଛି ବୋଲି ଚୋପ୍ରା କହିଛନ୍ତି। ଯେଉଁ ଅବସରପ୍ରାପ୍ତ କର୍ମଚାରୀମାନଙ୍କ ବିରୋଧରେ ଫୌଜଦାରି, ଭିଜିଲାନ୍ସ ବା ପେନାଲ୍ଟି ପ୍ରୋସିଡିଂ ନାହିଁ ସେମାନେ ଏହି ପେନ୍‌ସନ ଅଦାଲତର ସୁଯୋଗ ନେଇପାରିବେ। ଏଥିପାଇଁ ୮ ତାରିଖ (ଗୁରୁବାର)ଠାରୁ ଏପ୍ରିଲ ୩୦ ମଧ୍ୟରେ ଆବେଦନ କରାଯାଇପାରିବ। ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲ୍‌ (http://pension.hrmsodisha.gov.in) ମାଧ୍ୟମରେ ଦରଖାସ୍ତ ଗ୍ରହଣ କରାଯିବ। ଏହି ସମୟ ମଧ୍ୟରେ ମିଳିଥିବା ଦରଖାସ୍ତ ସ୍ବୀକୃତିପତ୍ର ଅନ୍‌ଲାଇନ ଜରିଆରେ ଦରଖାସ୍ତକାରୀଙ୍କୁ ମିଳିବ। ସମ୍ପୃକ୍ତ ପେନ୍‌ସନ ମଞ୍ଜୁରକାରୀ କର୍ତ୍ତୃପକ୍ଷ ଚଳିତ ବର୍ଷ ଜୁନ୍‌ ୩୦ ମଧ୍ୟରେ ସମସ୍ତ ଦରଖାସ୍ତ ବିଷୟରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ। ନିଷ୍ପତ୍ତି ବାବଦ ସୂଚନା ମଧ୍ୟ ଦରଖାସ୍ତକାରୀଙ୍କୁ ଇମେଲ୍‌, ଏସ୍‌ଏମ୍‌ଏସ୍‌ କିମ୍ବା ଅନ୍‌ଲାଇନ ପୋର୍ଟାଲ୍‌ ମାଧ୍ୟମରେ ଜଣାଇ ଦିଆଯିବ, ଯେଉଁ ଦରଖାସ୍ତଗୁଡ଼ିକର ସମାଧାନ ପେନ୍‌ସନ ମଞ୍ଜୁର କର୍ତ୍ତୃପକ୍ଷଙ୍କ ସ୍ତରରେ ହୋଇ ନ ପାରିବ ସେ ସେଗୁଡ଼ିକୁ ସମ୍ପୃକ୍ତ ବିଭାଗକୁ ପଠାଇ ଦେବେ। ପରବର୍ତ୍ତୀ ସମୟରେ ଉକ୍ତ ଅସମାଧିତ ଦରଖାସ୍ତଗୁଡ଼ିକର ବିଚାର ପାଇଁ ମୁଖ୍ୟ ଶାସନ ସଚିବ ଏବଂ ଅତିରିକ୍ତ ଶାସନ ସଚିବଙ୍କ ସ୍ତରରେ ସ୍ବତନ୍ତ୍ର ଅଦାଲତ ଅନୁଷ୍ଠିତ ହେବ। ଏହି ଅଦାଲତରେ ଶୁଣାଣି ତାରିଖ ଓ ନୋଟିସ୍‌ ଆଦି ମଧ୍ୟ ସମ୍ପୃକ୍ତ କର୍ମଚାରୀଙ୍କୁ ଇମେଲ୍‌ ବା ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ଜଣାଇ ଦିଆଯିବ। ସମସ୍ତ ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀମାନେ ଏହି ବ୍ୟବସ୍ଥାର ସୁଯୋଗ ନେଇ ନିଜ ନିଜ ପେନ୍‌ସନ ମଞ୍ଜୁରୀ କାର୍ଯ୍ୟ ଠିକ୍‌ ଭାବେ କରାଇନେବା ନିମନ୍ତେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚୋପ୍ରା ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri