Posted inଖେଳ

ଆଜିଠୁ ଅନ୍‌ଲାଇନ୍‌ ଟିକେଟ

ଭୁବନେଶ୍ୱର, ୨୭।୨(କ୍ରୀଡ଼ା ପ୍ରତିନିଧି): ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ର ୬ଟି ମ୍ୟାଚ୍‌ ମାର୍ଚ୍ଚ ୧୦ରୁ ୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଘରୋଇ ଭାରତ ସମେତ ବିଶ୍ୱ ଚାମ୍ପିୟନ ଜର୍ମାନୀ ଓ ଅଷ୍ଟ୍ରେଲିଆ ଅଂଶଗ୍ରହଣ କରିବେ। ପ୍ରତି ଦଳ ପରସ୍ପର ସହିତ ୨ଟି ଲେଖାଏ ମ୍ୟାଚ୍‌ ଖେଳିବେ। ଏଥିପାଇଁ ଅନ୍‌ଲାଇନରେ ଟିକେଟ ସୋମବାର ଅପରାହ୍ନ ୧୨ଟାରୁ ଉପଲବ୍ଧ ହେବ ବୋଲି ହକି ଇଣ୍ଡିଆ ପକ୍ଷରୁ ରବିବାର ପ୍ରକାଶ କରାଯାଇଛି। ଭାରତ ଖେଳିବାକୁ ଥିବା ମ୍ୟାଚ୍‌ଗୁଡ଼ିକ ପାଇଁ ଓ୍ବେଷ୍ଟ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୫୦୦ ଟଙ୍କା ରଖାଯାଇଥିବାବେଳେ ଇଷ୍ଟ ଷ୍ଟାଣ୍ଡ ୪୦୦ ଏବଂ ସାଉଥ୍‌ ଓ ନର୍ଥ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୨୦୦ ଟଙ୍କା ଧାର୍ଯ୍ୟ କରାଯାଇଛି। ସେହିପରି ଅଷ୍ଟ୍ରେଲିଆ ଓ ଜର୍ମାନୀ ମ୍ୟାଚ୍‌ ଲାଗି ଓ୍ବେଷ୍ଟ ଷ୍ଟାଣ୍ଡ ମୂଲ୍ୟ ୫୦୦ ଟଙ୍କା ଅପରିବର୍ତ୍ତିତ ରଖାଯାଇଥିବାବେଳେ ଇଷ୍ଟ ଷ୍ଟାଣ୍ଡ ୨୦୦ ଏବଂ ନର୍ଥ ଓ ସାଉଥ୍‌ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୧୦୦ ଟଙ୍କା ରଖାଯାଇଛି। ଅନ୍‌ଲାଇନ୍‌ ଟିକେଟ www.ticketgenie.inରେ ଉପଲବ୍ଧ ହେବ।
ଲିଗ୍‌ ଫର୍ମାଟ୍‌ ଅନୁସାରେ ମାର୍ଚ୍ଚ ୧୦ ତାରିଖ ପ୍ରଥମ ମ୍ୟାଚ୍‌ରେ ଜର୍ମାନୀକୁ ଭାରତ ଭେଟିବ। ୧୧ରେ ଜର୍ମାନୀ-ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା ହେବ। ୧୨ରେ ଭାରତ ପ୍ରତିପକ୍ଷ ଅଷ୍ଟ୍ରେଲିଆକୁ ଭେଟିବାକୁ ଥିବାବେଳେ ୧୩ରେ ଭାରତ-ଜର୍ମାନୀ ଡବଲ ହେଡର ଅର୍ଥାତ୍‌ ଦ୍ୱିତୀୟ ମ୍ୟାଚ୍‌ ଅନୁଷ୍ଠିତ ହେବ। ୧୪ରେ ଜର୍ମାନୀ ଓ ଅଷ୍ଟ୍ରେଲିଆ ଦ୍ୱିତୀୟ ଚରଣ ମ୍ୟାଚ୍‌ ହେବ। ୧୫ ତାରିଖରେ ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌ ସହିତ ପ୍ରୋ-ଲିଗ୍‌ର ରାଉରକେଲା ପର୍ଯ୍ୟାୟ ଶେଷ ହେବ। ମ୍ୟାଚ୍‌ଗୁଡ଼ିକ ରାତି ୭ଟାରେ ଆରମ୍ଭ ହେବ। ”ଭୁବନେଶ୍ୱର ଓ ରାଉରକେଲାରେ ଏଫ୍‌ଆଇଏଚ୍‌ ହକି ବିଶ୍ୱକପ୍‌ ସଫଳତାର ସହ ସମ୍ପନ୍ନ ହେବାପରେ ଓଡ଼ିଶାକୁ ପୁଣି ଅନ୍ତର୍ଜାତୀୟ ହକି ଫେରୁଛି। ଏହା ବହୁତ ବଡ଼ କଥା। ଗତ ବିଶ୍ୱକପ୍‌ ସମୟରେ ବିର୍ସା ମୁଣ୍ଡା ଷ୍ଟାଡିୟମର ଭିତ୍ତିଭୂମି ଏବଂ ରାଉରକେଲାରେ ଉପଲବ୍ଧ ସୁବିଧା ସୁଯୋଗରେ ସମସ୍ତ ଦଳ ଖୁସି ଜାହିର କରିଥିଲେ। ଏବେ ମୁଁ ପୁଣି ସମସ୍ତ ଅଂଶଗ୍ରହଣକାରୀ ଦଳକୁ ସ୍ବାଗତ କରୁଛି“ ବୋଲି ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri