କାର୍ଯ୍ୟକାରୀ ହେଲା ଅନ୍‌ଲାଇନ୍‌ ପଞ୍ଜୀକରଣ ବ୍ୟବସ୍ଥା: ୧୦୦୦ ଅଭିଯୋଗକାରୀଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକୃତ ହୋଇଥିବା ଏକ ହଜାର ଅଭିଯୋଗକାରୀଙ୍କ ଠାରୁ ସମସ୍ୟା ଶୁଣିଛନ୍ତି। ଏଥିସହିତ ପ୍ରଥମ ଥର ପାଇଁ ପାଇଁ ସମ୍ପୂର୍ଣ୍ଣ ଅନ୍‌ଲାଇନ୍‌ ପଞ୍ଜୀକରଣ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲୋକଙ୍କୁ ପାଖରେ ବସାଇ ସେମାନଙ୍କ ଦୁଃଖ ଶୁଣୁଛନ୍ତି। ସମାଧାନର ବ୍ୟବସ୍ଥା କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କର ଆଶ୍ୱାସନା ଭରା କଥାରେ ଖୁସିରେ ହୋଇ ସମସ୍ତେ ଫେରୁଥାନ୍ତି। ନିଜେ ମୁଖ୍ୟମନ୍ତ୍ରୀ ଲୋକଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କରି ଉପସ୍ଥିତ ବରିଷ୍ଠ ପ୍ରଶାସନିକ ଅଧିକାରୀମାନଙ୍କୁ ସମସ୍ୟାର ସମାଧାନ କିପରି ହେବ ସେଥି ପାଇଁ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଠାରୁ ନିର୍ଦ୍ଦେଶ ପାଇ ଅଧିକାରୀମାନେ ମଧ୍ୟ ତତ୍ପରତାର ସହ ଲୋକଙ୍କ ଅଭିଯୋଗକୁ ସଂପୃକ୍ତ ବିଭାଗକୁ ତ୍ୱରିତ ପଦକ୍ଷେପ ପାଇଁ ପ୍ରେରଣ କରୁଥାନ୍ତି। ଏହିଭଳି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକ ଏବଂ ସରକାରଙ୍କ ମଧ୍ୟରେ ନଥିଲା କୌଣସି ପ୍ରତିବନ୍ଧକ। ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଭିନ୍ନକ୍ଷମ, ରୋଗୀ ଓ ବରିଷ୍ଠ ନାଗରିକମାନଙ୍କ ପ୍ରତି ଅଭିଯୋଗ ପ୍ରକୋଷ୍ଠରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଉଥିଲା।

ଜୁଲାଇ ୧ ତରିଖରୁ ଆରମ୍ଭ ହୋଇଥିବା ଅଭିଯୋଗ ଶୁଣାଣି ପ୍ରକ୍ରିୟା ଚତୁର୍ଥ ଦିନରେ ପହଞ୍ଚିଥିଲା। ମୁଖ୍ୟମନ୍ତ୍ରୀଙ୍କ ସହିତ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଥିଲେ। ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଏହି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିଥିଲେ।

ମୁଖ୍ୟମନ୍ତ୍ରୀ ସକାଳ ୧୧ଟାରେ ଶୁଣାଣି ଆରମ୍ଭ କରି ଅପରାହ୍ନ ପ୍ରାୟ ୫ଟା ପର୍ଯ୍ୟନ୍ତ ଶୁଣାଣି ଜାରି ରଖିଥିଲେ। ସମୁଦାୟ ୧୦୦୦ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ଏବଂ ସମସ୍ତ ଅଭିଯୋଗକାରୀ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଜଣାଇଥିଲେ।

ଆସିଥିବା ବିଭିନ୍ନ ଅଭିଯୋଗକାରୀମାନଙ୍କ ମଧ୍ୟରୁ ଜଣେ ଥିଲେ ଅନୁଗୋଳର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଶଙ୍କର ଦାସ। ଚାକିରୀ କାଳରେ ତାଙ୍କ ପ୍ରତି ବହୁ ଅନ୍ୟାୟ ଓ ଅବହେଳା କରାଯାଇଛି ବୋଲି ସେ ମୁଖ୍ୟମନ୍ତ୍ରୀଙ୍କୁ ଦୁଃଖ ଭରା ଅଭିଯୋଗ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ତାଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ଶୁଣି, ଅଧୈର୍ଯ୍ୟ ନହେବା ପାଇଁ ପରାମର୍ଶ ଦେଇଥିଲେ ଏବଂ ତାଙ୍କୁ ନ୍ୟାୟ ଦେବା ପାଇଁ ଉପସ୍ଥିତ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ଆଉ ଜଣେ ଅଭିଯୋଗକାରୀ ଥିଲେ ଭଦ୍ରକ ଜିଲାର ୨୨ ବର୍ଷର ଭିନ୍ନକ୍ଷମ ଯୁବକ ନିରାକାର ନାୟକ। ସାଙ୍ଗରେ ଥିଲେ ତାଙ୍କ ବାପା ଓ ମା’। ଜାପାନୀ ଜ୍ୱରରେ ପୀଡିତ ହୋଇ ଯୁବକ ଜଣକ ଭିନ୍ନକ୍ଷମ ହୋଇଯାଇଛନ୍ତି। ଚିକିତ୍ସା ପାଇଁ ବହୁ ଖର୍ଚ୍ଚାନ୍ତ ହେଲେଣି। ଚିକିତ୍ସା ସାହାଯ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଠାରୁ ଚିକିତ୍ସା ବାବଦରେ ଆଶ୍ୱାସନା ଭରା ପ୍ରତିଶ୍ରୁତି ଶୁଣି ସେମାନେ ଖୁସି ମନରେ ଫେରିଲେ।

ଆଉ ଜଣେ କୋରାପୁଟ ଜିଲାର ଅଭିଯୋଗକାରୀ ରମେଶ ଧଳ, ଗାଁରେ ତାଙ୍କ ପ୍ରତି ହେଉଥିବା ଅନ୍ୟାୟ ଅତ୍ୟାଚାର ବିଷୟ ନେଇ ସପତ୍ନୀକ ଆସିଥିଲେ। ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣି ଜିଲ୍ଲା ଏସ୍.ପିଙ୍କୁ ତୁରନ୍ତ ତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଆଉ ଜଣେ ଅଭିଯୋଗକାରୀ ଥିଲେ ଖୋର୍ଦ୍ଧା ଜିଲା ଟାଙ୍ଗୀ ଅଞ୍ଚଳର ସରୋଜିନୀ ଦାସ। ସେ ଅଭିଯୋଗ କରିଥିଲେ ଯେ ତାଙ୍କ ପୁଅକୁ ହତ୍ୟା କରାଯାଇଛି। ହତ୍ୟାକାରୀଙ୍କୁ ଆଜି ସୁଦ୍ଧା ପୋଲିସ ଧରୁନାହିଁ। ମୁଖ୍ୟମନ୍ତ୍ରୀ ତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ତୁରନ୍ତ ଜିଲ୍ଲା ଏସ୍‌.ପିଙ୍କୁ ନିର୍ଦ୍ଦେଶ ଦେଲେ ଏବଂ କହିଲେ ନ୍ୟାୟ ମିଳୁଛି କି ନାହିଁ ମୋତେ ଆସି ଜଣାଇବ। ଅଭିଯୋଗକାରୀ ମହିଳା ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା ଭରା କଥା ଶୁଣି କହିଲେ ଯେ ମୁଖ୍ୟମନ୍ତ୍ରୀ ମୋ ମନରେ ଭରସା ସୃଷ୍ଟି କଲେ ଯେ ମୁଁ ନିଶ୍ଚିତ ରୂପେ ନ୍ୟାୟ ପାଇବି। ଏହି ଭଳି ପ୍ରତ୍ୟେକଙ୍କ କିଛି ନା କିଛି ଅଭିଯୋଗ ଥିଲା । ଆଉ ସମସ୍ତେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ପାଖରେ ପାଇ ସିଧାସଳଖ ଅଭିଯୋଗ ଦେଇ ଆତ୍ମସନ୍ତୋଷର ସହ ଫେରିଥିଲେ।

ସୁଦୂର କେନ୍ଦ୍ରାପଡା ଜିଲା ରାଜକନିକାରୁ ୧୭ଜଣ ଚାଷୀ ତାଙ୍କ ଅଞ୍ଚଳର ବରୁଣା ପ୍ରାଥମିକ କୃଷି ସମବାୟ ସମିତିରେ ହୋଇଥିବା ଆର୍ଥିକ ହେରଫେର ବିଷୟରେ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ପଦଯାତ୍ରାରେ ଆସିଥିଲେ। ସେମାନଙ୍କ ଅଭିଯୋଗ ଥିଲା ଯେ ସମିତିର ଦୁଇ ଜଣ ଅଧିକାରୀ କୃଷକମାନଙ୍କ ପାଇଁ ଉଦ୍ଦିଷ୍ଟ ସରକାରୀ ଆର୍ଥିକ ସହାୟତାକୁ ଚଞ୍ଚକତା କରି ନେଇଯାଇଛନ୍ତି। ସେମାନଙ୍କ ବିରୁଦ୍ଧରେ ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନାହିଁ । କୃଷକମାନେ ସେମାନଙ୍କ ଉଚିତ୍ ସରକାରୀ ପ୍ରାପ୍ୟ ପାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଅଭିଯୋଗ ନେଇ ଆସିଥିଲେ । ମୁଖ୍ୟମନ୍ତ୍ରୀ ନିଜେ ସେମାନଙ୍କ ପାଖକୁ ଆସି ସେମାନଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କଲେ ଏବଂ ସେମାନଙ୍କ ଆଶ୍ୱାସନା ଦେଇଥିଲେ ଯେ ଏ ସରକାର ହେଉଛି ଚାଷୀଙ୍କ ସରକାର । ଚାଷୀଙ୍କ ପ୍ରତି ହୋଇଥିବା ଅନ୍ୟାୟକୁ କେବେହେଲେ ପ୍ରଶ୍ରୟ ଦିଆଯିବ ନାହିଁ। ଯଥାଶୀଘ୍ର ଏହି ଅଭିଯୋଗ ଉପରେ ତଦନ୍ତ କରାଯାଇ ଦୋଷୀକୁ ଦଣ୍ଡ ମିଳିବା ସହିତ ଆପଣମାନଙ୍କୁ ନ୍ୟାୟ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri