୮ରୁ ଅନ୍‌ଲାଇନ୍‌ ପଞ୍ଜୀକରଣ

ଅନୁଗୋଳ ଅଫିସ୍‌, ୩।୯: ଅନୁଗୋଳରେ ଭାରତୀୟ ବାୟୁସେନାର ନିଯୁକ୍ତି ରାଲି ଅନୁଷ୍ଠିତ ହେବ। ରାଜ୍ୟର ୩୦ଟି ଜିଲାରୁ ଆଶାୟୀଙ୍କୁ ନେଇ ଆସନ୍ତା ୨୩ ତାରିଖରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ପୋଲିସ ଟ୍ରେନିଂ କଲେଜ(ପିଟିସି) ପଡିଆରେ ଏହି ରାଲି କରାଯିବ। ଏ ନେଇ ଜିଲା କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଅଧ୍ୟକ୍ଷତା କରି ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ରେ ପଞ୍ଜୀକରଣ ଆରମ୍ଭ ହେବ। ୨୩ ତାରିଖରୁ ଅକ୍ଟୋବର ୪ ମଧ୍ୟରେ ୩ଟି ପର୍ଯ୍ୟାୟରେ ପରୀକ୍ଷା ଅନୁଷ୍ଠିତ ହେବ। ୨୩ ତାରିଖ ସକାଳ ସାଢ଼େ ୫ଟାରୁ ପିଟିସି ଫାଟକରେ ଶାରୀରିକ ପରୀକ୍ଷା ପୂର୍ବରୁ ଥର୍ମାଲ ସ୍କ୍ରିନିଂ କରାଯିବ। ସେପ୍ଟେମ୍ବର ୨୩ରୁ ୨୬ ପ୍ରଥମ ପର୍ଯ୍ୟାୟ, ସେପ୍ଟେମ୍ବର ୨୮ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଏବଂ ତୃତୀୟ ପର୍ଯ୍ୟାୟ ରାଲି ଅକ୍ଟୋବର ୩ରୁ ୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପିଟିସିରେ ପରୀକ୍ଷା ହେବା ସହ ଉକ୍ତ ଉଚ୍ଚ ବିଦ୍ୟାଳୟରେ ରହିବା ପାଇଁ ସ୍ଥିର କରାଯାଇଛି। ଭୁବନେଶ୍ୱର ସ୍ଥିତ ୯ ଏୟାର ସିଲେକ୍ସନ ସେଣ୍ଟର ୱିଙ୍ଗ କମାଣ୍ଡର ଆର.ଏସ୍‌.ରାୱତ ରାଲି ଆୟୋଜନ ସମ୍ପର୍କରେ ଆଲୋଚନା କରିଥିଲେ। ଏହାର ସୁପରିଚାଳନା ପାଇଁ ସିଲେକ୍ସନ ସେଣ୍ଟରର ୪୫ କର୍ମକର୍ତ୍ତା ଯୋଗ ଦେବେ। ବୈଠକରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା, ଜିଲା ନିୟୋଜନ ଅଧିକାରୀ ମାନସ ରଞ୍ଜନ ମହାନ୍ତିଙ୍କ ସହ ବିଭିନ୍ନ ବିଭାଗର ଜିଲାସ୍ତରୀୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri