ଉପାନ୍ତ ଅଞ୍ଚଳରେ ଅନ୍‌ଲାଇନ୍‌ ପାଠପଢ଼ା ଅପହଞ୍ଚ

ମହାକାଳପଡା,୨୪ା୭(ଡି.ଏନ୍‌.ଏ.): କରୋନା ମହାମାରୀ ପାଇଁ ରାଜ୍ୟରେ ବିଦ୍ୟାଳୟଗୁଡିକ ବନ୍ଦ ରହିଛି। ଏପରିସ୍ଥିତିରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତର ଉପାନ୍ତ ଅଞ୍ଚଳ ଭାବେ ପରିଚିତ ବାଘୁଆମେଦସ୍ଥିତ ଆଦିବାସୀପଡ଼ାରେ ବହୁ ଛାତ୍ରୀଛାତ୍ର ଏବେ ପାଠପଢ଼ା ଛାଡ଼ି ଚାଷ କାମରେ ପରିବାର ଲୋକଙ୍କୁ ସହଯୋଗ କରୁଛନ୍ତି। ଆଉ କେତେଜଣ ନଦୀ ନାଳରୁ ମାଛ ଧରିବା ଓ ଜଙ୍ଗଲରୁ କାଠ ସଂଗ୍ରହ କରିବାରେ ବ୍ୟସ୍ତ ରହିଛନ୍ତି। ଏହାକୁ ବଜାରରେ ବିକ୍ରି କରି ପରିବାର ଲୋକେ ଘର ଚଳାଉଛନ୍ତି। ଫଳରେ ପିଲାଙ୍କ ପାଠପଢ଼ା ବାଧାପ୍ରାପ୍ତ ହୋଇଛି। ଅପରପକ୍ଷେ ମହାମାରୀ ସମୟରେ ଅନ୍‌ଲାଇନ୍‌ ମାଧ୍ୟମରେ ପାଠ ପଢ଼ା ପାଇଁ ରାଜ୍ୟ ସରକାର ମଧୁ ଓ ଶିକ୍ଷା ସଂଯୋଗ ଆପ୍‌ ଆରମ୍ଭ କରିଛନ୍ତି। ମାତ୍ର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ବିଦ୍ୟୁତ୍‌ ଓ ମୋବାଇଲ ସେବା ଆଦି ନ ଥିବା ବେଳେ ପଡ଼ାରେ ଏହାର କାର୍ଯ୍ୟକାରିତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅଭାବ ଅନଟନ ଭିତରେ ଦିନ କାଟୁଥିବା ଏହି ପଡ଼ାର ଲୋକେ ଆପ୍‌ ସମ୍ପର୍କରେ କିଛିି ଜାଣିନାହାନ୍ତି ବୋଲି କହିଛନ୍ତି। ଗ୍ରାମର ରାଖାଲ ସିଂ, କଟି ସିଂଙ୍କ କହିବାନୁସାରେ ଶଟ୍‌ଡାଉନ୍‌ ଓ ଲକ୍‌ଡାଉନ୍‌ ଯୋଗୁ ଆମେ କାମଧନ୍ଦା କରିବାକୁ ବାହାରକୁ ଯାଇପାରୁନୁ । ପେଟପୋଷିବା ପାଇଁ ପରିବାର ଅନ୍ୟ ସଦସ୍ୟଙ୍କ ସହ ପିଲାମାନଙ୍କୁ ମଧ୍ୟ କାମ କରିବାକୁ ପଡ଼ୁଛି।
ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ସଞ୍ଜୀବ କୁମାର ସିଂ କୁହନ୍ତି,ଗ୍ରାମାଞ୍ଚଳରେ ଅନ୍‌ଲାଇନ ପାଠପଢ଼ା ସରଳୀକରଣ କରିବା ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ପ୍ରସ୍ତାବ ଦିଆଯାଇଛି। ଏହା କାର୍ଯ୍ୟକାରୀ ହେଲେ ବହୁ ଛାତ୍ରୀଛାତ୍ର ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri