Posted inଖେଳ

ଟି୨୦ ବିଶ୍ୱକପ୍‌ ପାଇଁ ଶ୍ରୀଲଙ୍କା ସିରିଜ୍‌ରୁ ମିଳିପାରନ୍ତି ଖେଳାଳି: ଡ୍ରାଭିଡ୍‌

ମୁମ୍ବାଇ,୨୭।୬: ଟି୨୦ ବିଶ୍ୱକପ୍‌ ଲାଗି ଶ୍ରୀଲଙ୍କା ବିପକ୍ଷ ସିରିଜ୍‌ରୁ ଭାରତୀୟ ଦଳକୁ ଗୋଟିଏ କିମ୍ବା ଦୁଇଟି ଖେଳାଳି ମିଳିପାରନ୍ତି। ଏହା କହିଛନ୍ତି ଶ୍ରୀଲଙ୍କା ବିପକ୍ଷ ଟି୨୦ ଓ ଦିନିକିଆ ସିରିଜ୍‌ ପାଇଁ ଭାରତୀୟ ଦଳର କୋଚ୍‌ ଦାୟିତ୍ୱରେ ଥିବା ପୂର୍ବତନ ଅଧିନାୟକ ତଥା ଏନ୍‌ସିଏ ମୁଖ୍ୟ ରାହୁଲ ଡ୍ରାଭିଡ୍‌।

ଟି୨୦ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳ ମାତ୍ର ୩ ଟି୨୦ ମ୍ୟାଚ୍‌ ଖେଳିବ। ଏହି ଇଭେଣ୍ଟ ଲାଗି ଚୟନକର୍ତ୍ତା ଓ ମ୍ୟାନେଜମେଣ୍ଟକୁ କେଉଁ ଭଳି ଦଳ ଦରକାର ପ୍ରଥମେ ଜାଣିବାକୁ ପଡ଼ିବ। ଶ୍ରୀଲଙ୍କା ବିପକ୍ଷ ସିରିଜ୍‌ରେ ଭଲ ପ୍ରଦର୍ଶନ ବଳରେ ଖେଳାଳିମାନେ ଚୟନକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିପାରନ୍ତି। ଏହି ସିରିଜ୍‌ରୁ ଭାରତୀୟ ଦଳକୁ ଗୋଟିଏ କିମ୍ବା ଦୁଇଟି ଖେଳାଳି ମିଳିପାରନ୍ତି ବୋଲି ଡ୍ରାଭିଡ୍‌ କହିଛନ୍ତି। ଆସନ୍ତା ମାସରେ ଖେଳାଯିବାକୁ ଥିବା ସିରିଜ୍‌ ଲାଗି କିଛି ଚୟନକର୍ତ୍ତା ଶ୍ରୀଲଙ୍କା ଗସ୍ତ କରିବେ ବୋଲି ସେ ସୂଚନା ଦେଇଛନ୍ତି।

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ସମୟରେ ଅଧିନାୟକ ବିରାଟ କୋହଲି ଓ କୋଚ୍‌ ରବି ଶାସ୍ତ୍ରୀଙ୍କୁ ଯୋଗାଯୋଗ କରି ନ ଥିଲି। କିନ୍ତୁ ସେମାନେ କ’ଣ ଚିନ୍ତା କରୁଛନ୍ତି ଜାଣିବା ପାଇଁ ଆସନ୍ତା କିଛି ସପ୍ତାହରେ ଆଲୋଚନା କରିବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ପୂର୍ବତନ ଅଧିନାୟକ ଲରେନ୍ସଙ୍କ ବଡ଼ ଦାବି, ଏହି ଦଳ ଜିତିବ ଫିଫା ବିଶ୍ୱକପ୍‌

ନୂଆଦିଲ୍ଲୀ,୧୫ା୭: ଭାରତୀୟ ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟକ କ୍ଲାଇମାକ୍ସ ଲରେନ୍ସଙ୍କ ମତରେ ଫ୍ରାନ୍ସ ବିପକ୍ଷ ସେମିଫାଇନାଲରେ ଜବରଦସ୍ତ ପ୍ରଦର୍ଶନ କରିଥିବା ସ୍ପେନ୍‌ ଚଳିତ ଫିଫା ବିଶ୍ୱକପ୍‌ ଜିତିବ।…

ICCର ବଡ଼ ନିଷ୍ପତ୍ତି: ବଦଳିଲା ODI ଓ T20 ବିଶ୍ୱକପ୍ ଫର୍ମାଟ୍, ଏଣିକି ହେବ…

ନୂଆଦିଲ୍ଲୀ,୧୫ା୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପୁରୁଷ T20 ବିଶ୍ୱକପ୍ ଏବଂ ODI ବିଶ୍ୱକପରେ ବଡ଼ ପରିବର୍ତ୍ତନ ଘୋଷଣା କରିଛି । ICC ପୁରୁଷ T20 ବିଶ୍ୱକପ୍…

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

ମ୍ୟାଚ ଜିତିବା ପରେ ଶୁବମନଙ୍କ ପାଇଁ କୋହଲି କଲେ ଏମିତି କିଛି, ଜିତିନେଲେ ସମସ୍ତଙ୍କ ମନ; ଭାଇରାଲ ଭିଡିଓ ଦେଖିଲେ…

ବର୍ମିଂହାମ,୧୫।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚରେ ଭାରତୀୟ ଦଳର ଚମତ୍କାର ବିଜୟ ପରେ, ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଏକ ସୁନ୍ଦର ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri