ଉପାନ୍ତ ଅଞ୍ଚଳରେ ଅନ୍‌ଲାଇନ୍‌ ପାଠପଢ଼ା ଅପହଞ୍ଚ

ମହାକାଳପଡା,୨୪ା୭(ଡି.ଏନ୍‌.ଏ.): କରୋନା ମହାମାରୀ ପାଇଁ ରାଜ୍ୟରେ ବିଦ୍ୟାଳୟଗୁଡିକ ବନ୍ଦ ରହିଛି। ଏପରିସ୍ଥିତିରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତର ଉପାନ୍ତ ଅଞ୍ଚଳ ଭାବେ ପରିଚିତ ବାଘୁଆମେଦସ୍ଥିତ ଆଦିବାସୀପଡ଼ାରେ ବହୁ ଛାତ୍ରୀଛାତ୍ର ଏବେ ପାଠପଢ଼ା ଛାଡ଼ି ଚାଷ କାମରେ ପରିବାର ଲୋକଙ୍କୁ ସହଯୋଗ କରୁଛନ୍ତି। ଆଉ କେତେଜଣ ନଦୀ ନାଳରୁ ମାଛ ଧରିବା ଓ ଜଙ୍ଗଲରୁ କାଠ ସଂଗ୍ରହ କରିବାରେ ବ୍ୟସ୍ତ ରହିଛନ୍ତି। ଏହାକୁ ବଜାରରେ ବିକ୍ରି କରି ପରିବାର ଲୋକେ ଘର ଚଳାଉଛନ୍ତି। ଫଳରେ ପିଲାଙ୍କ ପାଠପଢ଼ା ବାଧାପ୍ରାପ୍ତ ହୋଇଛି। ଅପରପକ୍ଷେ ମହାମାରୀ ସମୟରେ ଅନ୍‌ଲାଇନ୍‌ ମାଧ୍ୟମରେ ପାଠ ପଢ଼ା ପାଇଁ ରାଜ୍ୟ ସରକାର ମଧୁ ଓ ଶିକ୍ଷା ସଂଯୋଗ ଆପ୍‌ ଆରମ୍ଭ କରିଛନ୍ତି। ମାତ୍ର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ବିଦ୍ୟୁତ୍‌ ଓ ମୋବାଇଲ ସେବା ଆଦି ନ ଥିବା ବେଳେ ପଡ଼ାରେ ଏହାର କାର୍ଯ୍ୟକାରିତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅଭାବ ଅନଟନ ଭିତରେ ଦିନ କାଟୁଥିବା ଏହି ପଡ଼ାର ଲୋକେ ଆପ୍‌ ସମ୍ପର୍କରେ କିଛିି ଜାଣିନାହାନ୍ତି ବୋଲି କହିଛନ୍ତି। ଗ୍ରାମର ରାଖାଲ ସିଂ, କଟି ସିଂଙ୍କ କହିବାନୁସାରେ ଶଟ୍‌ଡାଉନ୍‌ ଓ ଲକ୍‌ଡାଉନ୍‌ ଯୋଗୁ ଆମେ କାମଧନ୍ଦା କରିବାକୁ ବାହାରକୁ ଯାଇପାରୁନୁ । ପେଟପୋଷିବା ପାଇଁ ପରିବାର ଅନ୍ୟ ସଦସ୍ୟଙ୍କ ସହ ପିଲାମାନଙ୍କୁ ମଧ୍ୟ କାମ କରିବାକୁ ପଡ଼ୁଛି।
ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ସଞ୍ଜୀବ କୁମାର ସିଂ କୁହନ୍ତି,ଗ୍ରାମାଞ୍ଚଳରେ ଅନ୍‌ଲାଇନ ପାଠପଢ଼ା ସରଳୀକରଣ କରିବା ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ପ୍ରସ୍ତାବ ଦିଆଯାଇଛି। ଏହା କାର୍ଯ୍ୟକାରୀ ହେଲେ ବହୁ ଛାତ୍ରୀଛାତ୍ର ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri