Posted inଭଦ୍ରକ

ଅନ୍‌ଲାଇନ ଯାନ୍ତ୍ରିକ ତ୍ରୁଟି: ସମ୍ପତ୍ତି ତାଲିକା ଦେଇପାରିଲେନି ଶିକ୍ଷକ

ବନ୍ତ,୬।୫ (ଡି.ଏନ.ଏ.):  ଭଦ୍ରକ ଜିଲା ବନ୍ତ ବ୍ଲକର ପ୍ରାୟ ୯୦ ପ୍ରତିଶତ ପ୍ରାଥମିକ ଶିକ୍ଷକ ନିଜର ସମ୍ପତ୍ତି ତାଲିକା ଦେଇପାରି ନ ଥିବା ଜଣାଯାଇଛି। ଅନ୍‌ଲାଇନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ସମସ୍ୟା ଉପୁଜିଥିବା କୁହାଯାଇଛି। ପ୍ରକାଶ ଯେ, ରାଜ୍ୟ ସରକାର ଉଭୟ ଶାସନ ଓ ପ୍ରଶାସନରେ ସ୍ବଚ୍ଛତା, ସଚ୍ଚୋଟତା, ଦୁର୍ନୀତିମୁକ୍ତ ଭାବମୂର୍ତ୍ତିକୁ ସୁନିଶ୍ଚିତ କରିବା ପାଇଁ ସମସ୍ତ ବର୍ଗର ସରକାରୀ କର୍ମଚାରୀ, ଲୋକପ୍ରତିନିଧିମାନଙ୍କୁ ବାର୍ଷିକ ସମ୍ପତ୍ତି ତାଲିକା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ପ୍ରଥମେ ମାର୍ଚ୍ଚ ୩୧ ଓ ପରେ ଏପ୍ରିଲ ୩୦ ମଧ୍ୟରେ ଅନ୍‌ଲାଇନ ମାଧ୍ୟମରେ ଅପ୍‌ଲୋଡ୍‌ କରିବା ଲାଗି ନିର୍ଦ୍ଦେଶ ଥିଲା। ଏହି ବ୍ଲକରେ ୬୧୨ ଜଣ ପ୍ରାଥମିକ ଶିକ୍ଷକ ଥିବାବେଳେ ସେମାନଙ୍କୁ ମଧ୍ୟରୁ ୯୦ ଭାଗ ଶିକ୍ଷକ ନିର୍ଦ୍ଧାରିତ ସମୟ ମଧ୍ୟରେ ସମ୍ପତ୍ତି ତାଲିକା ଦେଇପାରି ନାହାନ୍ତି। ଏଚ୍‌ଆର୍‌ଏମ୍‌୍‌ଏସ୍‌ ସାଇଟ୍‌ ନ ଖୋଲିବା, ସାଇଟ୍‌ ଖୋଲିବା ପରେ ଅନ୍‌ଲାଇନ ଯାନ୍ତ୍ରିକ ତ୍ରଟି ଯୋଗୁ ତାଲିକା ଅପ୍‌ଲୋଡ୍‌ ହୋଇପାରି ନ ଥିବା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri