Posted inଖେଳ

ବାରବାଟୀ ଟି୨୦ ଲାଗି ଜୁନ୍‌ ୧ରୁ ଅନ୍‌ଲାଇନ ଟିକେଟ ବିକ୍ରି

ଭୁବନେଶ୍ୱର, ୨୦।୫: ଜୁନ୍‌ ୧୨ରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ- ଦକ୍ଷିଣ ଆଫ୍ରିକା ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ଖେଳାଯିବ। ଏଥିଲାଗି ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ତେବେ ମ୍ୟାଚ୍‌ ଲାଗି ଜୁନ୍‌ ୧ରୁ ଅନ୍‌ଲାଇନ ଟିକେଟ ବିକ୍ରି ପାଇଁ ବ୍ୟବସ୍ଥା କରାଯାଉଛି।

ଜୁନ୍‌ ୧୦ ତାରିଖରେ ଦୁଇ ଦଳ ପହଞ୍ଚିବେ ଏବଂ ୧୩ ତାରିଖରେ ପ୍ରସ୍ଥାନ କରିବେ। ୧ ନମ୍ବର ଗ୍ୟାଲେରି ଟିକେଟ ମୂଲ୍ୟ ୯୦୦, ୨ ଓ ୪ ନମ୍ବର ୭୦୦, ୭ ନମ୍ବର ୬୦୦, ୬ ନମ୍ବର (ପ୍ଲେୟର୍ସ କନ୍‌ସେଶନ) ୩୦୦, ସ୍ପେଶାଲ ଏନ୍‌କ୍ଲୋଜର ୫୦୦୦, ଏସି ବକ୍ସ ୭୦୦୦, ନିୟୁ ପ୍ୟାଭିଲିୟନ ୮୦୦୦ ଓ କର୍ପୋରେଟ ବକ୍ସ ଟିକେଟର ମୂଲ୍ୟ ୧୨,୦୦୦ ଟଙ୍କା ରଖାଯାଇଛି। ଅନ୍‌ଲାଇନ ପାଇଁ ୫୦୦୦ ଟିକେଟ ଉପଲବ୍ଧ ହେବ। ଅନ୍‌ଲାଇନ ଟିକେଟ ରିଡେମ୍ପଶନ ୯, ୧୦, ୧୧ ଓ ୧୨ ତାରିଖରେ କରାଯିବା ସମ୍ଭାବନା ରହିଛି। କ୍ୟାମ୍ବ୍ରିଜ ସ୍କୁଲ ଓ ଖ୍ରୀଷ୍ଟ କଲିଜିଏଟ ସ୍କୁଲରେ ଏଥିପାଇଁ ୩ଟି ଲେଖାଏ କାଉଣ୍ଟର ଉପଲବ୍ଧ ହେବ। ୯, ୧୦ ଓ ୧୧ ତାରିଖରେ ସକାଳ ୧୦ଟାରୁ ଅପରାହ୍ନ ୪ଟା ଏବଂ ୧୨ ତାରିଖରେ ସକାଳ ୭ଟାରୁ ଅପରାହ୍ନ ୩ଟା ମଧ୍ୟରେ ଟିକେଟ ରିଡେମ୍ପଶନ ହେବ। ମ୍ୟାଚ ପାଇଁ ଦର୍ଶକଙ୍କ ଲାଗି ଅପରାହ୍ନ ୩ଟାରୁ ଗେଟ୍‌ ଖୋଲା ରହିବ। ଷ୍ଟାଡିୟମ ପରିସର ସମ୍ପୂର୍ଣ୍ଣ ଭାବରେ ସିସିଟିଭି କ୍ୟାମେରା ନଜରରେ ରହିବ ବୋଲି ଓସିଏ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?